ମା’ ହିଙ୍ଗୁଳାଙ୍କ ବାର୍ଷିକ ପୂଜାରେ ଶ୍ରଦ୍ଧାଳୁଙ୍କ ଭିଡ଼

ବଡ଼ସାହି,୧୨ା୨(ସ୍ବ.ପ୍ର)- ଉତ୍ତର ଓଡ଼ିଶାର ପ୍ରସିଦ୍ଧ ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ସୁହାଗପୁରା-ଚାନ୍ଦଡିହା ରାସ୍ତା ମଧ୍ୟଭାଗ ଶାଳ ଜଙ୍ଗଲ ପରିସରରେ ମା’ ହିଙ୍ଗୁଳାଙ୍କ ବାର୍ଷିକ ପୂଜା ଶନିବାର ଶାନ୍ତିଶୃଙ୍ଖଳା ସହିତ ଅନୁଷ୍ଠିତ ହୋଇଛି ା ମୟୂରଭଞ୍ଜ ଜିଲା ସମେତ ପଡୋଶୀ ବାଲେଶ୍ୱର, ଭଦ୍ରକ, ଯାଜପୁର ଜିଲା ଓ ଝାଡଖଣ୍ଡ, ବିହାର, ପଶ୍ଚିମବଙ୍ଗ ଆଦି ରାଜ୍ୟରୁ ଲକ୍ଷାଧିକ ଶ୍ରଦ୍ଧାଳୁ ମା’ଙ୍କ ଦର୍ଶନ କରି ଅପାର କରୁଣା ଲାଭ କରିଛନ୍ତି ା ପ୍ରଥମ ଦିବସରେ ପ୍ରତିକୂଳ ପାଗ ଯୋଗୁଁ ଭକ୍ତଙ୍କ ଭିଡ କମ୍‌ ଥିବା ବେଳେ ବଡ଼ପୂଜା ଦିନ ଅନୁକୂଳ ପାଗପାଇଁ ସକାଳୁୁ ଭିଡ଼ ଲାଗିଥିଲା ା ଆକସ୍ମିକ ଅଗ୍ନିକାଣ୍ଡରୁ ଉଦ୍ଧାର କରୁଥିବା ଅଗ୍ନିରୂପିଣୀ ମା’ହିଙ୍ଗୁଳାଙ୍କୁ ବିଶ୍ୱାସ ରଖି ଭକ୍ତଙ୍କ ମାନସିକ ପୂରଣ ସହିତ ପରିବାରର ଶୁଭ ମନାସି ଘରୁ ଆଣିଥିବା ଭୋଗରାଗ ଅଗ୍ନିକୁଣ୍ଡରେ ସମର୍ପଣ କରିଥିଲେ। ଭିଡ଼କୁ ଆଖିରେ ରଖି ଚାନ୍ଦଡିହା ଓ ସୁହାଗପୁର ଛକ ପାଖରୁ ମେଳା ଭିତରକୁ ମଟରସାଇକେଲ, ଯାନବାହାନ ପ୍ରବେଶ କରିବାକୁ ଦିଆଯାଇ ନ ଥିଲା। ଆଖପାଖ ଅଞ୍ଚଳରୁ ମହିଳା ଓ ଶିଶୁମାନେ ଚାଲିଚାଲି ମା’ଙ୍କ ଦର୍ଶନ ପାଇଁ ଯାଉଥିବା ଦେଖିବାକୁ ମିଳିଥିଲା। ସ୍ଥାନୀୟ ବିବେକାନନ୍ଦ ଆବାସିକ ଶିକ୍ଷାକେନ୍ଦ୍ର, ପ୍ରଜାପିତା ବ୍ରହ୍ମକୁମାରୀ ବଡସାହି ଶାଖା, ବିଭିନ୍ନ ଦଳର ଆଶାୟୀ ପ୍ରାର୍ଥୀ, ବିଜେଡି ଦଳ ଓ ବ୍ୟକ୍ତି ବିଶେଷଙ୍କ ତରଫରୁ ପାନୀୟ ଜଳ ଓ ଅନ୍ୟାନ୍ୟ ସହାୟତା ଭକ୍ତଙ୍କୁ ପ୍ରଦାନ କରାଯାଇଥିଲା। ଯଜ୍ଞକୁଣ୍ଡରେ ପ୍ରଦୁଷିତ ସାମଗ୍ରୀ ଯଥା ପଲିଥିନ, କାଗଜ, ପ୍ଲାଷ୍ଟିକ ଓ ଅନ୍ୟାନ୍ୟ ଦ୍ରବ୍ୟ ନିକ୍ଷେପକୁ ରୋକାଯାଇଥିବା ଦେଖିବାକୁ ମିଳିଥିଲା। ବଡ଼ସାହି ବଣିକ ସଂଘ ପକ୍ଷରୁ ବଜାର ଚତୁଃପାର୍ଶ୍ୱ ରାସ୍ତାରେ ପାଣି ସିଞ୍ଚନ କରାଯାଇଥିଲା। ଟ୍ରଷ୍ଟର ମୁଖ୍ୟ ସୁନିଲ ଦାଶ ମେଳାରେ ୬ଲକ୍ଷରୁ ଉର୍ଦ୍ଧ୍ୱ ଜନ ସମାଗମ ହୋଇଥିବା ପ୍ରକାଶ କରିଥିବା ବେଳେ ଶାନ୍ତିଶୃଙ୍ଖଳାର ସହିତ ମେଳା ସମ୍ପନ୍ନ ସାଙ୍ଗକୁ ପ୍ରଶାସନ ଓ ସମସ୍ତଙ୍କର ସହଯୋଗ ମିଳିଥିବାରୁ କୃତଜ୍ଞତା ଜ୍ଞାପନ କରିଛନ୍ତି ା ଅନୁରୂପ ନିକଟସ୍ଥ ଗାୟତ୍ରୀ ମନ୍ଦିର, ଛେଳିଆ (କ) ଓ ତାଳପଦା ଗ୍ରାମରେ ପୂଜା ପାଉଥିବା ମା’ ହିଙ୍ଗୁଳାଙ୍କ ପୀଠରେ ଯଥାରୀତି ପୂଜାକାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri