ମାସକରେ ଉଦ୍ଧାର ହେଲେ ୪୭୯ ଶିଶୁ

ଛତ୍ରପୁର,୪ା୯(ଡି.ଏନ.ଏ)- ଗଞ୍ଜାମ ଜିଲା ପୋଲିସ ପକ୍ଷରୁ ଜୁଲାଇ ୩୧ ତାରିଖରୁ ମାସେ ବ୍ୟାପୀ ଚାଲିଥିବା ଅପରେଶନ ପରୀ-୩ ଅଗଷ୍ଟ ୩୦ରେ ଶେଷ ହୋଇଛି। ନିଖୋଜ ଥିବା, ଶ୍ରମିକ ଭାବେ କାମ କରୁଥିବା ଶିଶୁମାନଙ୍କୁ ଉଦ୍ଧାର କରି ମୁଖ୍ୟସ୍ରୋତକୁ ଆଣିବା ଅପରେଶନ ପରୀ-୩ ର ମୂଳଲକ୍ଷ୍ୟ ଥିଲା। ଏହି ସ୍ପେଶାଲ ଡ୍ରାଇଭ ଗଞ୍ଜାମ ପୋଲିସ ଜିଲା ଅଧୀନ ସମସ୍ତ ଥାନା ଅଞ୍ଚଳରେ ଚାଲିଥିଲା। ମାସକ ମଧ୍ୟରେ ଥାନା ପୋଲିସ ପକ୍ଷରୁ ବିଭିନ୍ନ ହୋଟେଲ, ବ୍ୟବସାୟିକ ପ୍ରତିଷ୍ଠାନ, ରାଶନ ଦୋକାନ, କାଜୁ ଫ୍ୟାକ୍ଟ୍ରି ଆଦିରେ ଚଢ଼ାଉ କରାଯାଇ ୪୭୯ ଶିଶୁଙ୍କୁ ଉଦ୍ଧାର କରାଯାଇଥିଲା। ସେଥିମଧ୍ୟରେ ୪୩୮ ପୁଅ ଓ ୪୧ ଝିଅ ଥିଲେ। ସେମାନଙ୍କ ମଧ୍ୟରୁ ୨ ନାବାଳକଙ୍କୁ ବ୍ରହ୍ମପୁର ସ୍ଥିତ ସିଡବ୍ଲ୍ୟୁସି (ଶିଶୁ କଲ୍ୟାଣ କମିଟି) ପକ୍ଷରୁ ହସ୍ତାନ୍ତର କରାଯାଇଥିଲା। ୯ ଜଣଙ୍କୁ ବ୍ରହ୍ମପୁରସ୍ଥିତ ଚାଇଲ୍ଡଲାଇନ୍‌ ଏବଂ ୪୬୮ ଜଣଙ୍କୁ ସେମାନଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri