Posted inଜାତୀୟ

ମାୟାବତୀଙ୍କ ନିର୍ଦ୍ଦେଶକୁ ପାଳିଲେ ନାହିଁ ବିଧାୟକ: କହିଲେ, ଟୁଇଟ୍‌ ଦେଖି ନ ଥିଲି

ବେଙ୍ଗାଲୁରୁ, ୨୪।୭: କୁମାରସ୍ବାମୀ ସରକାରଙ୍କ ଆସ୍ଥାଭୋଟ ବେଳେ ବିଧାନସଭାରେ ଅନୁପସ୍ଥିତ ରହିଥିବା ବହୁଜନ ସମାଜ ପାର୍ଟି (ବିଏସ୍‌ପି)ର ଏକମାତ୍ର ବିଧାୟକ ଏନ୍‌. ମହେଶଙ୍କୁ ମଙ୍ଗଳବାର ରାତିରେ ନିଲମ୍ବନ କରାଯାଇଛି। ଆସ୍ଥାଭୋଟ ବେଳେ ଉପସ୍ଥିତ ରହି ସରକାରଙ୍କ ସପକ୍ଷରେ ମତଦାନ କରିବାକୁ ବିଏସ୍‌ପି ସୁପ୍ରିମୋ ମାୟାବତୀ ରବିବାର ବିଧାୟକ ମହେଶଙ୍କୁ ନିର୍ଦ୍ଦେଶ ଦେଇଥିଲେ। ହେଲେ ସେ ଦଳର ହାଇକମାଣ୍ଡଙ୍କ ନିର୍ଦ୍ଦେଶକୁ ଅବଜ୍ଞା କରିଥିବାରୁ ତାଙ୍କୁ ତତ୍କାଳ ନିଲମ୍ବନ କରାଯାଇଛି ବୋଲି ମାୟବତୀ ଟୁଇଟ୍‌ କରିଛନ୍ତି। ଦଳରୁ ନିଲମ୍ବିତ ହେବାପରେ ଏନ୍‌. ମହେଶ କହିଛନ୍ତି, ମାୟାବତୀ ଟୁଇଟ୍‌ କରିଥିବାର ମୋତେ ଜଣା ନ ଥିଲା। ଦଳରୁ ମୋତେ କାହିଁକି ନିଲମ୍ବିତ କରାଯାଇଛି ତାହା ମଧ୍ୟ ମୁଁ ଜାଣିନାହିଁ। ମୋତେ ତ କେବଳ ଆସ୍ଥା ଭୋଟରୁ ଦୂରେଇ ରହିବାକୁ କୁହାଯାଇଥିଲା ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ୨୦୧୮ ବିଧାନସଭା ନିର୍ବାଚନରେ ଜେଡିଏସ୍‌ ସହ ବିଏସ୍‌ପି ମେଣ୍ଟ କରି ଲଢ଼ିଥିଲା। କେବଳ ମହେଶ ଜିତିଥିବାବେଳେ କ୍ୟାବିନେଟରେ ତାଙ୍କୁ ଶିକ୍ଷାମନ୍ତ୍ରୀ କରାଯାଇଥଲା। ୨୦୧୮ ଅକ୍ଟୋବରରେ ସେ ବ୍ୟକ୍ତିଗତ କାରଣ ଦର୍ଶାଇ ଇସ୍ତଫା ଦେଇଥିଲେ ହେଁ ମେଣ୍ଟ ସରକାରକୁ ସମର୍ଥନ ଜାରି ରହିବ ବୋଲି ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା…

ଦୁର୍ଗମ ଗାଁରେ ଉପଜିଲାପାଳଙ୍କ ଗସ୍ତ, ଆଦିବାସୀଙ୍କ ସମସ୍ୟା ଶୁଣିଲେ

ବଞ୍ଚୋ, ୩୧ ଜୁଲାଇ (ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ପନସଡ଼ିହା ପଞ୍ଚାୟତର ଅତି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡ଼ିକୁ ଉପଜିଲାପାଳ ନୀଳମାଧବ ସୁନା, ବିଡିଓ…

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

ପିକ୍ଅପ  ଧକ୍କାରେ ସାଇକେଲ ଆରୋହୀ ମୃତ:  ମୃତଦେହ ଜବତ

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗୋକର୍ଣ୍ଣପୁର ଗ୍ରାମ ଶିବାନନ୍ଦ ଆଶ୍ରମ ନିକଟରେ ଏକ ମହିନ୍ଦ୍ରା ପିକ୍ଅପ…

ସ୍ମାର୍ଟ ସ୍କୁଲରେ ତାଲା, ବାରଣ୍ଡାରେ ପାଠପଢ଼ା

ମୋହନା,୩୦।୭(ମନ୍ମଥ ମିଶ୍ର): ପୂର୍ବ ସରକାରଙ୍କ ୫-ଟି ଯୋଜନାରେ ରୂପାନ୍ତରିତ ସ୍ମାର୍ଟ ସ୍କୁଲ, କିନ୍ତୁ ସ୍ମାର୍ଟ ଶିକ୍ଷା କେବଳ ସରକାରୀ ଦସ୍ତାବିଜରେ ସୀମିତ ରହିଯାଇଛି। ଏଠାରେ ସ୍ମାର୍ଟ କ୍ଲାସରୁମରେ…

କଶ୍ମୀର କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଦୁଇ ଅଣସ୍ଥାନୀୟ ବ୍ୟକ୍ତିଙ୍କୁ ଗୁଳିମାଡ଼, ଜଣଙ୍କ ମୃତ୍ୟୁ

ଶ୍ରୀନଗର,୩୧।୭: କଶ୍ମୀରର କୁଲଗାମ ଜିଲାରେ ଶୁକ୍ରବାର ଏକ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଆତଙ୍କବାଦୀମାନେ ଦୁଇଜଣ ଅଣ-ସ୍ଥାନୀୟ ବା ବାହାର ଶ୍ରମିକଙ୍କୁ ଟାର୍ଗେଟ କରି ଆଖିବୁଜା ଗୁଳିଚାଳନା…

CWG 2026: ଇତିହାସ ରଚିଲେ ଭାରତର ଅସ୍ମିତା ଦେ’, ଜୁଡୋରେ ଜିତିଲେ ପ୍ରଥମ ସ୍ୱର୍ଣ୍ଣ ପଦକ

ନୂଆଦିଲ୍ଲୀ, ୩୧।୭: କମନୱେଲ୍ଡ ଗେମ୍ସ (ରାଜ୍ୟଗୋଷ୍ଠୀ କ୍ରୀଡା) ଇତିହାସରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଭାରତର ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ୪୮…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ଥାନାରେ ଅଭିଯୋଗ

ହାଟଡିହୀ,୩୧।୭(ଶୁଭକାନ୍ତ ନାୟକ):ରାଜ୍ୟରେ ଭାଜପା ସରକାର ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଏପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri