Posted inପୁରୀ

ମାସ୍କ, ସାବୁନ ବାଣ୍ଟି ସଚେତନ କଲେ ମହିଳା

ଗୋପ,୧ା୪(ଡି.ଏନ୍‌.ଏ)- କରୋନା ସଂକ୍ରମଣ ରୋକିବା ନେଇ ସରକାର ସଚେତନତାଠାରୁ ଆରମ୍ଭ କରି ଲକଡାଉନ ଭଳି ବ୍ୟାପକ ପଦକ୍ଷେପ ନେଇଛନ୍ତି। ଏଭଳି ସମୟରେ ଗୋପ ବ୍ଲକ ଗଣେଶ୍ୱରପୁର ପଞ୍ଚାୟତ ଅଧୀନ ସୁବର୍ଣ୍ଣପୁର ଗ୍ରାମର ମିନାକ୍ଷୀ ପୁଷ୍ଟି ଗାଁ ଗଁା ବୁଲି ମାସ୍କ ଓ ସାବୁନ ବାଣ୍ଟି ଲୋକଙ୍କୁ କରୋନା ସଚେତନତା କରୁଛନ୍ତି। ବ୍ଲକର ମହିଳା ମହାସଂଘର ସଭାପତି ପୁଷ୍ଟି ବିଭିନ୍ନ ସମୟରେ ଘଟୁଥିବା ପ୍ରାକୃତିକ ଦୁର୍ବିପାକରେ ସାଧାରଣ ଲୋକଙ୍କ ନିକଟରେ ପହଞ୍ଚି ଯଥାସମ୍ଭବ ସାହାଯ୍ୟ କରିଆସୁଛନ୍ତି। ଲକଡାଉନ ଯୋଗୁ ଗାଁ ଗହଳିରେ ସାଧାରଣ ଲୋକେ ଘରେ ରହୁଥିବାବେଳେ ମିନାକ୍ଷୀ ନିଜେ ଗଣେଶ୍ୱରପୁର ପଞ୍ଚାୟତରେ ଥିବା ୧୮୦୦ ଶହରୁ ଊଦ୍ଧର୍‌ବ ପରିବାରକୁ ଗୋଟିଏ ମାସ୍କ, ସାବୁନ ବାଣ୍ଟିବା ସହ ସାମାଜିକ ଦୂରତା ବଜାୟ ରଖିବା, ଘରେ ରହିବାକୁ ଲୋକଙ୍କୁ ବୁଝାଇଛନ୍ତି। ସେ ନିଜ ଉଦ୍ୟମରେ ମାସ୍କ ତିଆରି କରିବା ସହ ନିଜ ଖର୍ଚ୍ଚ କାଟ କରି ସାବୁନ କ୍ରୟ କରିଥିବା କହିଛନ୍ତି। ତାଙ୍କର ଏହି ସଚେତନତା କାର୍ଯ୍ୟକ୍ରମ ନିଶ୍ଚିତ ଗ୍ରାମାଞ୍ଚଳର ଲୋକଙ୍କ ଲାଗି ସହାୟକ ହୋଇପାରିବ ବୋଲି କହିଛନ୍ତି। ମିନାକ୍ଷୀଙ୍କ ଏପରି ସଚେତନତା କାର୍ଯ୍ୟକ୍ରମ ଲାଗି ସାଧାରଣରେ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

ନିୟମ ବଦଳାଇଲେ କେନ୍ଦ୍ର ସରକାର, ଏଥର ବିନା ପ୍ରେସକ୍ରିପସନରେ ମିଳିବନି କଫ ସିରପ୍‌

ନୂଆଦିଲ୍ଲୀ,୧୬।୬: କାଶ ସିରପ ସମେତ ବିଭିନ୍ନ ଔଷଧୀୟ ସିରପ କିଣିବା ପାଇଁ ଏବେ ସାରା ଦେଶରେ ଡାକ୍ତରଙ୍କ ପ୍ରେସକ୍ରିପସନ ବାଧ୍ୟତାମୂଳକ ହେବ। ଔଷଧ ନିୟମ, ୧୯୪୫ ସଂଶୋଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri