ବ୍ରହ୍ମପୁର ଅଫିସ,୨ା୨-ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ପଣ୍ଡା କଲୋନୀରେ ରହୁଥିବା ମୀନାକ୍ଷୀ ମିଶ୍ର ଓ ତାଙ୍କ ପୁଅ ରାଜା ଓରଫ କୃତ୍ତିବାସ ମିଶ୍ରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ଜଣେ ନାବାଳକଙ୍କୁ ଶନିବାର ଜୁଭେନାଇଲ ଜଷ୍ଟିସ ବୋର୍ଡ (ଜେଜେବି)ରେ ହାଜର କରିଛି। ପରେ ନାବାଳକଙ୍କୁ ସୁଧାର ଗୃହକୁ ପଠାଇ ଦିଆଯାଇଛି। ଏହି ଘଟଣାରେ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତମାନଙ୍କୁ ଖୁବ୍ଶୀଘ୍ର ଗିରଫ କରାଯିବ ବୋଲି ପୋଲିସ କହିଛି। ଘଟଣାରୁ ପ୍ରକାଶ ଗତ ୨୮ ତାରିଖ ଅପରାହ୍ନରେ ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଦୁର୍ବୃତ୍ତମାନେ ରାଜା ଓରଫ କୃତ୍ତିିବାସ ମିଶ୍ରଙ୍କୁ ତାଙ୍କ ଘର ସମ୍ମୁଖରେ ଖଣ୍ଡାରେ ହାଣିଥିଲେ। ଏହାର ପ୍ରତିବାଦ କରିବାରୁ ଅପରାଧୀମାନେ ତାଙ୍କ ମା’ ମୀନାକ୍ଷୀ ମିଶ୍ରଙ୍କୁ ମଧ୍ୟ ଖଣ୍ଡାରେ ହାଣିଥିଲେ। ରାଜାଙ୍କ ମୁଣ୍ଡରେ ଖଣ୍ଡା ଚୋଟ ବାଜିଥିବା ବେଳେ ତାଙ୍କ ମା’ଙ୍କ ହାତରେ ଖଣ୍ଡା ଚୋଟ ବାଜିଥିଲା। ମହିଳାଙ୍କ ଅଭିଯୋଗକ୍ରମେ ପୋଲିସ ୧୯/୨୦ରେ ଏକ ମାମଲା ରୁଜୁ କରିଥିଲା।
ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ
ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…
ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ
ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…
ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…
ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…
ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…
ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…
ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…
ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…
ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍ ଛଡାଇ…
ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…
ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ
ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…
ସ୍ବର୍ଗତ ତବଲା ବାଦକ ଲକ୍ଷ୍ମଣଙ୍କ ପରିବାରକୁ ଭେଟିଲେ ବିଧାୟକ
ଗଞ୍ଜାମ,୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ବାଦକ ସ୍ବର୍ଗତ ଲକ୍ଷଣ କୁମାର ତରାଇଙ୍କ ପରିବାରଙ୍କୁ ଭେଟିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…
Archives

