ମାସ୍କ, ସାନିଟାଇଜର୍‌ ବଣ୍ଟନ

ବାସୁଦେବପୁର,୧୧ା୫(ଡି.ଏନ୍‌.ଏ.)-ବାସୁଦେବପୁର ଠାରେ ଭଦ୍ରକ ଏମ୍‌ପି ମଞ୍ଜୁଲତା ମଣ୍ଡଳ ତାଙ୍କ ଆଞ୍ଚଳିକ ଅନୁଦାନ ପାଣ୍ଠିରୁ କରୋନା ଯୁଦ୍ଧାଙ୍କୁ ମାସ୍କ, ସାନିଟାଇଜର୍‌, ଗ୍ଲୋବସ୍‌, କ୍ୟାପ ଆଦି ସାମଗ୍ରୀ ସୋମବାର ବଣ୍ଟନ କରିଛନ୍ତି। ବାସୁଦେବପୁର ଟାଉନହଲରେ ପ୍ରଥମେ ଏମ୍‌ପି ମଣ୍ଡଳ ଗଣମାଧ୍ୟମ ପ୍ରତିନିଧିଙ୍କୁ ଏହି ସାମଗ୍ରୀ ବଣ୍ଟନ କରିଥିଲେ। ପରେ ବାସୁଦେବପୁର ଡାକ୍ତରଖାନାରେ ପହଞ୍ଚି ମୁଖ୍ୟ ଚିକିତ୍ସାଧିକାରୀ ଡା. ସୁଶାନ୍ତ କୁମାର ସାମନ୍ତ, ବରିଷ୍ଠ ଡାକ୍ତର ଭଜହରି ସାହୁଙ୍କ ସମେତ ସମସ୍ତ ଡାକ୍ତର ସ୍ବାସ୍ଥ୍ୟ କର୍ମଚାରୀ, ଆଶାକର୍ମୀ, ଫାର୍ମାସିଷ୍ଟ, ଷ୍ଟାଫ୍‌ନର୍ସ ପ୍ରମୁଖ କରୋନା ଯୁଦ୍ଧାଙ୍କୁ ଏମ୍‌ପି ନିଜ ହାତରେ ଏହି ମାସ୍କ ପିନ୍ଧାଇବା ସହିତ ଅନ୍ୟ ଆନୁଷଙ୍ଗିକ ସାମଗ୍ରୀ ବଣ୍ଟନ କରି ସେମାନଙ୍କ ମନୋବଳକୁ ବୃଦ୍ଧି କରିଛନ୍ତି। ପରେ ବ୍ଲକ ପୌରପାଳିକା କାର୍ଯ୍ୟାଳୟ ଥାନାରେ କାର୍ଯ୍ୟରତ କର୍ମଚାରୀଙ୍କୁ ଏହି ସାମଗ୍ରୀ ଏମ୍‌ପି ବଣ୍ଟନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଧାମନଗର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଏମ୍‌ପିଙ୍କ ପ୍ରତିନିଧି ସୁରେଶ ଚନ୍ଦ୍ର ମହାନ୍ତି, ଯୁବ ସାମାଜିକ କର୍ମୀ ଦେବଦର୍ଶନ ଦାଶ, ପୂର୍ବତନ ସରପଞ୍ଚ ଭାଗିରଥି ବଳ, ବିଡିଓ ପ୍ରଣବ କୁମାର ବେହେରା, ପୌର ନିର୍ବାହୀ ଅଧିକାରୀ ତାପସ ରଞ୍ଜନ ଜେନା, ଆଇଆଇସି ମଧୁମିତା ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

odisha floods: ପାଣି ଘେରରେ କେନ୍ଦ୍ରାପଡ଼ାର ୭ ବ୍ଲକ

କେନ୍ଦ୍ରାପଡ଼ା,୩୧।୭: କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆର ଆୟର ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଜିଲାର ୭ଟି ବ୍ଲକ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଥିବା ଜିଲାପାଳ ଗଣମାଧ୍ୟମ…

ଆସନ୍ତାକାଲି ଖୋଲିବ ଭିତରକନିକା, ଭ୍ରମଣର ମଜା ନେଇପାରିବେ ପର୍ଯ୍ୟଟକ

କେନ୍ଦ୍ରାପଡ଼ା,୩୧ା୭: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ୍‌ ଶନିବାର ଖୋଲିବ କେନ୍ଦ୍ରାପଡ଼ା ଜିଲାର ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ। ପ୍ରକୃତିପ୍ରେମୀ ତଥା ପର୍ଯ୍ୟଟକମାନେ ପୁଣି ଥରେ…

‘ଭଞ୍ଜ ସାହିତ୍ୟର ସୃଜନଶୀଳତାକୁ ନେଇ ଚିନ୍ତନର ଆବଶ୍ୟକତା ରହିଛି’

ଭଞ୍ଜନଗର,୩୧ା୭(ବାବୁଲା ପ୍ରଧାନ): ଓଡ଼ିଆ ସାହିତ୍ୟ ଜଗତର ଅମର ସ୍ରଷ୍ଟା କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ସାହିତ୍ୟ ଓ ସୃଜନଶୀଳତାକୁ ନେଇ ଗଭୀର ଆଲୋଚନା ଓ ଚିନ୍ତନର ଆବଶ୍ୟକତା ରହିଛି।…

Odisha Floods: ଆଉ ୧୨ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୩୧।୭ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ସାଙ୍ଗକୁ ଜଳସ୍ତର ମଧ୍ୟ ବଢ଼ିବାରେ ଲାଗିଛି। ଫଳରେ ଶୁକ୍ରବାର ଜଳଭଣ୍ଡାରରୁ ପୁଣିଥରେ ଦୁଇଟି ପର୍ଯ୍ୟାୟରେ…

‘ଆମ ପାଖରେ ଧୋନି ନାହାଁନ୍ତି,’ ଇଂଲଣ୍ଡ ପ୍ରଶିକ୍ଷକ ହେବା ପରେ ଷ୍ଟିଫେନ ଫ୍ଲେମିଂଙ୍କୁ ‘ଚେତାବନୀ’ ମିଳିଛି

ନୂଆଦିଲ୍ଲୀ,୩୧।୭: ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ ସହିତ ଦୀର୍ଘ ସମୟ ଧରି କାର୍ଯ୍ୟ କରିଥିବା ଷ୍ଟିଫେନ ଫ୍ଲେମିଂଙ୍କୁ ଏବେ ଇଂଲଣ୍ଡ ଟେଷ୍ଟ ଦଳର ପ୍ରଶିକ୍ଷକ ନିଯୁକ୍ତ କରାଯାଇଛି।…

ବନ୍ୟା ବିପନ୍ନଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ, ମିଳିବ…

ଭୂବନେଶ୍ୱର,୩୧।୭: ବନ୍ୟାସ୍ଥିତିର ସମୀକ୍ଷା ପରେ ରାଜସ୍ବ ମନ୍ତ୍ରୀ ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀରେ ବନ୍ୟା ଜଳ ବଢୁଥିବା ଗଣମାଧ୍ୟମ ଆଗରେ ମନ୍ତ୍ରୀ ପ୍ରକାଶ କରିଛନ୍ତି। କେବଳ…

ସାଧୁ ବେଶରେ ସଂସଦ ଆସିଲେ ପପ୍ପୁ ଯାଦବ, ଦାନ ଦେଲେ ଏମପି

ପାଟନା,୩୧।୭: ବିହାର ପୁର୍ନିଆର ଏମପି ପପ୍ପୁ ଯାଦବ ଅଯୋଧ୍ୟା ରାମ ମନ୍ଦିର ଚାନ୍ଦା ସଂଗ୍ରହରେ କଥିତ ଅନିୟମିତତା ପ୍ରସଙ୍ଗକୁ ନେଇ ସଂସଦ ପରିସରରେ ପ୍ରତିବାଦ କରିଛନ୍ତି ।…

ବସ୍‌ ଷ୍ଟପ ଅଛି, ବସ୍‌ ଆସୁନାହିଁ: ମୁଖ୍ୟମନ୍ତ୍ରୀ ବସ୍‌ ସେବାରୁ ବଞ୍ଚିତ ଅଞ୍ଚଳବାସୀ

ଅମରପାଲି,୩୧ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଖଣ୍ଡହତା ପଞ୍ଚାୟତର ସୀମାବର୍ତ୍ତୀ ଉପାନ୍ତ ଗ୍ରାମ ସାହାଜଲଥାରେ ସରକାରୀ ଖର୍ଚ୍ଚରେ ଯାତ୍ରୀ ପ୍ରତୀକ୍ଷାଳୟ (ବସ୍‌ ଷ୍ଟପ୍‌) ନିର୍ମାଣ ହୋଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri