ମା’ ହେବାକୁ ଯାଉଛନ୍ତି ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ଗର୍ଲ ଫ୍ରେଣ୍ଡ

ଲଣ୍ଡନ,୧।୩: ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ପ୍ରେମିକା କୈରି ସାଇମଣ୍ଡସ୍‌ ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି। ଏହି ଖବର ଜଣାପଡିବା ପରେ ପୂର୍ବରୁ ସେମାନେ ବିବାହ କରିଛନ୍ତି ବୋଲି ଶନିବାର କହିଛନ୍ତି। ତେବେ ଚଳିତବର୍ଷ ଗ୍ରୀଷ୍ମ ଆରମ୍ଭରେ ଏମାନେ ମାତାପିତା ହେବେ ବୋଲି କହିଛନ୍ତି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାୟଳ ୧୦ ଡାଉନିଂ ଷ୍ଟ୍ରିଟ୍‌ ପକ୍ଷରୁ ମଧ୍ୟ ଏହା ସ୍ପଷ୍ଟ କରାଯାଇଛି। ସାଇମଣ୍ଡସ୍‌ ତାଙ୍କ ପର୍ସନାଲ ଇନଷ୍ଟାଗ୍ରାମ ଆକାଉଣ୍ଟରେ ବୋରିସଙ୍କ ସହ ଏକ ଫଟୋ ଶେୟାର କରି ମା’ ହେବାର ସୂଚନା ଦେବାପରେ ଏହା ଜଣାପଡିଥିଲା। ପ୍ରଧାନମନ୍ତ୍ରୀ ବୋରିସଙ୍କୁ ଏବେ ୫୫ ବର୍ଷ ହୋଇଥିବା ବେଳେ ସାଇମଣ୍ଡସ୍‌ଙ୍କୁ ମାତ୍ର ୩୧ ବର୍ଷ। ଉଭୟେ ଗତବର୍ଷ ଶେଷ ବେଳକୁ ବିବାହ କରିଥିବା ଘୋଷଣା କରିଛନ୍ତି। ବୋରିସଙ୍କର ଏହା ତୃତୀୟ ବିବାହ ହୋଇଥିବା ବେଳେ ୨୦୧୮ରେ ସେ ତାଙ୍କ ସହଧର୍ମିଣୀଙ୍କ ସହ ୨୬ ବର୍ଷର ସମ୍ପର୍କକୁ ତୁଟାଇ ଦେଇଥିଲେ। ଆଉ ୨୦୧୯ରୁ ହିଁ ସେ ସାଇମଣ୍ଡସ୍‌ଙ୍କ ସହ ରିଲେସନଶିପରେ ଥିଲେ। ତେବେ ଅବିବାହିତ ଭାବେ ବୋରିସ ଓ ସାଇମଣ୍ଡସ୍‌ଙ୍କ ଯୋଡି ପ୍ରଥମଥର ଲାଗି ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ରହିବା ଆରମ୍ଭ କରିଥିବା ବେଳେ, ବୋରିସ ୨୫୦ ବର୍ଷ ମଧ୍ୟରେ ପ୍ରଥମ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱରେ ଥିବା ସମୟରେ ବିବାହ କରିଛନ୍ତି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri