ମାସ୍କ ନ ପିନ୍ଧିଲେ ମିଳିବନି ସାମଗ୍ରୀ

ଢେଙ୍କାନାଳ ଅଫିସ, ୨୬।୪ – କରୋନା ସଂକ୍ରମଣ ପ୍ରତିହତ କରିବାକୁ ମାର୍ଚ୍ଚ ୨୫ରୁ ଲକ୍‌ଡାଉନ୍‌ ଜାରି ରହିଛି। ଲୋକମାନଙ୍କ ସୁବିଧା ଏବଂ ଗ୍ରାମାଞ୍ଚଳ ଅର୍ଥନୀତିକୁ ଟ୍ରାକ୍‌କୁ ଫେରାଇ ଆଣିବାକୁ ଶନିବାର ତାଲାବନ୍ଦ ନିୟମରେ ସାମାନ୍ୟ କୋହଳ କରାଯାଇଛି। ରାଜ୍ୟ ସରକାରଙ୍କ ପରିବର୍ତ୍ତିତ ନିର୍ଦ୍ଦେଶନାମା ଅନୁଯାୟୀ ପୌରାଞ୍ଚଳ ଏବଂ ବିଜ୍ଞପିତ ଅଞ୍ଚଳ ପରିଷଦ ବାହାରେ ଥିବା ଦୋକାନ ଖୋଲା ରହିବ। ତେବେ ମାସ୍କ ନ ପିନ୍ଧିଲେ କୌଣସି ଦୋକାନରୁ ସାମଗ୍ରୀ ମିଳିବ ନାହିଁ। ସେହିପରି ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ସୂଚନା ଦେଇଛନ୍ତି।
ସଂକ୍ରମଣ ଆଶଙ୍କା ବୃଦ୍ଧି କରୁଥିବା ବ୍ୟବସାୟିକ ପ୍ରତିଷ୍ଠାନ ଯଥା, ମଲ୍‌, ହୋଟେଲ୍‌, ରେଷ୍ଟୁରାଣ୍ଟ, ଚା’ ଦୋକାନ, ପାନ ଦୋକାନ, ଉଠା ଜଳଖିଆ ଦୋକାନ, ଜୁସ୍‌ ସେଣ୍ଟର, ସେଲୁନ୍‌ ଓ ବିଉଟି ପାର୍ଲର, ଧର୍ମପୀଠ ନିକଟ ଭୋଗ ଦୋକାନକୁ ଏଥିରୁ ବାଦ୍‌ ଦିଆଯାଇଛି। ପୂର୍ବଭଳି ଏସବୁ ବ୍ୟବସାୟିକ ଅନୁଷ୍ଠାନ ଖୋଲିବାକୁ ଅନୁମତି ମିଳିନାହିଁ। ଏହାକୁ ବାଦ୍‌ ଦେଲେ ଅନ୍ୟ ସମସ୍ତ ଦୋକାନ ଖୋଲିବ। ଖୋଲିଥିବା ଦୋକାନ ୫୦% କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ହେବ। ସମସ୍ତେ ମାସ୍କ ବ୍ୟବହାର କରିବା ବାଧ୍ୟତାମୂଳକ କରାଯାଇଛି।
ଏ ନେଇ ଜିଲାପାଳ କୁହନ୍ତି, ମ୍ୟୁନିସିପାଲିଟି ଏବଂ ଏନ୍‌ଏସି ଅଞ୍ଚଳରେ ପୂର୍ବ ନିର୍ଦ୍ଦେଶନାମା ଅନୁଯାୟୀ ଦୋକାନଗୁଡ଼ିକ ଖୋଲାରହିବ। ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳର ସମସ୍ତ ଦୋକାନ ପୂର୍ବ ନିର୍ଦ୍ଧାରିତ ସମୟ ସକାଳ ୭ଟାରୁ ଦିନ ୧୧ଟା ଯାଏ ଖୋଲିବ। ଏଥିରେ ଖିଲାପ କଲେ ଆଇନ ଅନୁଯାୟୀ ଦଣ୍ଡିତ କରାଯିବ ବୋଲି ଜିଲାପାଳ ଏକ ପ୍ରେସ୍‌ ବିଜ୍ଞପ୍ତି ମାଧ୍ୟମରେ ଜଣାଇଛନ୍ତି। ସୂଚନାଯୋଗ୍ୟ, ଜିଲାରେ ଢେଙ୍କାନାଳ ପୌରସଂସ୍ଥା ସମେତ କାମାକ୍ଷାନଗର, ଭୁବନ ଏବଂ ହିନ୍ଦୋଳ ଏନ୍‌ଏସି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri