ମିଟର ରିଡର କର୍ମଚାରୀଙ୍କୁ ଅବହେଳା : ୧୫ ବର୍ଷ ପରେ ବି ମିଳୁନି ସର୍ବନିମ୍ନ ମଜୁରି

ବ୍ରହ୍ମପୁର ଅଫିସ, ୨୮ା୯-ସରକାରଙ୍କ ଦ୍ୱାରା ଘୋଷିତ ସର୍ବନିମ୍ନ ମଜୁରି ପ୍ରଦାନ କରିବାକୁ ସାଉଥ୍‌କୋ ମିଟର ରିଡର ଶ୍ରମିକ ସଂଘ ବ୍ରହ୍ମପୁର ଶାଖା ପକ୍ଷରୁ ଦାବି କରାଯାଇଛି । ଏହି ଦାବି ନେଇ ସଂଘ ପକ୍ଷରୁ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର (ଆର୍‌ଡିସି)ଙ୍କ କାର୍ଯ୍ୟାଳୟ ଆଗରେ ଶୁକ୍ରବାର ବିକ୍ଷୋଭ କରାଯାଇଥିଲା। ପରେ ଆର୍‌ଡିସିଙ୍କ ଜରିଆରେ ମୁଖ୍ୟ ଶାସନ ସଚିବଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା। ସାଉଥ୍‌କୋର ବିଭିନ୍ନ ଠିକା ସଂସ୍ଥା ଅଧୀନରେ ଗଞ୍ଜାମ ସମେତ ଗଜପତି, ରାୟଗଡା, କୋରାପୁଟ, ନବରଙ୍ଗପୁର, ମାଲକାନଗିରି, କନ୍ଧମାଳ, ବୌଦ୍ଧ ଆଦି ଜିଲାର ପ୍ରାୟ ୩୦୦୦ରୁ ଉର୍ଦ୍ଧ୍ୱ କର୍ମଚାରୀ ମିଟର ରିଡିଂ କାର୍ଯ୍ୟ କରୁଛନ୍ତି ା ହେଲେ କାର୍ଯ୍ୟ କରିବାର ୧୫ ବର୍ଷ ବିତିଥିଲେ ମଧ୍ୟ ସାଉଥ୍‌କୋ କର୍ତ୍ତୃପକ୍ଷ ସରକାରଙ୍କ ଦ୍ୱାରା ଘୋଷିତ ସର୍ବନିମ୍ନ ମଜୁରି ପ୍ରଦାନରେ ବିଳମ୍ବ କରୁଛନ୍ତି ା ଏହାର ସମାଧାନ କରିବା ପରିବର୍ତ୍ତେ ମହିଳା ସ୍ବଂୟ ସହାୟିକା ଗୋଷ୍ଠୀ (ଏସ୍‌ଏଚଜି)କୁ ମିଟର ରିଡିଂ କାର୍ଯ୍ୟ ହସ୍ତାନ୍ତର କରିବାକୁ ଠିକା ସଂସ୍ଥା ପକ୍ଷରୁ ଧମକ ଦିଆଯାଉଥିବା ସେମାନେ ଅଭିଯୋଗ କରିଛନ୍ତି ା ଏ ନେଇ ସାଉଥକୋ କର୍ତ୍ତୃପକ୍ଷଙ୍କୁ ବହୁବାର ଅବଗତ କରାଯାଇଥିଲେ ମଧ୍ୟ ସୁଫଳ ମିଳୁନି। ଏପରିକି ମିଟର ରିଡରଙ୍କୁ କୌଣସି ଠିକାସଂସ୍ଥା ଜରିଆରେ ସେମାନଙ୍କ ପ୍ରାପ୍ୟ ନ ଦେଇ ପ୍ରତ୍ୟକ୍ଷ ଭାବେ ଦେବାକୁ ଅଗଷ୍ଟ ୧୪ ତାରିଖରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ତାଙ୍କ ଚିଠି ନଂ ୨୩୫୦ରେ ଦର୍ଶାଇଛନ୍ତି ା ତଥାପି ସାଉଥକୋ କର୍ତ୍ତୃୃପକ୍ଷ ଠିକାସଂସ୍ଥା ଜରିଆରେ ମଜୁରି ଦେଉଥବା କର୍ମଚାରୀମାନେ କହିଛନ୍ତି ା ଦଶହରା ଛୁଟି ପୂର୍ବରୁ ସମସ୍ୟାର ସମାଧାନ ଦିଗରେ ପଦକ୍ଷେପ ଗ୍ରହଣ କରା ନ ଗଲେ ସମସ୍ତ ମିଟର ରିଡର କର୍ମଚାରୀ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଦାବିପତ୍ରରେ ଚେତାବନୀ ଦେଇଛନ୍ତି। ଦାବିପତ୍ର ପ୍ରଦାନ ବେଳେ ସଂଘର ସଭାପତି ସନ୍ତୋଷ କୁମାର ପଟ୍ଟନାୟକ, ସମ୍ପାଦକ ବିଦ୍ୟାଧର ପାଢୀଙ୍କ ସମେତ ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ବିଧାୟକଙ୍କ ବଡ଼ ସୂଚନା, ସମସ୍ତ ହାଇସ୍କୁଲରେ ଖୋଲିବ ଯୁକ୍ତ ୨

ଭଞ୍ଜନଗର,୧୬।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ୍ ରାସ୍ତାରେ ତ୍ରିରଙ୍ଗା ମିଡ଼ିଆ ଓ ସାମାଜିକ ସଂଗଠନର କାର୍ଯ୍ୟାଳୟ ଶନିବାର ରାତିରେ ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଦିଗପହଣ୍ଡିରେ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି, ଜନନାୟକ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ଜାତୀୟ ରାଜପଥ କଡ଼ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଶ୍ରୀ ମୁକ୍ତେଶ୍ଵର ଶୈବପୀଠ କଲ୍ୟାଣ…

ଶ୍ମଶାନକୁ ରାସ୍ତା ନାହିଁ, କେନାଲ ପାର୍‌ ହୋଇ ଶବଦାହ କଲେ ଗ୍ରାମବାସୀ

ଗଞ୍ଜାମ,୧୬ା୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ଗଡ଼ହୁମ୍ମା ଗ୍ରାମ ନିକଟରେ ରହିଛି ବାଉଁସିଆ ପଡ଼ା ଗ୍ରାମ। ଶବଦାହ ପାଇଁ ଗ୍ରାମବାସୀ ନାହିଁ ନ ଥିବା…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri