ମାହାଙ୍ଗା, ସାଲେପୁର ବିଦ୍ୟୁତ୍‌ ସେବା ସମ୍ପର୍କରେ ମନ୍ତ୍ରୀଙ୍କ ସମୀକ୍ଷା

ଭୁବନେଶ୍ୱର, ୧୩।୧୨(ବ୍ୟୁରୋ):ମାହାଙ୍ଗା ଏବଂ ସାଲେପୁର ନିର୍ବାଚନମଣ୍ଡଳୀରେ ନିରବଚ୍ଛିନ୍ନ ବିଦ୍ୟୁତ୍‌ ସେବା ଯୋଗାଣ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ମନ୍ତ୍ରୀ ଜେନାଙ୍କ ପ୍ରକୋଷ୍ଠରେ ଅନୁଷ୍ଠିତ ଏହି ବୈଠକରେ ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଯୋଗଦେଇ କହିଛନ୍ତି ଯେ, ନିରବଚ୍ଛିନ୍ନ ବିଦ୍ୟୁତସେବା ଯୋଗାଣ ନିମନ୍ତେ ଦେଖା ଯାଉଥିବା ବୈଷୟିକ ତ୍ରୁଟିକୁ ସୁଧାର ଆଣିବା ଦିଗରେ ଯୋଜନା କରାଯିବା ଦରକାର। ଏଥିଲାଗି ଅନୁଦାନ ବାଧକ ହେବନାହିଁ। ସାଲେପୁର-ଟାଙ୍ଗୀ ଏବଂ ମାହାଙ୍ଗା ନିର୍ବାଚନମଣ୍ଡଳୀ ଅଞ୍ଚଳରେ ଫନୀ ପରେ ଯୁଦ୍ଧକାଳୀନ ଭିତ୍ତିରେ ବିଦ୍ୟୁତ ସଂଯୋଗ ଦେବା ପାଇଁ ଅସ୍ଥାୟୀଭାବେ ବିଦ୍ୟୁତ ବ୍ୟବସ୍ଥା କରାଯାଇଥିଲା। ସେହିସବୁ ଅଞ୍ଚଳରେ ୭ଦିନ ମଧ୍ୟରେ ସର୍ଭେକରି ସେଗୁଡିକର ସ୍ଥାୟୀ ବ୍ୟବସ୍ଥା କରିବା ସକାଶେ ଏସ୍‌ଇ, କଟକ ଏବଂ ସେସୁ ମୁଖ୍ୟ କାର୍ଯ୍ୟାଳୟକୁ ଯୋଗାଯୋଗ କରିବା ପାଇଁ ସମସ୍ତ ସେକ୍‌ସନ୍‌ ଅଧିକାରୀଙ୍କୁ ମନ୍ତ୍ରୀ ମିଶ୍ର ନିର୍ଦ୍ଦେଶ ଦେଇଛନ୍ତି। ଅସୁରେଶ୍ବର ଏବଂ ଜାପଗୁଡ଼ାର ୩୩/୧୧ କେଭି ପ୍ରାଇମେରୀ ସବ୍‌ଷ୍ଟେଶନ୍‌ ଓଡିଏସ୍‌ଏସପି ଦ୍ବାରା ଆସନ୍ତା ଜାନୁୟାରୀ ୧୦ରେ କାର୍ଯ୍ୟକ୍ଷମ ହେବ। ମଙ୍ଗୁଳି, ବିଶିନାହାକାଣି, ନଗଶପୁର ଅଞ୍ଚଳରେ ୩୩/୧୧ କେଭି ପ୍ରାଇମେରୀ ସବ୍‌ଷ୍ଟେଶନ୍‌ ସ୍ଥାପନ ସକାଶେ ବୈଠକରେ ଆଲୋଚନା ହୋଇଛି। ମାହାଙ୍ଗା ଅଞ୍ଚଳରେ ନିରବଚ୍ଛିନ୍ନ ବିଦ୍ୟୁତ ସେବା ଯୋଗାଇଦେବା ଆବଶ୍ୟକ ହୋଇପଡ଼ିଛି। ୩୨/୩୩ କେଭି ଗ୍ରୀଡ଼୍‌ କିମ୍ବା ୨୨୦/୩୩ କେଭି ଗ୍ରୀଡ଼୍‌ ସ୍ଥାପନ ସକାଶେ ଓପିଟିସିଏଲ୍‌କୁ ସର୍ଭେ କାର୍ଯ୍ୟ କରିବା ନିମନ୍ତେ ବୈଠକରେ ସ୍ଥିର କରାଯାଇଥିଲା। ସୌଭାଗ୍ୟ ଯୋଜନାରେ ପ୍ରସ୍ତୁତ ହୋଇଥିବା ତାଲିକା ଯାଞ୍ଚ କରାଯାଇ ଯେଉଁ ପରିବାରର ନାମ ନାହିଁ ସେଗୁଡ଼ିକୁ ସଂଶୋଧନ କରି କାର୍ଯ୍ୟ ତ୍ବରାନ୍ବିତ କରିବା ଉପରେ ବୈଠକରେ ସବିଶେଷ ଆଲୋଚନା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

ଭାଜପାରେ ବଡ଼ ଅଦଳବଦଳ: ସ୍ମୃତି-ବସୁନ୍ଧରାଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୭।୮: ସଭାପତି ନୀତିନ ନବୀନ ନୂଆ ଟିମ୍‌ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ୧୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri