ମାସେ ଭିତରେ ଘରୋଇ ବ୍ୟାଙ୍କରୁ ମହାପ୍ରଭୁଙ୍କ ଟଙ୍କା ଫେରୁ, ନଚେତ ବାଚସ୍ପତି ସମ୍ଭାଳି ପାରିବେନି: ସୁର

ଭୁବନେଶ୍ୱର,୧୩।୩(ବ୍ୟୁରୋ): ୟେସ୍‌ ବ୍ୟାଙ୍କରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କା ନେଇ କଂଗ୍ରେସର ବରିଷ୍ଠ ନେତା ତଥା ଜଟଣୀ ବିଧାୟକ ସୁରେଶ(ସୁର) କୁମାର ରାଉତରାୟ ଶୁକ୍ରବାର ବର୍ଷିଛନ୍ତି। ବିଧାନସଭା ବାହାରେ ଗଣମାଧ୍ୟମକୁ ପ୍ରତିକ୍ରିୟା ରଖି ସୁର କହିଛନ୍ତି, ଗୃହ କମିଟି ଗଠନ ହେଉ, ମାସେ ଭିତରେ ଟଙ୍କା ଫେରୁ। ମାସେ ଭିତରେ ଟଙ୍କା ନ ଫେରିଲେ ବାଚସ୍ପତି ସମ୍ଭାଳି ପାରିବେନି। କେଉଁ ବିଜୟ ଭାଇ, ପ୍ରଦୀପ ଭାଇ ସରକାରଙ୍କ ପିଠିରେ ପଡ଼ିବେ ନାହିଁ।ୟେସ୍‌ ବ୍ୟାଙ୍କକୁ ଟଙ୍କା କିଭଳି ଗଲା, କିଏ ନେଲା କୁହନ୍ତୁ। ଜଣେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଫାଇନାନ୍ସ କମିଟିକୁ କିଭଳି ଗଲେ କୁହନ୍ତୁ।

ପ୍ରକାଶ ଯେ, ଉକ୍ତ ପ୍ରସଙ୍ଗରେ ବୁଧବାରଠାରୁ ବିଧାନସଭାରେ ଆଲୋଚନା ହୋଇଆସୁଛି। ଏପରିକି ବିରୋଧୀମାନେ ଗୃହକୁ ଅଚଳ କରୁଛନ୍ତି। ୟେସ୍‌ ବ୍ୟାଙ୍କରେ ମହାପ୍ରଭୁଙ୍କ ୫୪୫ କୋଟି ଟଙ୍କା ରଖିବାକୁ ଅନୁମତି କିଏ ଦେଲା। ଏଥିରେ କାହାର ହାତ ଅଛି। ପ୍ରଥମେ ଶ୍ରୀଜଗନ୍ନାଥଙ୍କ ବ୍ରହ୍ମବିଭ୍ରାଟ ପରେ ରତ୍ନଭଣ୍ଡାର ଚାବି ହଜିବା ଆଉ ଏବେ ମହାପ୍ରଭୁଙ୍କ ଟଙ୍କା ବୁଡ଼ିବା ପରିସ୍ଥିତି ସୃଷ୍ଟି ହୋଇଛି। ତିରୁପତି ଟ୍ରଷ୍ଟ ବ୍ୟାଙ୍କରୁ ଟଙ୍କା ଉଠାଇ ନେଇଥିବାବେଳେ ରାଜ୍ୟ ସରକାର ନିଦାବିଷ୍ଣୁ ହୋଇଗଲେ। ଏବେ ଟଙ୍କା ବୁଡ଼ିବା ପରିସ୍ଥିତି ବୋଲି ବିରୋଧୀମାନେ ଦର୍ଶାଇବା ସହ ସରକାରଙ୍କୁ ଘେରି ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri