Posted inଖେଳ

ମିଥାଲ ରାଜଙ୍କ କୃତୀତ୍ୱ

ଭଦୋଦରା, ୧୦।୧୦ (ପି.ଟି.)- ଭାରତୀୟ ମହିଳା କ୍ରିକେଟ୍‌ ଦଳର ଅଧିନାୟିକା ମିଥାଲି ରାଜ ବୁଧବାର ଏକ ବିରଳ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିଶ୍ୱର ପ୍ରଥମ ମହିଳା କ୍ରିକେଟର୍‌ ଭାବେ ମିଥାଲି ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଦୁଇ ଦଶନ୍ଧି ଖେଳିବାର ରେକର୍ଡ କରିଛନ୍ତି। ବୁଧବାର ଏଠାରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ମହିଳା କ୍ରିକେଟ୍‌ ଦଳ ବିପକ୍ଷରେ ଅନୁଷ୍ଠିତ ପ୍ରଥମ ଦିନିକିଆ ମ୍ୟାଚ୍‌ ଅବସରରେ ସେ ଏହି ସଫଳତା ପାଇଛନ୍ତି। ୩୬ ବର୍ଷୀୟା ମିଥାଲି ୧୯୯୯ ଜୁନ୍‌ ୨୬ରେ ଆୟର୍ଲାଣ୍ଡ ବିପକ୍ଷରେ ଖେଳି ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଥିଲେ। ବୁଧବାର ମ୍ୟାଚ୍‌ ସହ ସେ ଦିନିକିଆ କ୍ରିକେଟ୍‌ରେ ୨୦ ବର୍ଷ ୧୦୫ ଦିନ ପୂରଣ କରିଛନ୍ତି। ଫଳରେ ବିଶ୍ୱରେ ଏକମାତ୍ର ମହିଳା କ୍ରିକେଟର୍‌ ଭାବେ ମିଥାଲି ଦୁଇ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ଧରି ଖେଳିଛନ୍ତି। ଦିନିକିଆ କ୍ରିକେଟ୍‌ରେ ମିଥାଲି ବର୍ତ୍ତମାନ ସୁଦ୍ଧା ୨୦୪ ମ୍ୟାଚ୍‌ ଖେଳି ସାରିଛନ୍ତି। ସର୍ବାଧିକ ଦିନିକିଆ ଖେଳିଥିବା ମହିଳା କ୍ରିକେଟର୍‌ଙ୍କ ମଧ୍ୟରେ ସେ ଶୀର୍ଷରେ ରହିଥିବାବେଳେ ଇଂଲଣ୍ଡର ଚାର୍ଲୋଟ୍ଟେ ଏଡ୍‌ଓ୍ବାଡର୍‌ସ (୧୯୧), ଝୁଲଣ ଗୋସ୍ବାମୀ (୧୭୮) ଓ ଅଷ୍ଟ୍ରେଲିଆର ଆଲେକ୍ସ ବ୍ଲାକଓ୍ବେଲ୍‌ (୧୪୪) ଯଥାକ୍ରମେ ପଛକୁ ରହିଛନ୍ତି। ଗତ ମାସରେ ମିଥାଲି ଟି୨୦ରୁ ଅବସର ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହିତ ଜଡିତ ସମସ୍ତ ଟ୍ରେଡ ଡିଲ୍‌ କେବଳ ଗୁଜବ; ମୁମ୍ବାଇ ଇଣ୍ଡିଆନ୍ସରୁ ଆସୁଥିବା ଖବର ଆପଣଙ୍କ ହୋସ୍‌ ଉଡାଇ ଦେବ

ନୂଆଦିଲ୍ଲୀ,୨।୭: ୨୦୨୪ ପରି, ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଆଲୋଚନାର ବିଷୟ ପାଲଟିଛନ୍ତି। ତିନି ବର୍ଷ ପୂର୍ବେ ମୁମ୍ବାଇ ଇଣ୍ଡିଆନ୍ସ ଏକ ଟ୍ରେଡ ଡିଲ୍‌ ମାଧ୍ୟମରେ ହାର୍ଦ୍ଦିକଙ୍କୁ…

Video: ଶାହରୁଖ ଖାନଙ୍କ କ୍ରିକେଟ ଷ୍ଟାଡିୟମ! ଅଲିମ୍ପିକ୍ସ ସମୟରେ ଏହି ସ୍ଥାନରେ ଖେଳାଯିବ ମ୍ୟାଚ, ପୂଜାରୀଙ୍କୁ ଡାକି ହେଲା ପୂଜା

ନୂଆଦିଲ୍ଲୀ,୨।୭: ୧୨୮ ବର୍ଷର ଲମ୍ବା ଅପେକ୍ଷା ପରେ ୨୦୨୮ ଲସ ଆଞ୍ଜେଲସ ଅଲିମ୍ପିକ୍ସରେ କ୍ରିକେଟ ପୁନରାଗମନ କରୁଛି, ଏବଂ ପ୍ରଶଂସକମାନେ ଏହାକୁ ନେଇ ଅତ୍ୟନ୍ତ ଉତ୍ସାହିତ। ଚଳିତ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

ଗୋଲ୍ଡେନ୍‌ ବୁଟ୍‌ ରେସ୍‌ରେ ମେସିଙ୍କ ସମକକ୍ଷ ଏମ୍‌ବାପେ

ଇଷ୍ଟ ରଦରଫୋର୍ଡ,୨ା୭ (ଏପି):ଚଳିତ ଫିଫା ବିଶ୍ୱକପ୍‌ରେ ଫ୍ରାନ୍ସ ତା’ର ବିଜୟଧାରା ଜାରି ରଖି ପ୍ରି-କ୍ୱାର୍ଟରରେ ପ୍ରବେଶ କରିଛି। କିଲିଆନ ଏମ୍‌ବାପେଙ୍କ ଡବଲ ଗୋଲ୍‌ ବଳରେ ବୁଧବାର ଅନୁଷ୍ଠିତ…

ଆଜି ଭାରତ-ଇଂଲଣ୍ଡ ମ୍ୟାଚ୍‌: ବୈଭବଙ୍କ ଉପରେ ଇଂଲଣ୍ଡ ଅଧିନାୟକ ବଡ଼ ବୟାନ, ଦେଲେ

ଚେଷ୍ଟର ଲେ ଷ୍ଟ୍ରିଟ,୧।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ T20 ସିରିଜର ପ୍ରଥମ ମ୍ୟାଚ୍‌ ଜୁଲାଇ ୧ ତାରିଖ ଅର୍ଥାତ୍‌ ଆଜି ଖେଳାଯିବ। ଖେଳ ପୂର୍ବରୁ, ଇଂଲଣ୍ଡ…

ଟି୨୦ ବିଶ୍ୱକପ୍‌: ଫାଇନାଲରେ ପହଞ୍ଚିଲା ଅଷ୍ଟ୍ରେଲିଆ

ଲଣ୍ଡନ,୩୦ା୬: ଆଶ୍‌ଲେ ଗାର୍ଡନରଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ଓ ବେଥ୍‌ ମୁନିଙ୍କ ଅପରାଜିତ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଅଷ୍ଟ୍ରେଲିଆ ଚଳିତ ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଛି।…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri