ମିଡ୍‌ ଇଷ୍ଟ ଷ୍ଟିଲ କମ୍ପାନୀର ଆବେଦନ ଉପରେ ରାଜ୍ୟ ସରକାରଙ୍କୁ ଜବାବ ମାଗିଲେ ସୁପ୍ରିମ୍‌ କୋର୍ଟ

ଭୁବନେଶ୍ୱର, ୨୪।୩(ବ୍ୟୁରୋ): ମିଡ୍‌ ଇଷ୍ଟ ଇଣ୍ଟିଗ୍ରେଟେଡ୍‌ ଷ୍ଟିଲ୍‌ ଲିମିଟେଡ୍‌କୁ ଉତ୍ତୋଳିତ ଲୁହାପଥର ବିକ୍ରି ପାଇଁ ଅନୁମତି ଦିଆଯାଉନି। ଏ ସମ୍ପର୍କରେ ଜବାବ ରଖିବା ପାଇଁ ସୋମବାର ସୁପ୍ରିମ୍‌କୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନ ବିଚାରପତି ଏସ୍‌.ଏ. ବୋବ୍‌ଡେ, ଜଷ୍ଟିସ୍‌ ଏଲ୍‌. ନାଗେଶ୍ୱର ରାଓ ଓ ସୂର୍ଯ୍ୟକାନ୍ତଙ୍କୁ ନେଇ ଗଠିତ ଖଣ୍ଡପୀଠ ଅନୁମତି ଦେବାରେ କାହିଁକି ବିଳମ୍ବ ହେଉଛି ସେନେଇ ଉତ୍ତର ଚାହିଁଛନ୍ତି। ଏଥିସହ ଆସନ୍ତା ୨୫ ତାରିଖ କିମ୍ବା ପରବର୍ତ୍ତୀ ତାରିଖକୁ ଶୁଣାଣି ପାଇଁ ଧାର୍ଯ୍ୟ କରିଛନ୍ତି।
ସୂଚନାଯୋଗ୍ୟ, ଉତ୍ତୋଳିତ ଲୁହା ପଥର ବିକ୍ରି ପାଇଁ ଅଧିକ ସମୟ ଦେବା ଲାଗି ମିଡ୍‌ ଇଷ୍ଟ ଷ୍ଟିଲ କମ୍ପାନୀ ସୁପ୍ରିମ୍‌କୋର୍ଟରେ ଆଦେବନ କରିଛି। ରାଜ୍ୟ ସରକାର ଅନୁମତି ଦେଉ ନ ଥିବାରୁ ତାହାକୁ ବିକ୍ରି କରାଯାଇପାରୁନାହିଁ ବୋଲି କମ୍ପାନୀ ପିଟିଶନରେ ଦର୍ଶାଇଛି। ପୂର୍ବରୁ ସୁପ୍ରିମ୍‌କୋର୍ଟ ଖଣି ଲିଜ୍‌ ନେଇଥିବା କମ୍ପାନୀଗୁଡ଼ିକୁ ସେମାନଙ୍କର ଆଇରନ୍‌ ଓର୍‌ ବିକ୍ରି କରିବା ପାଇଁ ଦୁଇମାସ ସମୟ ଦେବା ସହ ଜରିମାନା ବାବଦ ବକେୟା ରାଶି ଖଣି ବିଭାଗରେ ପୈଠ କରିବାକୁ ନିର୍ଦ୍ଦେଶ ଦେଇଥିଲେ।
ମିଡ୍‌ ଇଷ୍ଟ କମ୍ପାନୀ ୧୯୯୪ ମେ’ରେ ଯାଜପୁର ଡୁବୁରୀଠାରେ ପିଗ୍‌ ଆଇରନ୍‌ ଏବଂ ଇଷ୍ପାତ ପ୍ଲାଣ୍ଟ ସ୍ଥାପନ କରିବା ପାଇଁ କେନ୍ଦ୍ର ସରକାରଙ୍କଠାରୁ ଅନୁମତି ପାଇଥିଲା। ଏଥିସହ କେନ୍ଦୁଝର ଜିଲାର ବଡବିଲ୍‌ ନିକଟରେ ୧୦୪.୬୮ ଏକର ବିଶିଷ୍ଟ ରଏଡ଼ା ଲୁହାପଥର ଖଣି ୨୦୨୦ ମାର୍ଚ୍ଚ ପର୍ଯ୍ୟନ୍ତ ଲିଜ୍‌ ନେଇଥିଲା। ପୂର୍ବରୁ ସୁପ୍ରିମକୋର୍ଟ ବେଆଇନ ଖଣି ଖନନ ପାଇଁ ମିଡ୍‌ ଇଷ୍ଟକୁ ୯୨୪ କୋଟି ୭୫ଲକ୍ଷ ୨୪ ହଜାର ୨୮୩ ଟଙ୍କା କ୍ଷତି ପୂରଣ ବାବଦକୁ ରାଜ୍ୟ ସରକାରଙ୍କ ନିକଟରେ ୨୦୧୭ ଡିସେମ୍ବର ସୁଦ୍ଧା ଜମା କରିବାକୁ ନିର୍ଦ୍ଦେଶ ଦେଇଥିଲେ। ତେବେ ଏଯାଏ କମ୍ପାନୀ ଉକ୍ତ ଅର୍ଥ ଜମା କରି ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ପୋଲିସ କମିଶନରଙ୍କୁ ମିଳିଲା ବଡ଼ କ୍ଷମତା

ନୂଆଦିଲ୍ଲୀ,୨୩ା୭: ଦିଲ୍ଲୀରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି)ର ବିକ୍ଷୋଭ ହିଂସାତ୍ମକ ରୂପ ନେଉଥିବାରୁ କେନ୍ଦ୍ର ସରକାର ଦିଲ୍ଲୀ ପୋଲିସ କମିଶନରଙ୍କୁ ଜାତୀୟ ସୁରକ୍ଷା ଆଇନ (ଏନ୍‌ଏସ୍‌ଏ) ବଳରେ…

ରଥ ମେଲଣରେ ଯୋଗଦେଲେ ଉପ ମୁଖ୍ୟମନ୍ତ୍ରୀ

ଅତାବିରା,୨୩।୭(ଯୁଧିଷ୍ଠିର ମହାପାତ୍ର) ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବରଗଡ଼ ଜିଲା ଅତାବିରା ଗସ୍ତରେ ଆସି ଗୁରୁବାର ସନ୍ଧ୍ୟାରେ କାଠଡେରା ଶ୍ରୀଗୁଣ୍ଡିଚା…

ରାସ୍ତା କାଦୁଅ ପଚ ପଚ, ଦୁର୍ଦ୍ଦଶାରେ ଲୋକେ

କୋକସରା,୨୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ବ୍ଲକ ଡଙ୍ଗରୀଗୁଡା ଛକଠାରୁ କାଦୋପଦର ଭାୟା କାଶିବାହାଲ ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି।…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

ଜନ୍ତର ମନ୍ତର ଅନ୍ଦୋଳନକୁ ନେଇ ଗୃହ ମନ୍ତ୍ରଣାଳୟର ବଡ଼ ନିର୍ଦ୍ଦେଶ: ଏସବୁ ଅଞ୍ଚଳରେ ବନ୍ଦ ହେବ ମୋବାଇଲ ଇଣ୍ଟରନେଟ ସେବା

ନୂଆଦିଲ୍ଲୀ,୨୩।୭: ଗୃହ ମନ୍ତ୍ରଣାଳୟ ଜନ୍ତର ମନ୍ତର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛି। ଚାଲିଥିବା ପ୍ରତିବାଦକୁ ଦୃଷ୍ଟିରେ ରଖି, ସରକାର ନିର୍ଦ୍ଦେଶ ଦେଇଛନ୍ତି ଯେ ଜନ୍ତର…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ କ୍ରିକେଟର ଭଗବାନ, ବାପାଙ୍କୁ ମନେ ପକାଇ କହିଲେ…

ନୂଆଦିଲ୍ଲୀ,୨୩।୭: NEET-UG ପେପର୍‌ ଲିକ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। CJP ଦେଶବ୍ୟାପୀ ପ୍ରତିବାଦ ଘୋଷଣା କରିଛନ୍ତି ଏବଂ ଛାତ୍ରୀଛାତ୍ରମାନଙ୍କୁ ଅଂଶଗ୍ରହଣ କରିବାକୁ ଆହ୍ବାନ କରିଛନ୍ତି।…

ଗୌତମ ଗମ୍ଭୀର ପ୍ରଶିକ୍ଷକ ପଦ ଛାଡିବା ପରେ ପ୍ରଥମ ମ୍ୟାଚ ଜିତିଲେ ଅଧିନାୟକ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୩।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଜିମ୍ବାୱେକୁ ୭ ୱିକେଟରେ ପରାସ୍ତ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଏହା ଟି-୨୦ ଦଳର ପ୍ରଥମ ବିଜୟ। ଉଲ୍ଲେଖନୀୟ…

ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ପ୍ରଥମ ଟି୨୦ ଜିତିଲା ଭାରତ

ହରାରେ,୨୩ା୭: ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ଏବଂ ବଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ୭ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri