ମାସ୍କ, ହ୍ୟାଣ୍ଡ୍‌ ସାନିଟାଇଜର ଅତ୍ୟାବଶ୍ୟକ ସାମଗ୍ରୀ ଘୋଷିତ, ଯାଞ୍ଚ କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୬।୩(ବ୍ୟୁରୋ): କରୋନା ଭାଇରସ୍‌ ସଂକ୍ରମଣ ରୋକିବା ପାଇଁ ମାସ୍କ ଓ ହ୍ୟାଣ୍ଡ୍‌ ସାନିଟାଇଜରର ଜରୁରୀ ଆବଶ୍ୟକତା ରହିଛି। ଏପରିସ୍ଥଳେ ମାସ୍କ ଓ ହ୍ୟାଣ୍ଡ୍‌ ସାନିଟାଇଜରକୁ ଅତ୍ୟାବଶ୍ୟକ ସାମଗ୍ରୀ ଭାବେ ଘୋଷଣା କରାଯାଇଛି। ଭାରତ ସରକାରଙ୍କ ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରଣାଳୟ ପକ୍ଷରୁ ଏ ସଂକ୍ରାନ୍ତରେ ଗେଜେଟ୍‌ ବିଜ୍ଞପ୍ତି ପ୍ରକାଶ ପାଇଛି। ଅତ୍ୟାବଶ୍ୟକ ସାମଗ୍ରୀ ଆଇନ୍‌ ୧୯୫୫ ଅନୁଯାୟୀ ମାସ୍କ (୨ପ୍ଲାଇ ଏବଂ ୩ପ୍ଲାଇ), ସର୍ଜିକାଲ ମାସ୍କ, ଏନ୍‌-୯୫ ମାସ୍କ ଓ ହ୍ୟାଣ୍ଡ୍‌ ସାନିଟାଇଜରକୁ ଅତ୍ୟାବଶ୍ୟକ ସାମଗ୍ରୀ ଅନ୍ତର୍ଭୁକ୍ତ କରାଯାଇଛି। ଏ ନେଇ ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ରବିବାର ସମସ୍ତ ଜିଲାପାଳଙ୍କୁ ଅବଗତ କରାଯିବା ସହ ଏ ଦିଗରେ ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି। ଯେପରି ଆବଶ୍ୟକ ପରିମାଣର ଉପଲବ୍ଧ ରହିବ ସେଥିପାଇଁ ଗୁରୁତ୍ୱ ଦେବାକୁ କୁହାଯାଇଛି। ଏଥିସହ କଳାବଜାର ରୋକିବାକୁ ଚଢ଼ାଉ ପାଇଁ ଏନ୍‌ଫୋର୍ସମେଣ୍ଟ ଅଧିକାରୀଙ୍କୁ ନିୟୋଜିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜିଲା ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ଗଠନ କରାଯାଇ ମାସ୍କ ଓ ହ୍ୟାଣ୍ଡ୍‌ ସାନିଟାଇଜର ଉପଲବ୍ଧତା ଓ ବିତରଣ ବ୍ୟବସ୍ଥାକୁ ନିୟନ୍ତ୍ରଣ କରିବା ପାଇଁ ପରାମର୍ଶ ଦିଆଯାଇଛି। ସେହିଭଳି ବେଆଇନ ଭାବେ ମହଜୁଦ୍‌ ଓ କଳାବଜାର ଏଡାଇବାକୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଯାଞ୍ଚ ବ୍ୟବସ୍ଥାକୁ କଡ଼ାକଡ଼ି କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହି ନିର୍ଦ୍ଦେଶନାମା ଆସନ୍ତା ଜୁନ୍‌ ୩୦ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଦିଲ୍ଲୀ ଗସ୍ତରେ ନବୀନ; ଭେଟିପାରନ୍ତି କିଛି…

ଭୁବନେଶ୍ୱର,୧୩।୭(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ତେବେ ସେ କେତେଦିନ ଲାଗି ଗସ୍ତ କରିଛନ୍ତି…

ମା’ ସୁଭଦ୍ରାଙ୍କୁ ‘ଶ୍ରୀମତୀ’ ବୋଲି ସମ୍ବୋଧନ କଲା ଇସ୍କନ, ବାଲୁକାଶିଳ୍ପୀ ସୁଦର୍ଶନ କହିଲେ…

ପୁରୀ, ୧୪।୭: ଇସ୍କନ (ISKCON) ପକ୍ଷରୁ ପ୍ରକାଶିତ ରଥଯାତ୍ରା ବାର୍ତ୍ତାକୁ ନେଇ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଇସ୍କନ…

ଜଣେ ସାଙ୍ଗ ସିନା ବଞ୍ଚିଗଲେ, ହେଲେ ଆଉ ଜଣେ ଫେରିଲେନି: ଭୀମକୁଣ୍ଡରେ ବୁଡ଼ି କେନ୍ଦ୍ରାପଡ଼ା ଯୁବକଙ୍କ ମୃତ୍ୟୁ

ପାଟଣା, ୧୪।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଆଜି ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଉଥିବା…

କାଲି ଭଦ୍ରକର ସମସ୍ତ ସ୍କୁଲ ଛୁଟି, ଜାଣନ୍ତୁ କାହିଁକି ହେଲା ଏଭଳି…

ଭଦ୍ରକ, ୧୪।୭: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ଷା ଯୋଗୁ ଛାତ୍ରଛାତ୍ରୀଙ୍କ…

ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀ ଦଧିବାମନ, ଦର୍ଶନ କରିବା ପାଇଁ…

ବରଗଡ଼, ୧୪।୭ (ପ୍ରେମାନନ୍ଦ ଖମାରୀ): ଦିନକ ପରେ ପବିତ୍ର ରଥଯାତ୍ରା ଥିବାରୁ ବରଗଡ଼ ଜିଲା ଭଟଲି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା…

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri