ମା’ ମାଗିଲେ ଗାଡ଼ି, କାର୍ତ୍ତିକ ଦେଲେ ଦାଢ଼ି: ଦେଖନ୍ତୁ ଭିଡିଓ

ମୁମ୍ବାଇ: ବଲିଉଡ୍‌ ନାୟକ କାର୍ତ୍ତିକ ଆର୍ଯ୍ୟନଙ୍କ ଦାଢିକୁ ନେଇ ଏବେ ଖୁବ୍‌ ଚର୍ଚ୍ଚା ଚାଲିଛି। ଦେଶରେ ଲକ୍‌ଡାଉନ୍‌ ଚାଲିବା ପରଠାରୁ କାର୍ତ୍ତିକ ତାଙ୍କ ଦାଢ଼ି କାଟି ନ ଥିବା କୁହାଯାଏ। ହେଲେ ତାଙ୍କର ଏହି ଦାଢ଼ି କାର୍ତ୍ତିକଙ୍କ ମା’ଙ୍କୁ ଆଦୌ ପସନ୍ଦ ନୁହେଁ। ଏହାକୁ ନେଇ ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ କାର୍ତ୍ତିକଙ୍କ ମା’ ଯାହା ସବୁ ମାଗୁଛନ୍ତି ସେ ଗୋଟିଏ ପରେ ଗୋଟିଏ ଦେଇ ଦେଉଛନ୍ତି। ଯେମିତି ମା’ ମାଗୁଛନ୍ତି ଫୁଲକୁଣ୍ଡ ଦିଅ କାର୍ତ୍ତିକ ଦେଉଛନ୍ତି, ଶାଢି ଦିଅ କାର୍ତ୍ତିକ ଶାଢି ଦେଉଛନ୍ତି। ହେଲେ ମା’ ଯେତେବେଳେ ଗାଡି ମାଗିଛନ୍ତି କାର୍ତ୍ତିକ ତାଙ୍କ ଦାଢ଼ି ଦେଇଦେଇଛନ୍ତି। ଏହାପରେ ସେ ତାଙ୍କର ଭୁଲ୍‌ ବୁଝିପାରିନ୍ତି। ଏମିତି ଏକ ଭିଡିଓକୁ ଦେଖି ତାଙ୍କ ପ୍ରଶଂସକମାନେ କମେଣ୍ଟ ମଧ୍ୟ କରିଛନ୍ତି। ସୂଚନାଯୋଗ୍ୟ, କରୋନା ସଂକ୍ରମଣ ଯୋଗୁ ଘରେ ବନ୍ଦ ରହିଥିବା କାର୍ତ୍ତିକ ଖୁବ୍‌ ଆକ୍ଟିଭ ଅଛନ୍ତି। କରୋନା ଭାଇରସକୁ ନେଇ ଏବେ ତାଙ୍କର କିଛି ସଚେତନା ଭିଡିଓ ୟୁଟ୍ୟୁବରେ ମଧ୍ୟ ଦେଖିବାକୁ ମିଳୁଛି।

https://www.instagram.com/p/CAPwWorpRud/?utm_source=ig_web_copy_link

 


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

୫୮ ବର୍ଷ ପରେ ନବରାତ୍ରୀରେ ଦୁର୍ଲଭ ମହାସଂଯୋଗ: ଫିଟିବ ଏହି ୩ ରାଶିର ଭାଗ୍ୟ, ଧନ ବର୍ଷା ସହ ମିଳିବ ବଡ଼ ଚାକିରିର ଅଫର୍‌

୧୧ ଅକ୍ଟୋବର ୨୦୨୬ରୁ ଶାରଦୀୟ ନବରାତ୍ରୀ ଆରମ୍ଭ ହେବାକୁ ଯାଉଛି, ଯାହାକୁ ଏଥର ବେଶ ଖାସ ବୋଲି ଧରାଯାଉଛି। ପ୍ରକୃତରେ, ବହୁ ବର୍ଷ ପରେ ନବରାତ୍ରୀ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?