Posted inଜାତୀୟ

ମାସ୍କ ପିନ୍ଧି ନ ଥିବାରୁ ପୋଲିସ ଭିଆଇଲା ଏଭଳି କାଣ୍ଡ

ଯୋଧପୁର,୫।୬: କିଛି ଦିନ ତଳେ ଆମେରିକାରେ ପୋଲିସର ବର୍ବରତା ଯୋଗୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା। କିଛି ପୋଲିସକର୍ମୀ ଜର୍ଜ ଫ୍ଲୋଏଡ୍‌ ନାମକ ବ୍ୟକ୍ତିଙ୍କ ମୁଣ୍ଡକୁ ଆଣ୍ଠୁରେ ଚାପିଦେଇଥିଲେ। ଫଳରେ ଅଣନିଃଶ୍ୱାସୀ ହୋଇ ଜର୍ଜଙ୍କ ମୃତ୍ୟୁ ହୋଇଥିଲା। ତେବେ ଆମେରିକା ଭଳି ଏକ ଘଟଣା ରାଜସ୍ଥାନର ଯୋଜଧପୁରରେ ଦେଖିବାକୁ ମିଳିଛି। ଗୁରୁବାର ଯୋଧପୁରରେ ପୋଲିସର ବର୍ବରତାର ଚିତ୍ର ସାମ୍ନାକୁ ଆସିଛି। ଯାହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୂଚନାଯୋଗ୍ୟ, ଚୌପାସନି ହାଉସିଂ ବୋର୍ଡ ନିକଟରେ ମୁକେଶ ପ୍ରଜାପତ ନାମକ ଜଣେ ବ୍ୟକ୍ତି ମାସ୍କ ନ ପିନ୍ଧି ଠିଆ ହୋଇଥିଲେ। ସେହି ସମୟରେ ପୋଲିସ ଚଢ଼ାଉ କରି ଆଇନ ଉଲ୍ଲଂଘନ ଅଭିଯୋଗରେ ତାଙ୍କର ଚାଲାଣ କାଟିବାକୁ ଯାଉଥିଲେ। ସେହି ସମୟରେ ଉକ୍ତ ବ୍ୟକ୍ତି ସେଠାରୁ ପଳାଇବାକୁ ଉଦ୍ୟମ କରିବା ସହିତ ପୋଲିସ ସହ ମାରପିଟ୍‌ କରିଥିଲେ। ବହୁ ଚେଷ୍ଟା ପରେ ପୋଲିସକର୍ମୀ ତାଙ୍କୁ କାବୁ କରିଥିଲେ ଏବଂ ଉକ୍ତ ବ୍ୟକ୍ତିଙ୍କୁ ନିଜ ଆଣ୍ଠୁରେ ବେକକୁ ଚାପି ଦେଇଥିଲେ। ୪୪ ଡିଗ୍ରୀ ତାପମାତ୍ରାରେ ରାସ୍ତାରେ ମୁକେଶଙ୍କ ବେକକୁ ଚାପି ଧରିବା ପୋଲିସର ଏଭଳି କାର୍ଯ୍ୟକୁ ନେଇ ଏବେ ସବୁ ମହଲରେ ନିନ୍ଦା କରାଯାଇଛି। ଏତଦ୍‌ ବ୍ୟତୀତ ପୋଲିସ ସହ ମାରପିଟ୍‌ ଓ ଆଇନ ଉଲ୍ଲଂଘନ ଅଭିଯୋଗରେ ମୁକେଶଙ୍କ ନାଁରେ ଦେବନଗର ଥାନାରେ ମାମଲା ରୁଜୁ କରାଯାଇଥିବା ଜଣାପଡ଼ିଛି। ଅପରପକ୍ଷେ ଏହି ଘଟଣାକୁ ନେଇ ଯୋଧପୁର ଡିସିପି ପ୍ରୀତି ଚନ୍ଦ୍ରା ସ୍ପଷ୍ଟୀକରଣ ରଖିଛନ୍ତି। ସେ କହିଛନ୍ତି, ପୋଲିସ ନିଜ ଆତ୍ମରକ୍ଷା ପାଇଁ ଏଭଳି ପଦକ୍ଷେପ ଗ୍ରହଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri