ମାସ୍କ ନ ପିନ୍ଧି ତଣ୍ଡ ଗଣିଲେ ୯ ଅମାନିଆ, ୮ ଫେରାର

ବିଜେପୁର,୧୨।୪(ଡି.ଏନ୍‌.ଏ.): କରୋନା ସଂକ୍ରମଣରୁ ଦୂରେଇ ରହିବାକୁ ମାସ୍କ ପିନ୍ଧିବା ପାଇଁ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି। ହେଲେ ବହୁ ଅମାନିଆ ଏହାକୁ ଖାମଖିଆଲୀ ଭାବେ ନେଇ ମାସ୍କ ପିନ୍ଧୁ ନାହାନ୍ତି। ଫଳରେ ବରଗଡ଼ ଜିଲା ବିଜେପୁର ଏନ୍‌ଏସି ପକ୍ଷରୁ ଅଚାନକ ଚଢାଉ ଅଭିଯାନ ଆରମ୍ଭ ହୋଇଛି। ଏହି କ୍ରମରେ ରବିବାର ସର୍ବସାଧାରଣ ସ୍ଥାନରେ, ଦୋକାନରେ, ବାଇକରେ ଯିବାବେଳେ ତଥା ଖୁଲମଖୁଲା ତାସ ଖେଳ ଖେଳୁଥିବା ଲୋକ ଏହି ଚଢାଉବେଳେ ଧରା ପଡିଥିଲେ। ତହସିଲଦାର କୁଳମଣି ରଣବିଡା, ଏନ୍‌ଏସି କାର୍ଯ୍ୟର୍ନିବାହୀ ଅଧିକାରୀ ରୁକ୍ମଣ ମେହେର ଉକ୍ତ ଚଢାଉ ଅଭିଯାନରେ ସାମିଲ ହୋଇଥିଲେ। ଏନେଇ ଏନ୍‌ଏସି କାର୍ଯ୍ୟର୍ନିବାହୀ ଅଧିକାରୀ ରୁକ୍ମଣ ମେହେରଙ୍କୁ ପଚାରିବାରୁ ୯ଜଣଙ୍କଠାରୁ ଦୁଇଶହ ଟଙ୍କା ଲେଖାଏ ଜରିମାନା ଆଦାୟ ହୋଇଛି। ଅପରପକ୍ଷେ କନ୍ଧରାରେ ତାସ ଖେଳ ଖେଳୁଥିବା ଲୋକଙ୍କୁ ଚଢାଉ କରାଯାଇ ଥିଲା। ହେଲେ ସେମାନଙ୍କ ମଧ୍ୟରୁ ୮ଜଣ ଖସି ଯାଇଛନ୍ତି। ସେମାନେ ଆମ କାର୍ଯ୍ୟାଳୟକୁ ଆସି ଜରିମାନା ପ୍ରଦାନ ନ କଲେ ବାଧ୍ୟ ହୋଇ ତାଙ୍କ ନାମରେ ଥାନାରେ ଲିଖିତ ଅଭିଯୋଗ କରାଯିବ। ଏହିପରି ଅଚାନକ ଚଢାଉ ଅଭିଯାନ ଜାରି ରହିବ ବୋଲି ସେ କହିଛନ୍ତି। ଉକ୍ତ ଚଢାଉ ଯୋଗୁ ସାଧାରଣରେ ଭୟ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ଝଟ୍‌କା: ବିଜେଡି ଛାଡ଼ିଲେ ପୂର୍ବତନ ପୌରାଧ୍ୟକ୍ଷ

ଝାରସୁଗୁଡ଼ା,୧୮ା୪(ସଞ୍ଜୟ ମାଲି): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଟାଉନ ବିଜେଡି ସଭାପତି ତଥା ବେଲପାହାଡ଼ ପୌର ପରିଷଦ ପୂର୍ବତନ ଅଧ୍ୟକ୍ଷ କୈଳାସ ନାଏକ ବିଜେଡି ଛାଡିଥିବା ନେଇ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

ସୂଚନା ଅଧିକାରୀଙ୍କୁ ୨୫ ହଜାର ଟଙ୍କା ଜୋରିମନା

ହାଟଡିହୀ,୧୮l୪(ଶୁଭକାନ୍ତ ନାୟକ): ଓଡିଶା ସୂଚନା କମିଶନଙ୍କ ତରଫରୁ ଏକ ମାମଲା ବିଚାର କରି କମିଶନର ବି.କେ. ମହାପାତ୍ର କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜନ ସୂଚନା...

ବିଜେଡିର ବଢୁଛି ବଳ: ଦଳରେ ସାମିଲ ହେଲେ ଅନେକ କଂଗ୍ରେସ-ଭାଜପା କର୍ମୀ

ଦାରିଙ୍ଗବାଡି, ୧୮।୪ (ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ଦିନକୁ ଦିନ ବଳ ବୃଦ୍ଧି ହେବାରେ ଲାଗିଛି। ଗତ ସପ୍ତାହରେ ଦାରିଙ୍ଗବାଡିଠାରେ...

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି...

ସମ୍ବଲପୁରରେ ସରଗରମ ହେଉଛି ରାଜନୀତି, ଧର୍ମେନ୍ଦ୍ରଙ୍କୁ ସିଧା ଟାର୍ଗେଟ କଲେ ବବି ଦାସ

ସମ୍ବଲପୁର,୧୮।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ଏହାରି ଭିତରେ ରାଜ୍ୟର ହେଭିଓ୍ବେଟ ଲଢେଇ ହେବାକୁ ଯାଉଥିବା ସମ୍ବଊପୁରରେ ଏବେ...

ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍‌ରେ ଲଢିବେ ନିର୍ବାଚନ

ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି।...

ଅଙ୍ଗଦାନ କରିଥିବା ମହିଳାଙ୍କୁ ଦିଆଗଲା ଗାର୍ଡ ଅଫ ଅନର

ହାଟଡିହୀ,୧୮l୪(ଶୁଭକାନ୍ତ ନାୟକ): ବିଭିନ୍ନ ସମୟରେ ଅଙ୍ଗଦାନ କରୁଥିବା ବ୍ୟକ୍ତି ବିଶେଷ ଏକ ସ୍ବତନ୍ତ୍ର ଉଦାହରଣ ସୃଷ୍ଟି କରି ସମାଜକୁ ଏକ ନୂତନ ଦିଗଦର୍ଶନ ଦେଇଥାନ୍ତି, ଯାହାକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri