ମାଲେସିଆରେ ପୁଷ୍ପାଞ୍ଜଳିଙ୍କ କମାଲ୍‌

ବାଲିକୁଦା, ୨୫।୧ (ସ୍ବ.ପ୍ର.)
ମାଲେସିଆର କୁଆଲାଲାମ୍ପୁରଠାରେ ଆୟୋଜିତ ଆନ୍ତର୍ଜାତୀୟ ଶାସ୍ତ୍ରୀୟ ନୃତ୍ୟ ପ୍ରତିଯୋଗିତାରେ ଭାଗନେଇ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି ୬ବର୍ଷୀୟା ପୁଞ୍ଜାଞ୍ଜଳି। ସେ ହେଉଛନ୍ତି ବାଲିକୁଦା ବ୍ଲକ ଅପଣ୍ଡରା ପଞ୍ଚାୟତ ନଲରା ଗ୍ରାମର ସ୍ବର୍ଣ୍ଣଲତା ଲେଙ୍କା ଓ ପ୍ରତାପ କୁମାର ଜେନାଙ୍କ ସୁପୁତ୍ରୀ। ପୁଷ୍ପାଞ୍ଜଳୀଙ୍କ ଏହି କୃତିତ୍ୱ ଜଗତ୍‌ସିଂହପୁର ଜିଲା ସମେତ ସାରାଦେଶକୁ ଗୌରବ ଆଣିଦେଇଛି।
ଗତ ୧୭ରୁ ୧୯ ତାରିଖ ପର୍ଯ୍ୟନ୍ତ ମାଲେସିଆରେ ଅଲ୍‌ ଇଣ୍ଡିଆ ଡ୍ୟାନ୍‌ସର ଆସୋସିଏଶନ ପକ୍ଷରୁ ଆୟୋଜିତ ‘ନୃତ୍ୟ ନିରଞ୍ଜନ’ କାର୍ଯ୍ୟକ୍ରମରେ ପୁଷ୍ପାଞ୍ଜଳୀ ଭାଗ ନେଇ ଓଡ଼ିଶୀ ନୃତ୍ୟ ପରିବେଷଣ କରିଥିଲେ। ପ୍ରତିଯୋଗିତାରେ ଅନ୍ୟାନ୍ୟ ଦେଶରୁ ବହୁ ପ୍ରତିଯୋଗୀ ଭାଗ ନେଇଥିବା ବେଳେ ୬ବର୍ଷୀୟା ପୁଷ୍ପାଞ୍ଜଳୀ ନିଜ ନୃତ୍ୟରେ ସମସ୍ତଙ୍କ ହୃଦୟ ଜିଣିପାରିଥିଲେ। ତାଙ୍କର ଏହି କୃତିତ୍ୱ ପାଇଁ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ଜଗତ୍‌ସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି, ସ୍ଥାନୀୟ ସରପଞ୍ଚ ଶରତ ସେଠୀ, ସମିତିସଭ୍ୟ ବିକ୍ରମ ସେଠୀ ଓ ସାମାଜିକ କର୍ମୀ ତଥା ପୁଷ୍ପାଞ୍ଜଳୀଙ୍କ ବଡ଼ବାପା ଦିଲୀପ ଜେନାଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ତାଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି। ପୁଷ୍ପାଞ୍ଜଳି ଏବେ ରାଉରକେଲାସ୍ଥିତ ଚିନ୍ମୟ ଇଂଲିସ ମାଧ୍ୟମ ବିଦ୍ୟାଳୟରେ କେଜି ୨ରେ ଅଧ୍ୟୟନ କରୁଛନ୍ତି। ସେଠାରେ ସେ ତ୍ରିବେଣୀ କଳା ସଙ୍ଗମର ନୃତ୍ୟଗୁରୁ ସୁନୀତା ପଟ୍ଟନାୟକଙ୍କଠାରୁ ନୃତ୍ୟ ଶିକ୍ଷା ଗ୍ରହଣ କରୁଛନ୍ତି। ପୂର୍ବରୁ ସେ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇ ୫ ଟି ଜାତୀୟ ପୁରସ୍କାର ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରଲର ମାଡ଼ରେ ମରୁଛନ୍ତି ଅଲିଭ ରିଡ୍‌ଲେ

କୁଜଙ୍ଗ,୧୩।୨(ମନୋଜ ପ୍ରଧାନ): ଅଲିଭ୍‌ରିଡ୍‌ଲେ କଇଁଛଙ୍କ ସୁରକ୍ଷା ପାଇଁ କେନ୍ଦ୍ର ସରକାର ପାରାଦୀପରେ କଇଁଛ କରିଡର କରିବାକୁ ବଜେଟରେ ଘୋଷଣା କରିଥିବା ବେଳେ କୁଜଙ୍ଗ ବନାଞ୍ଚଳ ନୂଆଗାଁ ବନକ୍ଷେତ୍ର…

ନାବାଳିକାଙ୍କୁ ବ୍ଲାକମେଲିଂ: ଫେକ ଆକାଉଣ୍ଟ ଖୋଲି ଛାଡୁଥିଲେ…

ଜଗତ୍‌ସିଂହପୁର,୩୧ା୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବ୍ଲାକ ମେଲିଂ ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ନନ୍ଦିପଡ଼ା…

ପତାକା ଅବତରଣ ବେଳେ ଅଘଟଣ: ବିଦ୍ୟୁତ ଆଘାତରେ ୧୦ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

କୁଜଙ୍ଗ,୨୬।୧(ମନୋଜ ପ୍ରଧାନ): ସାରା ଦେଶ ୭୭ତମ ଗଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ ଜଗତସିଂହପୁର ଜିଲା କୁଜଙ୍ଗ ଅଞ୍ଚଳରେ ଏକ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି। ଜାତୀୟ…

ପାଳ ଗଦା ନିଆଁରେ ମହିଳା ଜୀବନ୍ତ ଦଗ୍ଧ

ପାରାଦୀପ,୨୦।୧(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ପିପ୍ପଳ ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଘର ପଛ ପଟେ ରୋଷେଇ କଲା…

ବସ୍‌ ମାଲିକ ସଂଘର ବଡ଼ ନିଷ୍ପତ୍ତି: ପାରାଦୀପରୁ ଗଡ଼ିବନାହିଁ ଘରୋଇ ବସ୍‌

ପାରାଦୀପ,୧୮।୧: ମୁଖ୍ୟମନ୍ତ୍ରୀ ବସ୍‌ ଚଳାଚଳକୁ ବିରୋଧ କରି ଘରୋଇ ବସ୍‌ ମାଲିକ ସଂଘ ରବିବାର ଏକ ବଡ଼ ନିଷ୍ପତ୍ତି ନେଇଛି। ସୋମବାର ସକାଳ ୬ଟାରୁ ପାରାଦୀପ ବସ୍‌ଷ୍ଟାଣ୍ଡରୁ…

ଶିବଲିଙ୍ଗ ଉପରେ ପୂଜକଙ୍କ ମୃତଦେହ, ତା’ପରେ ଯାହା ଘଟିଲା…

ଜଗତ୍‌ସିଂହପୁର,୧୮ା୧(ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଥାନା ପୁନଙ୍ଗସ୍ଥିତ ପୁନେଶ୍ୱର ମହାଦେବ ମନ୍ଦିରରେ ଶନିବାର ଅଭାବନୀୟ ଘଟଣା ଘଟିଛି। ମନ୍ଦିରର ପାତାଳଫୁଟା ଶିବଲିଙ୍ଗ ଉପରୁ ମନ୍ଦିର ପୂଜକ ଓମ୍‌ପ୍ରକାଶ ପଣ୍ଡା…

ସ୍ତ୍ରୀଙ୍କୁ କରଣୀରେ ହାଣିଲେ ସ୍ବାମୀ: କାରଣ ଜାଣିଲେ…

ପାରାଦୀପ,୧୭।୧(ଶରତ ରାଉତ): ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ବଡପଡିଆ ସିନେମାହଲ ସମ୍ମୁଖ ବସ୍ତିରେ ଶନିବାର ସକାଳୁ ଅଭାବନୀୟ ଘଟଣା ଘଟିଛି।ନିଜ ସ୍ତ୍ରୀ ର ଚରିତ୍ରକୁ ସନ୍ଦେହ କରି ସ୍ବାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri