ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରାରେ ପଶୁବଳି ବନ୍ଦ ପାଇଁ ପଦକ୍ଷେପ:ଲୋକଙ୍କୁ ସଚେତନ କରିବ ପୋଲିସ ପ୍ରଶାସନ

ଭବାନୀପାଟଣା,୨୨।୯(ଡି.ଏନ.ଏ.)
କଳାହାଣ୍ଡି ଜିଲାର ଇଷ୍ଟଦେବୀ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ଅକ୍ଟୋବର ୬ ତାରିଖ (ରବିବାର) ମହାସମାରୋହରେ ଅନୁଷ୍ଠିତ ହେବ । ପୋଲିସ ପ୍ରଶାସନ ତରଫରୁ କିପରି ଛତରଯାତ୍ରା ଓ ଦୁର୍ଗାପୂଜା ଶାନ୍ତି ଶୃଙ୍ଖଳାରେ ଅନୁଷ୍ଠିତ ହେବା ସହିତ ଛତ୍ରଯାତ୍ରା ସମୟରେ ଯେପରି ନିରୀହ ପଶୁପକ୍ଷୀଙ୍କୁ ବଳି ଦିଆ ନ ଯିବ ସେଥି ପାଇଁ ପୋଲିସ ପ୍ରଶାସନ ତରଫରୁ ଜନସାଧାରଣଙ୍କୁ ସଚେତନ ହେବା ପାଇଁ ନିବେଦନ କରିବା ସହିତ ଜନସାଧାରଣଙ୍କ ସହଯୋଗ କାମନା କରିଛନ୍ତି। ଶନିବାର ଜିଲା ପୋଲିସ କାର୍ଯ୍ୟାଳୟରେ କଳାହାଣ୍ଡି ଏସପି ବାତୁଲା ଗଙ୍ଗାଧରଙ୍କ ଅଧ୍ୟକ୍ଷତାରେ ଛତ୍ରଯାତ୍ରା ଓ ସହରର ବିଭିନ୍ନ ସ୍ଥାନରେ ହେଉଥିବା ଦୁର୍ଗା ପୂଜା କିପରି ଶାନ୍ତିଶୃଙ୍ଖଳାର ସହିତ ଅନୁଷ୍ଠିତ ହେବ ତାହା ଉପରେ ଆଲୋଚନା ହୋଇଥିଲା। ବୈଠକରେ ଭବାନୀପାଟଣା ସହରର ପିସ୍‌ କମିଟି ସଦସ୍ୟ, ବିଭିନ୍ନ ବର୍ଗର ବୁଦ୍ଧିଜୀବୀ, ବିଭିନ୍ନ ଅନୁଷ୍ଠାନ କର୍ମକର୍ତ୍ତା, ସହରର ବିଭିନ୍ନ ପୂଜା ଓ ସାଂସ୍କୃତିକ ଦଳର କର୍ମକର୍ତ୍ତାଙ୍କ ସମେତ ଅତିରିକ୍ତ ଏସପି, ଭବାନୀପାଟଣା ଟାଉନ ଥାନା, ସଦର ଥାନା ଆଇଆଇସି ଏବଂ ପୋଲିସ ଅଧିକାରୀମାନେ ଯୋଗଦେଇଥିଲେ। ଚଳିତବର୍ଷ ଛତର ଯାତ୍ରା ଦେଖିବା ପାଇଁ କଳାହାଣ୍ଡି ଜିଲା ସମେତ ରାଜ୍ୟର ବିଭିନ୍ନ ପ୍ରାନ୍ତ ଓ ରାଜ୍ୟ ବାହାରୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାର ସମ୍ଭାବନା ରହିଛି । ଭବାନୀପାଟଣା ସହରରେ କଡାକଡି ଭାବେ ସୁରକ୍ଷା କରିବା ସହିତ ଟ୍ରାଫିକ୍‌ ବ୍ୟବସ୍ଥାର ନିୟନ୍ତ୍ରଣ କରିବା, ଛତ୍ରଯାତ୍ରାରେ ନିରୀହ ପଶୁପକ୍ଷୀଙ୍କୁ ଯେପରି ବଳି ନ ଦିଆଯାଏ ସେଥିପାଇଁ ଜନସଚେତନତା ସୃଷ୍ଟି କରିବା ସହିତ ଛତରଯାତ୍ରା ସାଂସ୍କୃତିକ ଦଳଗୁଡିକ ଯେପରି ଶୃଙ୍ଖଳିତ ଭାବେ ନିଜର କାର୍ଯ୍ୟ କରିବେ ତାହା ଉପରେ ଆଲୋଚନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri