Posted inଖେଳ

ମାସାକାଡ୍‌ଜା ଜିମ୍ବାଓ୍ବେ କ୍ରିକେଟ୍‌ର ପ୍ରଥମ ଡିଓସି

ହରାରେ,୩୧।୧୦-ନିକଟରେ ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ଅବସର ଘୋଷଣା କରିସାରିଥିବା ଜିମ୍ବାଓ୍ବେ ବ୍ୟାଟ୍ସମ୍ୟାନ ହାମିଲଟନ ମାସାକାଡ୍‌ଜାଙ୍କୁ ନୂଆ ଭୂମିକାରେ ଦେଖିବାକୁ ମିଳିବ। ତାଙ୍କୁ ଜିମ୍ବାଓ୍ବେର ଡିରେକ୍ଟର ଅଫ୍‌ କ୍ରିକେଟ୍‌ (ଡିଓସି) ଭାବେ ନିଯୁକ୍ତ କରାଯାଇଛି। ଏଥିସହ ଜିମ୍ବାଓ୍ବେର ପ୍ରଥମ ଡିଓସି ହେବାର ସୌଭାଗ୍ୟ ଲାଭ କରିଛନ୍ତି। ଜିମ୍ବାଓ୍ବେ ବୋର୍ଡ ପକ୍ଷରୁ ଗତ ଅଗଷ୍ଟରେ ହୋଇଥିବା ବୈଠକରେ ଏହି ପଦବୀ ପାଇଁ ଅନୁମୋଦନ କରାଯାଇଥିଲା। ଜାତୀୟ କ୍ରିକେଟ୍‌ ଦଳର ସମସ୍ୟା ବୁଝିବା, ନିଯୁକ୍ତି ପ୍ରଦାନ, ମ୍ୟାନେଜମେଣ୍ଟ ଓ ସିନିୟର କ୍ରିକେଟ୍‌ ଟେକ୍‌ନିକାଲ ଷ୍ଟାଫ୍‌ଙ୍କ ସହ ଯୋଗାଯୋଗ ହାମିଲଟନଙ୍କ ଦାୟିତ୍ୱରେ ରହିବ। ଉଲ୍ଲେଖଯୋଗ୍ୟ, ୧୯ ବର୍ଷର କ୍ରିକେଟ୍‌ କ୍ୟାରିୟରରେ ମାସାକାଡ୍‌ଜା ଜାତୀୟ ଦଳ ପକ୍ଷରୁ ୩୦୦ରୁ ଊର୍ଦ୍ଧ୍ୱ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିଛନ୍ତି। ଯେଉଁଥିରେ ୬୮ ଟେଷ୍ଟ, ୨୦୯ ଦିନିକିଆ ଓ ୬୬ ଟି୨୦ ମ୍ୟାଚ ଅନ୍ତର୍ଭୁକ୍ତ ରହିଛି। ଟେଷ୍ଟରେ ସେ ୨୨୨୩ ରନ, ଦିନିକିଆରେ ୫୬୫୮ ରନ ଓ ଟି୨୦ରେ ୧୬୬୨ ରନ ସଂଗ୍ରହ କରିଛନ୍ତି। ଗତ ମାସରେ ସେ କ୍ରିକେଟ୍‌ରୁ ଅବସର ଘୋଷଣା କରିଥିଲେ। ତିନୋଟି ଯାକ ଫର୍ମାଟ୍‌ରେ ସେ ଜାତୀୟ ଦଳର ନେତୃତ୍ୱ ମଧ୍ୟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

‘ତୁମର ଜାତି କ’ଣ, ତୁମେ କୋଭିଡ ଟିକା କେଉଁଠାରୁ ନେଇଛ…’; ଜନଗଣନାରେ ପଚରାଯିବ ଏମିତି ୪୦ ପ୍ରଶ୍ନ, ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସରକାର ୨୦୨୭ ଜନଗଣନାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୪୦ଟି ପ୍ରଶ୍ନ ଚୂଡ଼ାନ୍ତ କରିଛନ୍ତି। ଏହି ପ୍ରକ୍ରିୟା ସମୟରେ, ଅନୁସୂଚିତ ଜାତି (SC), ଅନୁସୂଚିତ ଜନଜାତି…

କାଲିଠୁ ୩ହଜାର ଟଙ୍କାରେ କିଣିବେ ସିଲିଣ୍ଡର! ଆଜି ରାତି ୧୨ଟା ପୂର୍ବରୁ କରନ୍ତୁ ଏହି କାମ; ନହେଲେ…

ଯଦି ଆପଣ ଏପର୍ଯ୍ୟନ୍ତ ନିଜର ଏଲ୍‌ପିଜି (LPG) କନେକ୍ସନର ଇ-କେୱାଇସି (e-KYC) କରିନାହାନ୍ତି, ତେବେ ୧୬ ଅଗଷ୍ଟ ୨୦୨୬ ପୂର୍ବରୁ ଏହି କାମ ନିଶ୍ଚୟ ଶେଷ କରିନିଅନ୍ତୁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri