ମାସ୍କ ପିନ୍ଧି ବିବାହ

ପାଟଣା,୧୯।୫(ସ୍ବ.ପ୍ର.)-କରୋନା ଭାଇରସ୍‌ ସଂକ୍ରମଣ ପାଇଁ ସାରା ଦେଶରେ କଟକଣା ଘୋଷଣା କରାଯାଇଛି। ମେ ୧୮ ତାରିଖରୁ ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ୍‌ ଆରମ୍ଭ ହୋଇଛି। ଏହି ସମୟରେ ବିବାହ କାର୍ଯ୍ୟ ପାଇଁ ଅନୁମତି ମିଳିଛି। ମାସ୍କ ପିନ୍ଧି, ସାମାଜିକ ଦୂରତ୍ୱ ପାଳନ କରି ବିବାହ କାର୍ଯ୍ୟ କରିବାକୁ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତ କଈଣ୍ଡା ଗ୍ରାମରେ ରବିବାର ନିଆରା ଢଙ୍ଗରେ ଏକ ବିବାହ କାର୍ଯ୍ୟ ସମ୍ପନ୍ନ ହୋଇଛି। ସଦର ବ୍ଲକ ଅଞ୍ଜର ଗ୍ରାମର ସଚ୍ଚିଦାନନ୍ଦ ସାହୁଙ୍କ ଝିଅ ରିତାରାଣୀଙ୍କ ସହ ଚମ୍ପୁଆ ବ୍ଲକ ଷଡଙ୍ଗୀ ଗ୍ରାମର ମଧୁସୂଦନ ସାହୁଙ୍କ ସାନପୁଅ ମିତ୍ର ସୁନ୍ଦରଙ୍କ ମଧ୍ୟରେ ବୈଦିକ ରୀତିରେ ସମ୍ପନ୍ନ ହୋଇଛି। ବାହାଘର ସମ୍ପୂର୍ଣ୍ଣ ନିରାଡମ୍ବର ଭାବେ ହୋଇଥିଲା। ବାହାଘରରେ ନା ଥିଲା ରୋଶଣି ନା ବାଜିଥିଲା ସାହନାଇ ନା ସାଥିରେ ଥିଲେ ବରଯାତ୍ରୀ, କେବଳ ବର କନ୍ୟାଙ୍କ ସହ ବ୍ରାହ୍ମଣ ଓ କନ୍ୟା ମାତା ପିତା ଓ ବର ମାତା ପିତା। ସାମାଜିକ ଦୂରତା ଅବଲମ୍ବନ କରାଯାଇ ମୁହଁରେ ମାସ୍କ ବାନ୍ଧି ବିବାହ କାର୍ଯ୍ୟ ସମ୍ପନ୍ନ କରାଯାଇଥିଲା। କେବଳ ଶଙ୍ଖ ହୁଳ ହୁଳି ଆଉ ବ୍ରାହ୍ମଣଙ୍କ ମନ୍ତ୍ର ଉଚ୍ଚାରଣ ମଧ୍ୟରେ ଶେଷ ହୋଇଥିଲା ବିବାହ କାର୍ଯ୍ୟ। କରୋନା ପାଇଁ ଉପସ୍ଥିତ ଲୋକଙ୍କୁ ନବଦମ୍ପତି ମାସ୍କ, ସାନିଟାଇଜର ସହିତ ଅସହାୟ ଲୋକଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରିଥିଲେ। ଏଥିସହ ଏହି ନବଦମ୍ପତି ବିବାହକୁ ସ୍ମରଣୀୟ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ କେୟାର ଫଣ୍ଡ ଓ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ୫ହଜାର ଟଙ୍କା ଲେଖାଏଁ ଚେକ୍‌ ଆକାରରେ ସହାୟତା ରାଶି ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri