ବାଲିକୁଦା, ୨୫।୧ (ସ୍ବ.ପ୍ର.)
ମାଲେସିଆର କୁଆଲାଲାମ୍ପୁରଠାରେ ଆୟୋଜିତ ଆନ୍ତର୍ଜାତୀୟ ଶାସ୍ତ୍ରୀୟ ନୃତ୍ୟ ପ୍ରତିଯୋଗିତାରେ ଭାଗନେଇ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି ୬ବର୍ଷୀୟା ପୁଞ୍ଜାଞ୍ଜଳି। ସେ ହେଉଛନ୍ତି ବାଲିକୁଦା ବ୍ଲକ ଅପଣ୍ଡରା ପଞ୍ଚାୟତ ନଲରା ଗ୍ରାମର ସ୍ବର୍ଣ୍ଣଲତା ଲେଙ୍କା ଓ ପ୍ରତାପ କୁମାର ଜେନାଙ୍କ ସୁପୁତ୍ରୀ। ପୁଷ୍ପାଞ୍ଜଳୀଙ୍କ ଏହି କୃତିତ୍ୱ ଜଗତ୍ସିଂହପୁର ଜିଲା ସମେତ ସାରାଦେଶକୁ ଗୌରବ ଆଣିଦେଇଛି।
ଗତ ୧୭ରୁ ୧୯ ତାରିଖ ପର୍ଯ୍ୟନ୍ତ ମାଲେସିଆରେ ଅଲ୍ ଇଣ୍ଡିଆ ଡ୍ୟାନ୍ସର ଆସୋସିଏଶନ ପକ୍ଷରୁ ଆୟୋଜିତ ‘ନୃତ୍ୟ ନିରଞ୍ଜନ’ କାର୍ଯ୍ୟକ୍ରମରେ ପୁଷ୍ପାଞ୍ଜଳୀ ଭାଗ ନେଇ ଓଡ଼ିଶୀ ନୃତ୍ୟ ପରିବେଷଣ କରିଥିଲେ। ପ୍ରତିଯୋଗିତାରେ ଅନ୍ୟାନ୍ୟ ଦେଶରୁ ବହୁ ପ୍ରତିଯୋଗୀ ଭାଗ ନେଇଥିବା ବେଳେ ୬ବର୍ଷୀୟା ପୁଷ୍ପାଞ୍ଜଳୀ ନିଜ ନୃତ୍ୟରେ ସମସ୍ତଙ୍କ ହୃଦୟ ଜିଣିପାରିଥିଲେ। ତାଙ୍କର ଏହି କୃତିତ୍ୱ ପାଇଁ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ଜଗତ୍ସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି, ସ୍ଥାନୀୟ ସରପଞ୍ଚ ଶରତ ସେଠୀ, ସମିତିସଭ୍ୟ ବିକ୍ରମ ସେଠୀ ଓ ସାମାଜିକ କର୍ମୀ ତଥା ପୁଷ୍ପାଞ୍ଜଳୀଙ୍କ ବଡ଼ବାପା ଦିଲୀପ ଜେନାଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ତାଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି। ପୁଷ୍ପାଞ୍ଜଳି ଏବେ ରାଉରକେଲାସ୍ଥିତ ଚିନ୍ମୟ ଇଂଲିସ ମାଧ୍ୟମ ବିଦ୍ୟାଳୟରେ କେଜି ୨ରେ ଅଧ୍ୟୟନ କରୁଛନ୍ତି। ସେଠାରେ ସେ ତ୍ରିବେଣୀ କଳା ସଙ୍ଗମର ନୃତ୍ୟଗୁରୁ ସୁନୀତା ପଟ୍ଟନାୟକଙ୍କଠାରୁ ନୃତ୍ୟ ଶିକ୍ଷା ଗ୍ରହଣ କରୁଛନ୍ତି। ପୂର୍ବରୁ ସେ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇ ୫ ଟି ଜାତୀୟ ପୁରସ୍କାର ପାଇଛନ୍ତି।
Posted inଜଗତ୍ସିଂହପୁର View All
ପାରାଦୀପରେ ରାସାୟନିକ ଗ୍ୟାସ୍ର ପ୍ରଭାବ: ଅନେକ ଅସୁସ୍ଥ
ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା...
ଯାତ୍ରା ପୂବରୁ ଆଖିବୁଜିଲେ ଖଳନାୟକ, ଛାତିରେ ହେଲା ଯନ୍ତ୍ରଣା…
ନୂଆପଡ଼ା/ଜଗତସିଂହପୁର,୨୬।୧୨(ମକାରୁ ବେମାଲ ): ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ଆକସ୍ମିକ ଦେହାନ୍ତ ହୋଇଛି। ଅଭିନୟ କରିବାକୁ ନୂଆପଡ଼ା ଯାଇଥିବା ବେଳେ ହଠାତ୍ ଛାତିରେ ଯନ୍ତ୍ରଣା ହୋଇଥିଲା।...
ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ
ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...
ବିଳମ୍ବ କଲେ ଏମ୍ପି, ଚାଲିଗଲେ ବିଧାୟକ
ଜଗତ୍ସିଂହପୁର, ୨୪ା୧୨ (ପ୍ରମୋଦ କୁମାର ନାୟକ): ଜଗତ୍ସିଂହପୁର ଜିଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳାର ଉଦ୍ଘାଟନୀ ଉତ୍ସବରେ ସୋମବାର ବିଶୃଙ୍ଖଳା ଦେଖାଦେଇଛି। କାର୍ଯ୍ୟସୂଚୀ ଅନୁଯାୟୀ ପୂର୍ବାହ୍ନ...
ଶ୍ମଶାନରେ ଗୁଣିଆଙ୍କ ତନ୍ତ୍ର ସାଧନା: ପ୍ରେମିକାଙ୍କ ନାଁରେ ଭୁବନେଶ୍ୱରରେ ଯୁବକ କିଣିଥିଲେ ପ୍ଲଟ ଓ ଆଉ ଗାଡ଼ି, ଧରାଛୁଆଁ ନ ଦେବାରୁ…
ବାଲିକୁଦା,୨୨।୧୨(ତାପସ ସ୍ବାଇଁ): ବାଲିକୁଦା ବ୍ଲକ ମରିଚପୁର ଗ୍ରାମ୍ୟ ଶ୍ମଶାନରେ ଶନିବାର ବିଳମ୍ବିତ ରାତିରେ କୌଣସି ଗୁଣିଆ ତନ୍ତ୍ର ସାଧନା କରିଥିବା ସ୍ଥାନୀୟ ଲୋକେ ସନ୍ଦେହ କରିଛନ୍ତି।...
ରେଞ୍ଜରଙ୍କ ଘରୁ ମିଳିଲାଣି ପୁଳାପୁଳା ଟଙ୍କା : ୬୭ ଲକ୍ଷର ଜମା
ଜଗତ୍ସିଂହପୁର,୨୦।୧୨: ଜଗତସିଂହପୁର ରାହାମା ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ମିଳିଲାଣି ୬୭ ଲକ୍ଷ ବ୍ୟାଙ୍କ ଓ ପୋଷ୍ଟାଲ ଜମା। ଆୟ ବର୍ହିଭୂତ...
ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଚଢ଼ାଉ, ଏକକାଳୀନ ୫ଟି ସ୍ଥାନରେ ରେଡ୍
ଜଗତସିଂହପୁର: ସକାଳୁ ସକାଳୁ ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଜଗତସିଂହପୁର ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଆୟ ବହିର୍ଭୂତ ସଂପତ୍ତି...
ମନ୍ତ୍ରୀଙ୍କ ଗାଡ଼ି ଧକ୍କାରେ ବୃଦ୍ଧ ଗୁରୁତର
ଜଗତସିଂହପୁର,୧।୧୨: ଶିଳ୍ପ ମନ୍ତ୍ରୀଙ୍କ ଏସ୍କର୍ଟ ଗାଡ଼ି ଧକ୍କାରେ ବୃଦ୍ଧ ଗୁରୁତର ହୋଇଛନ୍ତି। କଟକ-ପାରାଦୀପ ରାସ୍ତାର ତାରପୁର ଛକରେ ଏହି ଦୁର୍ଘଟଣା ହୋଇଛି। ବୃଦ୍ଧ ଜଣଙ୍କ ରାସ୍ତା...
Archives


