ମିଥ୍ୟା ଏକ୍‌ଜିଟ୍‌ ପୋଲ୍‌ କରି ଭ୍ରମିତ କରୁଛି ବିଜେଡି

ଭୁବନେଶ୍ବର,୪ା୧୧(ବ୍ୟୁରୋ):ଧାମନଗର ଉପନିର୍ବାଚନ ଜିତିବା ଲାଗି ବିଜେଡି ଏବେ ସାମାଜିକ ଗଣମାଧ୍ୟମ ଜରିଆରେ ଭୋଟରଙ୍କୁ ଭ୍ରମିତ କରୁଛି। ପୂର୍ବରୁ ବିଜେଡି ପ୍ରଶାସନିକ ଅଧିକାରୀ, ଏସ୍‌ଏଚ୍‌ଜି, ଏମ୍‌ବିକେ, ସିଆର୍‌ପି ମାଧ୍ୟମରେ ଟଙ୍କା ବଣ୍ଟନକରି ଭୋଟରଙ୍କୁ ବିଚଳିତ କରିବାର ସମସ୍ତ ଅପଚେଷ୍ଟା କରିଥିଲା। ଏନେଇ ଭାଜପା ସମସ୍ତ ତଥ୍ୟ ଓ ପ୍ରମାଣ ସହ ସିଇଓଙ୍କ ପାଖରେ ଫେରାଦ ହୋଇଥିଲା। ସିଇଓ ମଧ୍ୟ ଘଟଣାର ତଦନ୍ତକରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲେ। କିନ୍ତୁ ଶାସକ ଦଳ ନ ସୁଧୁରି ପୁଣି ବିଜେଡି ନେତ୍ରୀ ସ୍ବର୍ଣ୍ଣଲତା ନାୟକ ଏକ ମିଥ୍ୟା ଏକଜିଟ୍‌ ପୋଲର ‘ବିଜେଡି ଜିତୁଛି ଧାମନଗର’ ଡିଜାଇନ ବନାଇ ତାକୁ ସାମାଜିକ ଗଣମାଧ୍ୟମରେ ଭାଇରାଲ୍‌ କରାଉଥିବା ଭାଜପା ଅଭିଯୋଗ କରିଛି। ଏନେଇ ଭାଜପାର ଏକ ପ୍ରତିନିଧି ଦଳ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ)ଙ୍କୁ ଭେଟି ଅଭିଯୋଗପତ୍ର ଦେଇଛିି। ନିର୍ବାଚନ ପ୍ରଚାର ଗତ ୧ ତାରିଖ ସନ୍ଧ୍ୟାରୁ ସରିବା ପରେ କୌଣସି ପ୍ରକାର ଏକ୍‌ଜିଟ୍‌ ପୋଲ୍‌ ହେଇପାରିବନାହିଁ ବୋଲି ସ୍ପଷ୍ଟ ନିୟମ ଥିବା ମଧ୍ୟରେ ବିଜେଡି ତା’ର ପୁରୁଣା କାରନାମା ଜାରି ରଖୁଛି। ମିଥ୍ୟା ଅଡିଓ, ଭିଡିଓ ପ୍ରସ୍ତୁତ କରି ମତଦାତାଙ୍କୁ ଭ୍ରମିତ କରୁଛନ୍ତି ଯେଉଁଥିରେ ଶାସକ ଦଳ ସଫଳ ହେବ ନାହିଁ। ଧାମନଗର ନିର୍ବାଚନମଣ୍ଡଳୀର ନିର୍ବାଚନ ନିୟମକୁ ବିଜେଡି ଖୋଲାଖୋଲି ଉଲ୍ଲଂଘନ କରୁଛି। ଏହି ଅଞ୍ଚଳରେ ମୁକ୍ତ, ନିରପେକ୍ଷ ଉପନିର୍ବାଚନ କରିବାକୁ ଭାଜପା ସିଇଓଙ୍କୁ ଦାବି କରିଛି। ଏନେଇ ତୁରନ୍ତ ସାଇବର କ୍ରାଇମ୍‌ ବିଭାଗ ଓ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଏହାର ଦାୟିତ୍ୱ ନେଇ ତଦନ୍ତକରି ଏ ପ୍ରସଙ୍ଗରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଭାଜପା ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri