୬୪ ବର୍ଷରେ ପୁରୁଣାଷ୍ଟେଶନ ବଜାର ଦୁର୍ଗାପୂଜା: ଏଥର ତୋରଣରେ ଔରଙ୍ଗାବାଦର ଅଜନ୍ତା-ଏଲୋରା ଗୁମ୍ଫା

କଟକ ରୋଡ : ଶାରଦୀୟ ଦୁର୍ଗାପୂଜା ପାଇଁ ଚଳଚଞ୍ଚଳ ହେଉଛି ରାଜଧାନୀ। ବିଭିନ୍ନ ପୂଜାମଣ୍ଡପରେ ଆରମ୍ଭ ହୋଇଛି ତୋରଣ। ମୃଣ୍ମୟୀ ମୂର୍ତ୍ତି ତିଆରିରେ ଲାଗିଛନ୍ତି ଶିଳ୍ପୀ ଓ କାରିଗର। ଏହି ଦୌଡରେ ସାମିଲ ହୋଇଛି ଭୁବନେଶ୍ୱର ପୁରୁଣାଷ୍ଟେଶନ ବଜାର ସାର୍ବଜନୀନ ଦୁର୍ଗାପୂଜା ସମିତି। ୧୯୫୫ ମସିହାରୁ ଆରମ୍ଭ ହୋଇଥିବା ପୂଜା ଚଳିତ ଥର ୬୪ ବର୍ଷରେ ପହଞ୍ଚିଛି। ପ୍ରତ୍ୟେକ ବର୍ଷ ନୂଆ ରୂପ ଓ ପରିକଳ୍ପନା ନେଇ ତୋରଣ ନିର୍ମାଣ ନେଇ ଚର୍ଚ୍ଚାରେ ରହୁଥିବା ପୂଜା ସମିତି ଏଥର ଔରଙ୍ଗାବାଦରେ ଥିବା ଅଜନ୍ତା-ଏଲୋରା ଗୁମ୍ଫାର ଅବିକଳ ନକଲ ଏଥର ସ୍ଥାନ ଦେବାକୁ ଯାଉଛି, ଯାହାକି ଏ ବର୍ଷର ମୁଖ୍ୟ ଆକର୍ଷଣ ହେବ ବୋଲି ସମିତି କର୍ମକର୍ତ୍ତା ଆଶା ରଖିଛନ୍ତି। ଅନ୍ୟପକ୍ଷରେ ଆଦିମ ଯୁଗରେ ମାନବଙ୍କ ଚଳଣି ଶୈଳୀ ଓ ଏବେକାର ସହରୀ ସଭ୍ୟତାକୁ ପୂଜାମଣ୍ଡପର ଆଭ୍ୟନ୍ତରୀଣ ସାଜଦଜ୍ଜା ଲୋକଙ୍କୁ ଆକୃଷ୍ଟ କରିବ ବୋଲି ପୂଜା ସମିତିର ସାଂସ୍କୃତିକ ସମ୍ପାଦକ ରଞ୍ଜନ ଖଟେଇ ଓ ଏହି ନିର୍ମାଣ ଦାୟିତ୍ୱରେ ଥିବା କଳା ନିର୍ଦ୍ଦେଶକ ସୁବାସ ଚନ୍ଦ୍ର ବେହେରା କହିଛନ୍ତି। ଏଥର ପୂଜା ବଜେଟ ୫୦ଲକ୍ଷ ଟଙ୍କା ଧାର୍ଯ୍ୟ ହୋଇଛି। ଅଷ୍ଟମୀ ତିଥିଠାରୁ ସପ୍ତମୀ ତିଥି ମଧ୍ୟରେ ଦେବୀଙ୍କ ନିକଟରେ ଚରୁ ଅନ୍ନ ଭୋଗ ସାଙ୍ଗକୁ ଦଶମୀରେ ଦହି ପଖାଳ ଲାଗି ହେବ; ଯାହାକି ଶ୍ରଦ୍ଧାଳୁଙ୍କୁ ବଣ୍ଟନ ବ୍ୟବସ୍ଥା ରହିଛି। ମଣ୍ଡପ ପରିସରରେ ହେବାକୁ ଥିବା ଭିଡକୁ ଲକ୍ଷ୍ୟ ରଖି ୩୦ସିସି କ୍ୟାମେରା ଖଞ୍ଜାଯିବ। ଟ୍ରାଫିକ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ କମିଶନରେଟ ପୋଲିସ ସହ ପୂଜା ସମିତି ପକ୍ଷରୁ ୧୦୦ ସ୍ବେଚ୍ଛାସେବୀ ନିୟୋଜିତ ରହିବେ। ଷଷ୍ଠୀ ତିଥିଠାରୁ ଦଶମୀ ପର୍ଯ୍ୟନ୍ତ କଟକ ଓ ଭୁବନେଶ୍ୱରର ବିଭିନ୍ନ କଳାକାରଙ୍କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହେବ। ଏହା ସହ ପାରମ୍ପାରିକ ବାଦ୍ୟରେ ଭସାଣି ଉତ୍ସବ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ଗଜପତିରେ ଭାଜପାକୁ ବଡ଼ ଝଟକା: ଶଙ୍ଖ ଭବନରେ ବିଜେଡିରେ ସାମିଲ ହେଲେ ସରପଞ୍ଚଙ୍କ ସମେତ ୬୦ରୁ ଊଦ୍ଧର୍‌ବ କର୍ମୀ, ସ୍ବାଗତ କଲେ…

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି ଜିଲାରେ ଭାଜପା ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଗୋଷାଣି ବ୍ଲକ ଅନ୍ତର୍ଗତ ରମ୍ପା ପଞ୍ଚାୟତର ଭାଜପା ସମର୍ଥିତ ସରପଞ୍ଚଙ୍କ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସ୍କୁଲ ଆସୁ ନ ଥିଲେ ପିଲା: ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ଡାକିଲେ ବିଇଓ, ୩ ମାସ ମଧ୍ୟରେ…

କୋକସରା, ୨୬।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏଣୁ ଛାତ୍ରୀଛାତ୍ରଙ୍କ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri