ମାସ୍କ କିଣାବିକା ଦୁର୍ନୀତି ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ଖୋର୍ଦ୍ଧା ଅଫିସ,୧୧ା୬: ରାଜ୍ୟରେ କରୋନା ଭୂତାଣୁ କାୟା ବିସ୍ତାର କରିବାରେ ଲାଗିଛି। କରୋନା ମୁକାବିଲା ପରିବର୍ତ୍ତେ ରାଜ୍ୟରେ ମାସ୍କ କିଣାବିକା ଦୁର୍ନୀତି ଚାଲିଛି। ଏହାର ପ୍ରତିବାଦରେ ଗୁରୁବାର ଖୋର୍ଦ୍ଧା ଜିଲା କଂଗ୍ରେସ କମିଟି ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ମୁଖ୍ୟମନ୍ତ୍ରୀ ଓ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରାଯାଇଛି। ସିବିଆଇ ତଦନ୍ତ ଦାବିରେ କଂଗ୍ରେସ କର୍ମୀମାନେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଏନେଇ ଜଟଣୀ ବିଧାୟକ ସୁର ରାଉତରାୟ କହିଛନ୍ତି, ଦୀର୍ଘ ୨୦ ବର୍ଷର ନିର୍ମଳ ସରକାର ଦୁର୍ନୀତିରେ ଫସିଛନ୍ତି। କରୋନା ଆତଙ୍କରେ ଆଜି ସାରା ଦେଶ ସଂଘର୍ଷ କରୁଥିବା ବେଳେ ନବୀନ ସରକାର କୋଭିଡ୍‌-୧୯ ମେଡିକାଲ ସାମଗ୍ରୀ ଓ ମାସ୍କ କିଣାବିକା ନାଁରେ କୋଟିକୋଟି ଟଙ୍କା ହେରଫେର୍‌ କରିଛନ୍ତି। ଗରିବ ଖଟିଖିଆଙ୍କ ଟଙ୍କାରେ ସଚିବ,ମନ୍ତ୍ରୀ ମଉଜ କରୁଛନ୍ତି। ଗତ ଅଢ଼େଇ ମାସ ହେଲାଣି ସାଧାରଣ ଜନତା କାମଧନ୍ଦା ନ ପାଇ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଆହ୍ବାନରେ ସାରା ରାଜ୍ୟରେ କଂଗ୍ରେସ ପ୍ରତିବାଦ କରିବ। ଏଥିସହିତ ବିଧାୟକ ସୁର ରାଉତରାୟ ପ୍ରମିଳା ମଲ୍ଲିକଙ୍କୁ ଟାର୍ଗେଟ କରିଥିଲେ। ମାସ୍କ ଦୁର୍ନୀତିରେ ସେ ସଫେଇ ଦେବା ହାସ୍ୟାସ୍ପଦ। ସେ ସାଧାରଣ ଜନତାଙ୍କ ଉଦ୍ଦେଶ୍ୟରେ କହିଛନ୍ତି, ଖୋର୍ଦ୍ଧା ଓ ଜଟଣୀ ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ନିଜେ ସଚେତନ ହୁଅ। କୌଣସି ସରକାର କାହାକୁ ରକ୍ଷା କରିପାରିବେନି। କାମ ନ ଥିଲେ ଘରେ ରୁହ। ମାସ୍କ ଓ ସାମାଜିକ ଦୂରତା ବଜାୟ ରଖି କାର୍ଯ୍ୟ କରିବାକୁ ପରାମର୍ଶ ସୁର ରାଉତରାୟ ପରାମର୍ଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri