୬୪ ବର୍ଷରେ ପୁରୁଣାଷ୍ଟେଶନ ବଜାର ଦୁର୍ଗାପୂଜା: ଏଥର ତୋରଣରେ ଔରଙ୍ଗାବାଦର ଅଜନ୍ତା-ଏଲୋରା ଗୁମ୍ଫା

କଟକ ରୋଡ : ଶାରଦୀୟ ଦୁର୍ଗାପୂଜା ପାଇଁ ଚଳଚଞ୍ଚଳ ହେଉଛି ରାଜଧାନୀ। ବିଭିନ୍ନ ପୂଜାମଣ୍ଡପରେ ଆରମ୍ଭ ହୋଇଛି ତୋରଣ। ମୃଣ୍ମୟୀ ମୂର୍ତ୍ତି ତିଆରିରେ ଲାଗିଛନ୍ତି ଶିଳ୍ପୀ ଓ କାରିଗର। ଏହି ଦୌଡରେ ସାମିଲ ହୋଇଛି ଭୁବନେଶ୍ୱର ପୁରୁଣାଷ୍ଟେଶନ ବଜାର ସାର୍ବଜନୀନ ଦୁର୍ଗାପୂଜା ସମିତି। ୧୯୫୫ ମସିହାରୁ ଆରମ୍ଭ ହୋଇଥିବା ପୂଜା ଚଳିତ ଥର ୬୪ ବର୍ଷରେ ପହଞ୍ଚିଛି। ପ୍ରତ୍ୟେକ ବର୍ଷ ନୂଆ ରୂପ ଓ ପରିକଳ୍ପନା ନେଇ ତୋରଣ ନିର୍ମାଣ ନେଇ ଚର୍ଚ୍ଚାରେ ରହୁଥିବା ପୂଜା ସମିତି ଏଥର ଔରଙ୍ଗାବାଦରେ ଥିବା ଅଜନ୍ତା-ଏଲୋରା ଗୁମ୍ଫାର ଅବିକଳ ନକଲ ଏଥର ସ୍ଥାନ ଦେବାକୁ ଯାଉଛି, ଯାହାକି ଏ ବର୍ଷର ମୁଖ୍ୟ ଆକର୍ଷଣ ହେବ ବୋଲି ସମିତି କର୍ମକର୍ତ୍ତା ଆଶା ରଖିଛନ୍ତି। ଅନ୍ୟପକ୍ଷରେ ଆଦିମ ଯୁଗରେ ମାନବଙ୍କ ଚଳଣି ଶୈଳୀ ଓ ଏବେକାର ସହରୀ ସଭ୍ୟତାକୁ ପୂଜାମଣ୍ଡପର ଆଭ୍ୟନ୍ତରୀଣ ସାଜଦଜ୍ଜା ଲୋକଙ୍କୁ ଆକୃଷ୍ଟ କରିବ ବୋଲି ପୂଜା ସମିତିର ସାଂସ୍କୃତିକ ସମ୍ପାଦକ ରଞ୍ଜନ ଖଟେଇ ଓ ଏହି ନିର୍ମାଣ ଦାୟିତ୍ୱରେ ଥିବା କଳା ନିର୍ଦ୍ଦେଶକ ସୁବାସ ଚନ୍ଦ୍ର ବେହେରା କହିଛନ୍ତି। ଏଥର ପୂଜା ବଜେଟ ୫୦ଲକ୍ଷ ଟଙ୍କା ଧାର୍ଯ୍ୟ ହୋଇଛି। ଅଷ୍ଟମୀ ତିଥିଠାରୁ ସପ୍ତମୀ ତିଥି ମଧ୍ୟରେ ଦେବୀଙ୍କ ନିକଟରେ ଚରୁ ଅନ୍ନ ଭୋଗ ସାଙ୍ଗକୁ ଦଶମୀରେ ଦହି ପଖାଳ ଲାଗି ହେବ; ଯାହାକି ଶ୍ରଦ୍ଧାଳୁଙ୍କୁ ବଣ୍ଟନ ବ୍ୟବସ୍ଥା ରହିଛି। ମଣ୍ଡପ ପରିସରରେ ହେବାକୁ ଥିବା ଭିଡକୁ ଲକ୍ଷ୍ୟ ରଖି ୩୦ସିସି କ୍ୟାମେରା ଖଞ୍ଜାଯିବ। ଟ୍ରାଫିକ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ କମିଶନରେଟ ପୋଲିସ ସହ ପୂଜା ସମିତି ପକ୍ଷରୁ ୧୦୦ ସ୍ବେଚ୍ଛାସେବୀ ନିୟୋଜିତ ରହିବେ। ଷଷ୍ଠୀ ତିଥିଠାରୁ ଦଶମୀ ପର୍ଯ୍ୟନ୍ତ କଟକ ଓ ଭୁବନେଶ୍ୱରର ବିଭିନ୍ନ କଳାକାରଙ୍କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହେବ। ଏହା ସହ ପାରମ୍ପାରିକ ବାଦ୍ୟରେ ଭସାଣି ଉତ୍ସବ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର...

କଳାହାଣ୍ଡି: ଦାଦନ ଘରେ ତାଲା

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଏବେ ଦାଦନ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। କାମ ଅନ୍ବେଷଣରେ ପ୍ରତିବର୍ଷ ଏଠାରୁ ବହୁସଂଖ୍ୟାରେ ଲୋକ ଦାଦନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri