Posted inଖେଳ

ମିଆଁଦାଦଙ୍କ ଭଳି କୋହଲି ସାଥୀ ଖେଳାଳିଙ୍କୁ ଉତ୍ସାହିତ କରିଥାନ୍ତି: ସୋହେଲ

ଲାହୋର, ୬।୮: ଜାଭେଦ ମିଆଦାଦଙ୍କ ସହ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ତୁଳନା କରିଛନ୍ତି ପାକିସ୍ତାନ ପୂର୍ବତନ ଅଧିନାୟକ ଅମୀର ସୋହେଲ। କୋହଲିଙ୍କ ମଧ୍ୟରେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ମିଆଁଦାଦଙ୍କ ପ୍ରତିଛବି ଦେଖୁଛି ବୋଲି ସେ କହିଛନ୍ତି। ମିଆଦାଦ ସବୁବେଳେ ପାକିସ୍ତାନ କ୍ରିକେଟର ଉନ୍ନତି କଥା ଚିନ୍ତା କରିଥାନ୍ତି। ସାଥୀ ଖେଳାଳିମାନଙ୍କୁ ଭଲ ପ୍ରଦର୍ଶନ କରିବା ପାଇଁ ସେ ସବୁବେଳେ ଉତ୍ସାହିତ କରିଥାନ୍ତି। ତାଙ୍କ ସହିତ ପାର୍ଟନରଶିପ୍‌ ହେଲେ ସେ ଆହୁରି ଭଲ ପ୍ରଦର୍ଶନ କରିବାକୁ ପ୍ରବର୍ତ୍ତାଇଥାନ୍ତି। ଠିକ୍‌ ଏହିଭଳି କୋହଲି ଏବେ ନିଜ ଦଳ ଓ ସାଥୀ ଖେଳାଳିଙ୍କ ପାଇଁ କରୁଛନ୍ତି। କୋହଲିଙ୍କ ସହିତ ଜଡିତ ଥିବା ସବୁ ଖେଳାଳି ସେମାନଙ୍କ ପ୍ରଦର୍ଶନରେ ଉନ୍ନତି ଆଣିବାରେ ସକ୍ଷମ ହୋଇଛନ୍ତି। ଏଥିପାଇଁ କୋହଲି ଜଣେ ମହାନ୍‌ ଖେଳାଳିଭାବେ ଉଭା ହୋଇଛନ୍ତି। ଏହି ଦୁଇଜଣ ଶେଷ ପର୍ଯ୍ୟନ୍ତ ହାର ମାନି ନ ଥାନ୍ତି ଓ ଲଢ଼େଇ ଜାରି ରଖିଥାନ୍ତି ବୋଲି ସୋହେଲ କହିଛନ୍ତି।
ମିଆଁଦାଦ ତାଙ୍କ କ୍ୟାରିୟରରେ ୧୨୪ଟି ଟେଷ୍ଟ ଓ ୨୩୩ ଦିନିକିଆ ଖେଳି ଯଥାକ୍ରମେ ୮୮୩୨ ଓ ୭୩୮୨ ରନ ସଂଗ୍ରହ କରିଛନ୍ତି। ଅନ୍ୟପଟେ କୋହଲି ୮୬ ଟେଷ୍ଟ, ୨୪୮ ଦିନିକିଆ ଓ ୮୨ ଟି୨୦ ମ୍ୟାଚ୍‌ ଖେଳି ଯଥାକ୍ରମେ ୭୨୪୦, ୧୧୮୬୭ ଓ ୨୭୯୪ ରନ ସଂଗ୍ରହ କରିଛନ୍ତି। କୋହଲି ଏପର୍ଯ୍ୟନ୍ତ ୭୦ଟି ଅନ୍ତର୍ଜାତୀୟ ଶତକ ହାସଲ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦେବେ ନାହିଁ ଧର୍ମେନ୍ଦ୍ର ପ୍ରଧାନ! ସରକାରଙ୍କ କଡ଼ା ଆଭିମୁଖ୍ୟ, ଗୋଟିଏ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ମାମଲାରେ ଦାୟିତ୍ୱ ନିର୍ଦ୍ଧାରଣ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଜାତୀୟ ରାଜଧାନୀ ଦିଲ୍ଲୀର ଜନ୍ତର-ମନ୍ତରରେ ଗତ ଏକ…

ରାଇକିଆରେ ବାହୁଡା଼ ଯାତ୍ରା ସମ୍ପନ୍ନ

ରାଇକିଆ,୨୪ା୭ (ପ୍ରଦୀପ ବେହେରା): ରାଇକିଆ ଠାରେ ଶୁକ୍ରବାର ବାହୁଡ଼ା ଯାତ୍ରା ସମ୍ପନ୍ନ ହୋଇଛି। ଅସ୍ଥାୟୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିରାଜମାନ କରିଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କର ସାମ୍ନାରେ…

ଗଞ୍ଜାମରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ/ଅନାଥ ତରାଇ): ଗଞ୍ଜାମ ସହରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ପାଳିତ ହୋଇଛି। ସକାଳୁ ମନ୍ଦିର ପରିସରରେ ପୂଜାପାଠ ଓ ରୀତିନୀତି ପାଳନ ପରେ ମହାପ୍ରଭୁଙ୍କ…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

୧୧ କେ.ଭି. ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ଘଟଣା: ଶକ୍ତି ସଚିବ, କଳାହାଣ୍ଡି ଜିଲାପାଳ ଓ ଏସପିଙ୍କୁ ନୋଟିସ ଜାରି କଲା ଜାତୀୟ ମାନବାଧିକାର କମିଶନ

ଥୁଆମୂଳ ରାମପୁର, ୨୪।୦୭ (ଦୁର୍ଗା କୀର୍ତ୍ତି): ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାରର ଚରମ ଅବହେଳା ଯୋଗୁ ଝୁଲନ୍ତା ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…

CJP ପ୍ରଦର୍ଶନରେ ପାକିସ୍ତାନୀ ଷଡ଼ଯନ୍ତ୍ର! ଜନ୍ତର-ମନ୍ତର ପ୍ରଦର୍ଶନକୁ ନେଇ ବଡ଼ ଖୁଲାସା, ବ୍ଲକ ହେଲା ୪୮୦…

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ‘କକ୍ରୋଚ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନ ମଧ୍ୟରେ ଦିଲ୍ଲୀ ପୋଲିସ ଏକ ବଡ଼ ଖୁଲାସା କରିଛି। ପୋଲିସ ଏକ ବଡ଼…

ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

ବାହୁଡ଼ିଲେ ମହାବାହୁ : ଭକ୍ତିମୟ ଭବାନୀପାଟଣା ସହର

ଭବାନୀପାଟଣା,୨୪।୭:(ଉତ୍ତମ କୁମାର ଦାଶ)- ନବ ଦିନ ଯାତ୍ରା ସାରି ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କୁ ସାଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri