ମିଥ୍ୟା ମାମଲାରେ ପୁଅକୁ ଫସାଇବା ଉଦ୍ୟମ: ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଦେହରେ କିରୋସିନ ଢାଳି ନିଆଁ ଲଗାଇଲେ ମା’

ବ୍ରହ୍ମପୁର ଅଫିସ,୧୨।୨: ପୁଅକୁ ମିଥ୍ୟା ମାମଲାରେ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ପ୍ରତିବାଦରେ ବୁଧବାର ଏସ୍‌ପିଙ୍କୁ ଭେଟିବାକୁ ଆସି ଜଣେ ମା’ ଦେହରେ କିରୋସିନ ଢାଳି ନିଆଁ ଲଗାଇବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ବ୍ରହ୍ମପୁର ଏସ୍‌ପି କାର୍ଯ୍ୟାଳୟ ପରିସରରେ ମିନାକ୍ଷୀ ମିଶ୍ର ନାମକ ଜଣେ ମହିଳା ନିଜ ଦେହରେ କିରୋସିନ ଢାଳି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସେଠାରେ ଏସ୍‌ପି କୌଣସି କାମରେ ବ୍ୟସ୍ତ ଥିବାରୁ ତାଙ୍କୁ ମିନାକ୍ଷୀ ଭେଟି ପାରି ନ ଥିଲେ। ଜଣେ ଏଏସ୍‌ପିଙ୍କ ଠାରୁ ଉଚିତ ନ୍ୟାୟ ନ ପାଇ ମିନାକ୍ଷୀ ଏକ ବ୍ୟାଗରେ ଧରିଥିବା କିରୋସିନ ନିଜ ଦେହରେ ଢାଳି ନିଆଁ ଲଗାଇ ଦେଇଛନ୍ତି। ଗୁରୁତର ଅବସ୍ଥାରେ ପୋଲିସ ତାଙ୍କୁ ଉଦ୍ଧାର କରି ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରିଥିଲା। ତାଙ୍କ ଶରୀରର ଶତକଡା ୯୫ ଭାଗ ପୋଡ଼ି ଯାଇଥିବା ଡାକ୍ତର କହିଛନ୍ତି। ସେଠାରେ ଡାକ୍ତର ମିନାକ୍ଷୀଙ୍କ ମୃତ୍ୟୁ କାଳୀନ ଜମାନବନ୍ଦୀ (ଡାଇଙ୍ଗ ଡିକ୍‌ଲାରେସନ )ନେଇଛନ୍ତି। ଏମ୍‌କେସିଜି ମେଡିକାଲରେ ବର୍ଣ୍ଣ ୟୁନିଟ୍‌ ନ ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ମେଡିକାଲ ସୂତ୍ରରୁ ପ୍ରକାଶ ।
ଅନ୍ୟପକ୍ଷରେ ଘଟଣା ସମ୍ପର୍କରେ ଖବର ପାଇ ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର ମେଡିକାଲରେ ପହଞ୍ଚି ଡାକ୍ତରଙ୍କଠାରୁ ମିନାକ୍ଷୀଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ। ଏସ୍‌ପି କହିଛନ୍ତି ସେ ଏକ କାମରେ ବ୍ୟସ୍ତ ଥିବାରୁ ମିନାକ୍ଷୀ ଏଏସପିଙ୍କୁ ଭେଟିଥିଲେ। ଏଏସ୍‌ପି ଘଟଣାର ସଠିକ ତଦନ୍ତ କରାଯିବ ବୋଲି କହିଥିଲେ। ସେଠାରୁ ଫେରି ସେ ଏକ ବ୍ୟାଗ ଭିତରେ ରଖିଥିବା କିରୋସିନ ଦେହରେ ଢାଳି ଏଭଳି ଆତ୍ମହତ୍ୟା ଉଦ୍ୟମ କରିଥିବା କହିଛନ୍ତି।
ସୂଚନାଯୋଗ୍ୟ ଗତ ଜାନୁୟାରୀ ୨୮ରେ ୧୦ ରୁ ୧୨ ଅପରାଧୀ ମିନାକ୍ଷୀ ମିଶ୍ରଙ୍କ ଘରେ ପଶି ତାଙ୍କ ପୁଅ ରାଜାଙ୍କୁ ଆକ୍ରମଣ କରିଥିଲେ । ଅଭିଯୋଗ ପରେ ପୋଲିସ ଏନେଇ ଏକ ମାମଲା ରୁଜୁ କରିବା ସହ ଜଣେ ନାବାଳକଙ୍କୁ ଧରି ଜେଜେବି କୁ ପଠାଇଥିଲା। ପରେ ଆଉ ୩ ଅଭିଯୁକ୍ତଙ୍କୁ ମଧ୍ୟ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିଲା। ସେପଟେ ରାଜାଙ୍କ ନାମରେ ମଧ୍ୟ ଅଭିଯୋଗ ହୋଇଥିବାରୁ ତାଙ୍କୁ ମଧ୍ୟ ପୋଲିସ ଉପଯୁକ୍ତ ପ୍ରମାଣ କୁ ଆଧାର କରି ଗିରଫ କରି କୋର୍ଟ ଚାଲାଣ କରିଥିଲା ବୋଲି ଏସ୍‌ପି ମିଶ୍ର କହିଛନ୍ତି। ରାଜାଙ୍କ ନାମରେ ୭ ଟି ମାମଲା ରହିଥିବା ଏସପି କହିଛନ୍ତି। ଅନ୍ୟପଟେ ପୋଲିସ କିଛି ପ୍ରଭାବଶାଳୀ ଲୋକଙ୍କ କଥାରେ ପଡ଼ି ମୋ’ ପୁଅକୁ ମିଥ୍ୟା ମାମଲାରେ ଗିରଫ କରି କୋର୍ଟ ଚାଲାଣ କରିଥିଲା ବୋଲି ମିନାକ୍ଷୀ ମିଶ୍ର କହିଥିଲେ। ଏହାର ପ୍ରତିବାଦ କରିବାରୁ ପୋଲିସ ଧମକଚମକ ଦେଇଥିଲା ବୋଲି ସୋମବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ମିନାକ୍ଷୀ କହିଥିଲେ। ନ୍ୟାୟ ନ ମିଳିଲେ ଏସ୍‌ପି କାର୍ଯ୍ୟାଳୟ ସମ୍ମୁଖରେ ଆତ୍ମହତ୍ୟା କରିବାକୁ ମଧ୍ୟ ଚେତାବନୀ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri