ମିଛ ଖବରରେ ଅଙ୍କୁଶ ଲଗାଇବ ମାର୍ଗଦର୍ଶିକା

ଢେଙ୍କାନାଳ ଅଫିସ, ୨୫।୪ – ସମ୍ପ୍ରତି ମିଛ, ତ୍ରୁଟିପୂର୍ଣ୍ଣ ଖବର ଭୟଙ୍କର ବିପଦ ଭାବେ ଉଭା ହୋଇଛି। ସୋସିଆଲ ମିଡିଆର ବହୁଳ ପ୍ରଚଳନ ଏପରି ମିଛ ଖବରର ବାହାକ ସାଜିଛି। ଏପରି ମିଥ୍ୟା ଖବର ରୋକିବାକୁ ଢେଙ୍କାନାଳସ୍ଥିତ ଭାରତୀୟ ଜନସଞ୍ଚାର ସଂସ୍ଥାନ (ଆଇଆଇଏମ୍‌ସି) ପକ୍ଷରୁ ମାର୍ଗଦର୍ଶିକା ପ୍ରସ୍ତୁତ କରାଯାଇଛି। ହିନ୍ଦୀ, ଓଡ଼ିଆ ଏବଂ ବଙ୍ଗଳା ଭାଷାରେ ଅନୁବାଦିତ ଏହି ମାର୍ଗଦର୍ଶିକା ଶୁକ୍ରବାର ଉନ୍ମୋଚନ କରାଯାଇଛି। ସଂସ୍ଥାନର ଆଞ୍ଚଳିକ ନିର୍ଦ୍ଦେଶକ ପ୍ରଫେସର ଡ. ମୃଣାଳ ଚାଟ୍ଟାର୍ଜୀ ଏହାକୁ ଉନ୍ମୋଚନ କରିଥିଲେ। ଏହି ଅବସରରେ ସେ କହିଲେ, ଜାଲ୍‌ ବା ମିଥ୍ୟା ଖବର ସାମାଜିକ ବ୍ୟବସ୍ଥା ପାଇଁ ଗୁରୁତର ସମସ୍ୟା। ଏଥିରେ ଅଙ୍କୁଶ ଲଗାଇବା ପାଇଁ ମାର୍ଗଦର୍ଶିକା ପ୍ରସ୍ତୁତ କରାଯାଇଛି। ସଂଖ୍ୟାଧିକ ଲୋକ ଏବଂ ସାମ୍ବାଦିକଙ୍କ ପାଖରେ ପହଞ୍ଚାଇବା ଲାଗି ଏହାକୁ ୩ଟି ଭାଷାରେ ଅନୁବାଦ କରାଯାଇଛି। ଏହାର ତେଲୁଗୁ ସଂସ୍କରଣ ଖୁବ୍‌ଶୀଘ୍ର ପ୍ରକାଶ ପାଇବ। ଆଇଆଇଏମ୍‌ସି ଢେଙ୍କାନାଳ ଓ ପ୍ରେସ୍‌ କ୍ଲବ କଲିକତା ପକ୍ଷରୁ ଏହା ପ୍ରସ୍ତୁତ ହୋଇଛି। ପ୍ରେସ୍‌ କ୍ଲବ କଲିକତା ସଭାପତି ସ୍ନେହାଶିଷ ସୁର ଆବଶ୍ୟକ ସହାୟତା କରିଛନ୍ତି। ବଙ୍ଗଳା ଅନୁବାଦ ସହକାରୀ ପ୍ରଫେସର ସମ୍ବିତ ପାଲ, ଓଡ଼ିଆ ଅନୁବାଦ ସହକାରୀ ପ୍ରଫେସର ଡ. ଜ୍ୟୋତି ପ୍ରକାଶ ମହାପାତ୍ର ଏବଂ ହିନ୍ଦୀ ଅନୁବାଦ ଛାତ୍ରୀ ପ୍ରାଚୀ ରାଠି କରିଛନ୍ତି। ଜିତେନ୍ଦ୍ର ପତି ଏହାର ଡିଜାଇନ କରିଥିବା ଆଞ୍ଚଳିକ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri