Posted inଖେଳ

ମିଅଁ।ଦାଦ୍‌ଙ୍କ ୨୬ ବର୍ଷର ରେକର୍ଡ ଭାଙ୍ଗିପାରନ୍ତି କୋହଲି

ପୋର୍ଟ ଅଫ୍‌ ସ୍ପେନ, ୧୧ା୮- ଭ୍ରମଣକାରୀ ଭାରତ ଓ ଘରୋଇ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ରବିବାର ସ୍ଥାନୀୟ କୁଇନ୍ସ ପାର୍କ ଓଭାଲ ଗ୍ରାଉଣ୍ଡରେ ଦିନିକିଆ ସିରିଜର ୨ୟ ମ୍ୟାଚ୍‌ ଅନୁଷ୍ଠିତ ହେବ। ଏହି ଅବସରରେ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ତାଙ୍କ କ୍ୟାରିୟରରେ ଆଉ ଏକ ରେକର୍ଡ ପ୍ରତିଷ୍ଠା କରିବାର ସମ୍ଭାବନା ରହିଛି। ଯଦି ଏହି ମ୍ୟାଚ୍‌ରେ ସେ ଆଉ ୧୯ ରନ୍‌ ସଂଗ୍ରହ କରନ୍ତି ତେବେ ଦିନିକିଆ କ୍ରିକେଟ୍‌ରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ସର୍ବାଧିକ ରନ୍‌ ସଂଗ୍ରହକାରୀ ବ୍ୟାଟ୍ସମ୍ୟାନ ହେବାର କିର୍ତ୍ତୀମାନ ସ୍ଥାପନ କରିବେ। ଏହି ତାଲିକାରେ କୋହଲି ବର୍ତ୍ତମାନ ପାକିସ୍ତାନର ମହାନ ବ୍ୟାଟ୍ସମ୍ୟାନ ଜାଭେଦ ମିଅଁାଦାଦ (୧୯୩୦ ରନ)ଙ୍କ ପଛକୁ ୨ୟ ସ୍ଥାନରେ ରହିଛନ୍ତି। ମିଅଁାଦାଦ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ୬୪ ଦିନିକିଆ ଇନିଂସରୁ ୧୯୩୦ ରନ୍‌ ସଂଗ୍ରହ କରି ଦୀର୍ଘ ୨୬ବର୍ଷ ହେବ ଏହି ରେକର୍ଡର ଅଧିକାରୀ ରହିଛନ୍ତି। ମିଅଁାଦାଦ ଶେଷଥର ପାଇଁ ୧୯୯୩ରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ତାଙ୍କ ଅନ୍ତିମ ଦିନିକିଆ ଖେଳିଥିଲେ। ଅପରପକ୍ଷରେ କୋହଲି ବର୍ତ୍ତମାନ ସୁଦ୍ଧା କାରବୀୟ ଦଳ ବିପକ୍ଷରେ ମାତ୍ର ୩୩ ଇନିଂସ ଖେଳି ୧୯୧୨ ରନ କରିଛନ୍ତି। ଏହି ତାଲିକାର ଟପ୍‌-୫ରେ ମାର୍କ ଓ୍ବ (୧୭୦୮), ଜ୍ୟାକ୍‌ କାଲିସ (୧୬୬୬) ଓ ରମିଜ୍‌ ରାଜା (୧୬୨୪) ଯଥାକ୍ରମେ ୩ୟରୁ ୫ମ ସ୍ଥାନ ମଧ୍ୟରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିୟମିତ ହେଉଛି ଭଡ଼ା ଆଦାୟ: ରକ୍ଷଣାବେକ୍ଷଣରେ ଅବହେଳା, ତେଜିଲା ଦୋକାନୀଙ୍କ ଅସନ୍ତୋଷ…

ଜୁନାଗଡ଼,୧ା୯(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ନୂଆ ବସ୍‌ଷ୍ଟାଣ୍ଡ ନିକଟରେ ଥିବା ଏନ୍‌ଏସି ମାର୍କେଟ କମ୍ପ୍ଲେକ୍ସ ଜରାଜୀର୍ଣ୍ଣ ହୋଇପଡିଛି। ଏଠାରେ ୧୪ଟି ଗୃହ ଥିବାବେଳେ ମରାମତି…

୨୦ ହଜାର ଟଙ୍କା ଲାଞ୍ଚ ନେଇ ଜେଲ ଗଲେ ଶ୍ରମ ଅଧିକାରୀ

କେନ୍ଦୁଝର,୧।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଥିବା କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ…

ଘୁମୁସର ବନଖଣ୍ଡରେ ୯୪ ହାତୀ: ଧାନ ଫସଲ ନଷ୍ଟ କରୁଛନ୍ତି ହାତୀପଲ, ଚିନ୍ତାରେ ଚାଷୀ

ଭଞ୍ଜନଗର,୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଘୁମୁସର ଉତ୍ତର ଓ ଘୁମୁସର ଦକ୍ଷିଣ ବନଖଣ୍ଡରେ ହାତୀ ଉପଦ୍ରବ ବଢ଼ିବାରେ ଲାଗିଛି। ସୋମବାର ସୁଦ୍ଧା ଦୁଇ ବନଖଣ୍ଡର ବିଭିନ୍ନ…

ଆନ୍ଦୋଳନ ଡାକରା ଦେଲା ଏହି ବଡ଼ ବ୍ୟାଙ୍କ୍‌, ଜାଣନ୍ତୁ ସେପ୍ଟେମ୍ୱର-ଅକ୍ଟୋବରରେ କେତେଦିନ ବନ୍ଦ ରହିବ ବ୍ୟାଙ୍କ୍‌?

ନୂଆଦିଲ୍‌ଲୀ,୧।୯: ଯଦି ଆପଣ ସେପ୍ଟେମ୍ୱର-ଅକ୍ଟୋବର ମାସରେ ବ୍ୟାଙ୍କ ସମ୍ୱନ୍ଧୀୟ କୌଣସି କାମ କରିବାକୁ ଚାହୁଁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି ମାସଗୁଡ଼ିକରେ…

ଆଶ୍ଚର୍ଯ୍ୟ ହେଲେ ବି ସତ: ଗୋଟିଏ ମ୍ୟାଚ୍‌ରେ ଦୁଇଥର ଭାଙ୍ଗିଲା ଗୋଟିଏ ବିଶ୍ୱରେକର୍ଡ, ଅନ୍ତର୍ଜାତୀୟ T20ରେ ଘଟିଲା…

ନୂଆଦିଲ୍ଲୀ,୧।୯: ୨୦୨୭ ଦିନିକିଆ ବିଶ୍ୱକପର ତିନି ସହ ଆୟୋଜକ ନାମ୍ବିଆ, ଜିମ୍ବାୱେ ଏବଂ ଦକ୍ଷିଣ ଆଫ୍ରିକା। ବର୍ତ୍ତମାନ ପରସ୍ପର ବିପକ୍ଷରେ ଏକ T20 ସିରିଜରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।…

ଚମତ୍କାର ବିଜୟ ସହ ଫାଇନାଲରେ ସିଧା ପହଞ୍ଚିଲା ବୈଭବଙ୍କ ଦଳ, ଦମ୍‌ଦାର ବ୍ୟାଟିଂ ସହିତ ଟିମ୍‌କୁ ଜିତାଇଲେ…

ନୂଆଦିଲ୍ଲୀ,୧।୯: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲରେ ଇଷ୍ଟ ଜୋନ ଚମତ୍କାର ବିଜୟ ହାସଲ କରିଛି। ଅଗଷ୍ଟ ୩୦ରୁ ସେପ୍ଟେମ୍ବର ୧ ମଧ୍ୟରେ ବିସିସିଆଇ ସେଣ୍ଟର ଅଫ ଏକ୍ସିଲେନ୍ସରେ…

ନୂଆଁଖାଇ ପାଇଁ ଏକଜୁଟ ହେଲେ ଦୁଇ ଖଣ୍ଡ ଗାଁର ୮୦୦ ପରିବାର

ବଲାଙ୍ଗୀର, ୧।୯: ବଲାଙ୍ଗୀର ଜିଲାରେ ନୂଆଁଖାଇ ପର୍ବ ପାଳନକୁ ନେଇ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ଗଣପର୍ବ ନୂଆଁଖାଇ ଭାଇଚାରା ଓ ଏକତାର ପର୍ବ ହୋଇଥିବାରୁ ବିଭିନ୍ନ…

ଗୋଟିଏ T20 ମ୍ୟାଚ୍‌ରେ ଦୁଇଟି ଶତକ! CPLରେ ଇତିହାସ ସୃଷ୍ଟି କଲେ ଏହି କ୍ରିକେଟର୍‌, ଜାଣନ୍ତୁ ରୋଚକ ଘଟଣା

ନୂଆଦିଲ୍ଲୀ,୧।୯: କାରିବିଆନ ପ୍ରିମିୟର ଲିଗ (CPL) ରେ ଅନେକ ବ୍ୟାଟସମ୍ୟାନ ଶତକ ମାରିଛନ୍ତି। ଏହି ୱେଷ୍ଟଇଣ୍ଡିଜ ଟି-୨୦ ଲିଗରେ ଏପର୍ଯ୍ୟନ୍ତ ମୋଟ ୩୬ ଶତକ ମାରିଛନ୍ତି। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri