ମା’ ତାରିଣୀ ଇଷ୍ଟକନ୍‌ ସଂସ୍ଥାର ସମ୍ପତ୍ତି ବାଜ୍ୟାପ୍ତି ନିର୍ଦ୍ଦେଶ

କଟକ ଅଫିସ, ୨୮।୧: ଚିଟ୍‌ଫଣ୍ଡ ସଂସ୍ଥା ମା’ ତାରିଣୀ ଇଷ୍ଟକନ୍‌ ପ୍ରାଇଭେଟ ଲିମିଟେଡ୍‌ର ଜବତ ସ୍ଥାବର ଅସ୍ଥାବର ସମ୍ପତ୍ତିକୁ ବାଜ୍ୟାପ୍ତ କରାଯିବ। ପରେ ଉକ୍ତ ସମ୍ପତ୍ତିକୁ ସର୍ବସାଧାରଣରେ ନିଲାମ ଡକାଯାଇ ବିକ୍ରି କରାଯିବ। ଏଥିରୁ ଯେଉଁ ଅର୍ଥ ମିଳିବ ତାହାକୁ କ୍ଷତିଗ୍ରସ୍ତ ଜମାକାରୀଙ୍କ ମଧ୍ୟରେ ବଣ୍ଟନ କରାଯିବ ବୋଲି ଚିଟ୍‌ଫଣ୍ଡ ମାମଲାର ଶୁଣାଣି କରୁଥିବା ସ୍ବତନ୍ତ୍ର ଅଦାଲତ ଆଦେଶ ଦେଇଛନ୍ତି। ତାରିଣୀ ଇଷ୍ଟକନ୍‌କୁ ମିଶାଇଲେ ମୋଟ୍‌ ୧୭ଟି ଚିଟ୍‌ଫଣ୍ଡ ସଂସ୍ଥାର ସମ୍ପତ୍ତି ବାଜ୍ୟାପ୍ତ ପାଇଁ ସ୍ବତନ୍ତ୍ର ଅଦାଲତ ଇତିମଧ୍ୟରେ ଆଦେଶ ଦେଇଛନ୍ତି।
ସୂଚନାଥାଉ କି, ଲୋକଙ୍କୁ ଭୁବନେଶ୍ୱରରେ ହାଉସିଂ ପ୍ରୋଜେକ୍ଟରେ ଘର ଓ ଜମି ଯୋଗାଇଦେବାକୁ କହି ଉକ୍ତ ସଂସ୍ଥା ବହୁ କୋଟି ଟଙ୍କା ଠକି ନେଇଥିଲା। ଏ ନେଇ ସଂସ୍ଥା ବିରୋଧରେ ଲୋକେ ଶହୀଦନଗର ଥାନାରେ ଏତଲା ଦେବା ପରେ ପୋଲିସ ଉକ୍ତ ସଂସ୍ଥାର ପରିଚାଳନା ନିର୍ଦ୍ଦେଶକ ନିରଞ୍ଜନ ରଣାଙ୍କୁ ୨୦୧୬ ଜୁନ୍‌ ମାସରେ ଗିରଫ କରିଥିଲା। ସଂସ୍ଥାର ୪୨ ଏକର ଜମି ଓ ଆକାଉଣ୍ଟରେ ଥିବା ୫୧ ଲକ୍ଷ ଟଙ୍କା ସହିତ କେତେକ ଗାଡ଼ିକୁ ପୋଲିସ ଜବତ କରିଥିଲା। ମୋଟାମୋଟି ଭାବେ ସଂସ୍ଥାର ୧ କୋଟି ୧୫ ଲକ୍ଷ ୧୩ହଜାର ୩୧୮ ଟଙ୍କାର ସମ୍ପତ୍ତିକୁ ପୋଲିସ ଜବତ କରିଥିଲା। ଏହାପରେ ସଂସ୍ଥାର ସମ୍ପତ୍ତିକୁ ଓପିଆଇଡି ଆଇନ ଅନୁଯାୟୀ, ରାଜ୍ୟ ଅର୍ଥ ବିଭାଗ ପକ୍ଷରୁ ଆଟାଚମେଣ୍ଟ କରାଯାଇଥିଲା। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ସୁବ୍ରତ ମହାନ୍ତି ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri