Posted inଜାତୀୟ

ସୋନିଆଙ୍କୁ ଶାଲ୍‌ ଘୋଡାଇ ଦେଲେ ରାହୁଲ

ନୂଆଦିଲ୍ଲୀ, ୨୪।୧୨: କଂଗ୍ରେସ ପକ୍ଷରୁ ମଙ୍ଗଳବାର ନାଗରିକତ୍ୱ ସଂଶୋଧନ ଆଇନ ବିରୋଧରେ ରାଜଘାଟରେ ଥିବା ମହାତ୍ମା ଗାନ୍ଧୀ ସ୍ମାରକୀ ନିକଟରେ ବିକ୍ଷୋଭ କରାଯାଇଛି। ଏଥିରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ପ୍ରମୁଖ ଯୋଗଦେଇଥିଲେ। ରାଜଘାଟରେ ପ୍ରବଳ ଶୀତ ଅନୁଭୂତ ହେଉଥିବାରୁ ମା’ ସୋନିଆଙ୍କୁ ଶାଲ୍‌ ଘୋଡାଇ ଦେଇଛନ୍ତି ରାହୁଲ। ଏହାର ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ରାହୁଲଙ୍କ ଏଭଳି ସ୍ବଭାବ ଦେଖି ୟୁଜର୍ସ ତାଙ୍କୁ ବେଶ୍‌ ପ୍ରଶଂସା କରିଛନ୍ତି।


ସୂଚନାଯୋଗ୍ୟ, ରାଜଘାଟରେ ଚାଲିଥିବା ଆନ୍ଦୋଳନ ସ୍ଥଳରେ କଂଗ୍ରେସ ନେତାମାନେ ସମ୍ବିଧାନରେ ଥିବା ପ୍ରାବଧାନଗୁଡିକୁ ପଢିଥିଲେ। ଏହାସହ ବାପୁଙ୍କ ଭଜନ ଗାଇଥିଲେ। କଂଗ୍ରେସ ସତ୍ୟାଗ୍ରହ ନାଁରେ କରିଥିବା ଏହି ଆନ୍ଦୋଳନରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥ ଓ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ପ୍ରମୁଖ ଯୋଗଦେଇଥିଲେ। ରାଜଘାଟରେ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଯୋଗଦେଇ ଉତ୍ତର ପ୍ରଦେଶରେ ସିଏଏ ବିରୋଧୀ ହିଂସାରେ ପ୍ରାଣ ହରାଇଥିବା ଲୋକଙ୍କ ବିଷୟରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଉପୁଡ଼ି ପଡିଥିବା ଗଛକୁ ଯାଇ ପିଟିହେଲେ ଅଟୋ-ପିକଅପ୍, ୯…

ନନ୍ଦପୁର,୧୬।୬(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଦେଇ ଯାଇଥିବା ଏମଡିଆର ୫୫ ରାସ୍ତାର ସୀମାଦ୍ରୀ ମଣ୍ଡପ ସମ୍ମୁଖରେ ଏକ ବଡ଼ ଧରଣର…

ସମ୍ଭାବ୍ୟ ଶାନ୍ତି

ଶେଷରେ ଇରାନ ସହ ଆମେରିକା-ଇସ୍ରାଏଲର ଯୁଦ୍ଧ ମଧ୍ୟରେ ସବୁଠାରୁ ବଡ଼ ପ୍ରତୀକ୍ଷିତ କୂଟନୈତିକ ସଫଳତା ମିଳିଛି, ଯେଉଁଥିରେ ଆମେରିକା ଏବଂ ଇରାନ ସେମାନଙ୍କ ଅସ୍ତ୍ରବିରତିକୁ ୬୦ ଦିନ…

ଆଜି ସୁପ୍ରିମକୋର୍ଟରେ ଆଧାର ଶୁଣାଣି

ନୂଆଦିଲ୍ଲୀ,୧୬ା୬: ଭାରତର ବିଶିଷ୍ଟ ପରିଚୟ କର୍ତ୍ତୃପକ୍ଷଙ୍କ ଦ୍ୱାରା ଜାରି ଆଧାର କାର୍ଡଗୁଡ଼ିକୁ ନାଗରିକତ୍ୱ, ବାସସ୍ଥାନ ପ୍ରମାଣ ଓ ଠିକଣା ପ୍ରମାଣ ଭାବେ ଦୁରୁପଯୋଗ କରାଯାଉଥିବା ଅଭିଯୋଗ କରି ସୁପ୍ରିମକୋର୍ଟରେ…

ଭାରତ, ସ୍ଲୋଭାକିଆ ସହଭାଗିତା ବଢ଼ିବ

ବ୍ରାଟିସ୍ଲାଭା,୧୬ା୬:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମାଦି ଏବଂ ତାଙ୍କ ସ୍ଲୋଭାକିଆ ପ୍ରତିପକ୍ଷ ରବର୍ଟ ଫିକୋଙ୍କ ମଧ୍ୟରେ ସୋମବାର ଦ୍ୱିପାକ୍ଷିକ ଆଲୋଚନା ପରେ ୨ ଦେଶ ମଧ୍ୟରେ ସହଭାଗିତାକୁ ବ୍ୟାପକ କରିବାକୁ…

ଦୁର୍ଦ୍ଦାନ୍ତ ଅପରାଧୀ ପ୍ରଭାତ ମଲିକଙ୍କୁ କେନ୍ଦୁଝରରେ ଏନକାଉଣ୍ଟର, ପୋଲିସକୁ ଆକ୍ରମଣ କରିବାକୁ ଚେଷ୍ଟା…

କେନ୍ଦୁଝର,୧୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ମହୁଲଡ଼ିହା ଜଙ୍ଗଲ ନିକଟରେ ଏନକାଉଣ୍ଟର ହୋଇଛି । ଆଜି(ମଙ୍ଗବାର) ସଦର ଥାନା ପୋଲିସ ଏକ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍‌କାଉଣ୍ଟର…

ଆଉ ଖେଳିପାରିବେନି ବୈଭବ ସୂର୍ଯ୍ୟବଂଶୀ? ଶ୍ରୀଲଙ୍କା ଖେଳାଳିଙ୍କ ସହ ଝଗଡ଼ା ପରେ ବଡ଼ କାର୍ଯ୍ୟାନୁଷ୍ଠାନ ହେବାର ସମ୍ଭାବନା! ଜାଣନ୍ତୁ ଅପଡେଟ

ନୂଆଦିଲ୍ଲୀ,୧୬।୬: ଆୟରଲ୍ୟାଣ୍ଡ ଗସ୍ତ ପୂର୍ବରୁ ଶ୍ରୀଲଙ୍କାରେ ଖେଳୁଥିବା ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ଶିରୋନାମାରେ ସ୍ଥାନ ପାଇଛନ୍ତି। ପୂର୍ବରୁ ତାଙ୍କର ଚମତ୍କାର ପ୍ରଦର୍ଶନ ପାଇଁ ଦୃଷ୍ଟି…

୭୫ ଟଙ୍କାର ବ୍ୟାଙ୍କ ବାଲାନ୍ସରୁ ଏନ୍‌ଡିଏର ସମ୍ଭାବ୍ୟ ଶକ୍ତି, ଚର୍ଚ୍ଚାରେ ଆଞ୍ଚଳିକ ଦଳ ‘ଏନ୍‌ସିପିଆଇ’ର ରାଜନୈତିକ ଯାତ୍ରା

ନୂଆଦିଲ୍ଲୀ,୧୫ା୬(ପି.ଟି.): ଆର୍ଥିକବର୍ଷ ୨୦୨୨-୨୩ ଶେଷ ସୁଦ୍ଧା ଯେଉଁ ରାଜନୈତିକ ଦଳର ବ୍ୟାଙ୍କ ଖାତାରେ ମାତ୍ର ୭୫ ଟଙ୍କା ବାକି ରହିଥିଲା, ଆଜି ସେହି ଅଜ୍ଞାତ ଦଳଟି ଜାତୀୟ…

ଇରାନ ଉପରେ ଜୋରଦାର ଖର୍ଚ୍ଚ କରିବେ ଟ୍ରମ୍ପ; ୩୦୦ ବିଲିୟନ ଡଲାର ବର୍ଷା କରିବାକୁ ପ୍ରସ୍ତୁତ!

ତେହରାନ,୧୬।୬: ଆମେରିକା ଏବଂ ଇରାନ ମଧ୍ୟରେ ପ୍ରସ୍ତାବିତ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ ଏହି ଚୁକ୍ତିନାମା ଅତି କମରେ ୩୦୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri