ମିଛ ଖବର ପରିବେଷଣ କରିବା ୩ ଯୁବକଙ୍କୁ ମହଙ୍ଗା ପଡ଼ିଲା

ବଲାଙ୍ଗୀର ଅଫିସ,୨୯ା୪- ବଲାଙ୍ଗୀର ଜିଲାରେ ଏ ପର୍ଯ୍ୟନ୍ତ କରୋନାରେ ସଂକ୍ରମିତ ରୋଗୀ ଚିହ୍ନଟ ହୋଇନାହାନ୍ତି। ଏହି ଜିଲାରେ ଏବେ ଗ୍ରୀନ୍‌ ଜୋନ୍‌ରେ ରହିଛି । ଏହାସତ୍ତ୍ୱେ କିଛି ହଟଚମଟକାରୀ ଅସାମାଜିକ ତତ୍ତ୍ୱ କରୋନା ସଂକ୍ରମଣ ସମ୍ପର୍କରେ ମିଛ ଖବର ପରିବେଷଣ କରି ଜନସାଧାରଣଙ୍କୁ ଆତଙ୍କିତ ଓ ବିଭ୍ରାନ୍ତ କରୁଛନ୍ତି । କିଛିଦିନ ତଳେ ସୋସିଆଲ ମିଡିଆରେ ବଲାଙ୍ଗୀର ଜିଲା ଲାଠୋର ପଞ୍ଚାୟତର ଏକ ଶିଶୁକନ୍ୟାକୁ କରୋନା ପଜିଟିଭ ଚିହ୍ନଟ କରାଯାଇଥିବା ନେଇ ମିଛ ଖବର ପରିବେଷଣ କରାଯାଇଥିଲା । ଏକ ନିର୍ଦ୍ଦିଷ୍ଟ ଟିଭିର ଲୋଗୋ ବ୍ୟବହାର କରି ଏଭଳି ମିଛ ଖବର ପରିବେଷଣ କରିବା ପରେ ଜିଲାରେ ହଇଚଇ ସୃଷ୍ଟି ହୋଇଥିଲା । ଏ ନେଇ ବଲାଙ୍ଗୀର ପୋଲିସ ଅନୁସନ୍ଧାନ କରିବା ପରେ କିଛି ଅସାମାଜିକ ତତ୍ତ୍ୱ ଏଭଳି ମିଛ ଖବର ପରିବେଷଣ କରିଥିବା ଜଣାପଡିଥିଲା । ଏହି ମିଛ ଖବର ପରିବେଷଣ ମାମଲାରେ ପୋଲିସ ୩ ଜଣ ଯୁବକଙ୍କୁ ଗିରଫ କରିଛି । ଗିରଫ ଯୁବକମାନେ ହେଲେ ସଇଁତଲା ଥାନା ଡଙ୍ଗରପଡାର ସତ୍ୟାନନ୍ଦ ଭୋଇ (୩୦), ଦେଓଗଁା ଥାନା ଅଧୀନ ପିପଲପଦର ମହାକୁରପାଲିର ବବୁଲୁ ମହାକୁର (୨୩) ଓ ବିଲାସପୁର ଗଁାର ଆନନ୍ଦ ଓରଫ୍‌ ଅନୋଦ ମହାକୁର (୨୭)।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri