ମିଧାନୀରୁ ୧୦% ଅଂଶଧନ ବିକ୍ରି ଯୋଜନା

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଆଉ ଏକ ରାଷ୍ଟ୍ରାୟତ୍ତ ଉଦ୍ୟୋଗରୁ ଅଂଶଧନ ବିକ୍ରି କରିବାକୁ ଯୋଜନା ରଖିଛନ୍ତି। ପ୍ରତିରକ୍ଷା ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମିଶ୍ର ଧାତୁ ନିଗମ ଲିମିଟେଡ(ମିଧାନୀ)ରୁ ୧୦% ଅଂଶଧନ ସରକାର ବିକ୍ରି କରିପାରନ୍ତି। ଏ ନେଇ ସରକାରଙ୍କ ଜଣେ ବରିଷ୍ଠ ଅଧିକାରୀ ପିଟିଆଇକୁ ସୂଚନା ଦେଇଛନ୍ତି। ୨୦୧୮ ଏପ୍ରିଲରେ ଏହି କମ୍ପାନୀକୁ ଶେୟାର ବଜାରରେ ସୂଚୀଭୁକ୍ତ କରାଯାଇଥିଲା। ଏଥିରେ ୨୬% ଅଂଶଧନ ବିକ୍ରି ଲାଗି ସରକାର ଏକ ଇନିସିଆଲ ପବ୍ଲିକ ଅଫରିଂ(ଆଇପିଓ) ଆଣିଥିଲେ। ଏଥିରୁ ୪୩୮ କୋଟି ଟଙ୍କା ସଂଗ୍ରହ କରାଯାଇଥିଲା। ବିଗତ ଦିନଗୁଡିକରେ ପ୍ରତିରକ୍ଷା କ୍ଷେତ୍ରରେ ସରକାର ଅଟୋମେଟିକ ରୁଟ୍‌ ବା ପ୍ରତ୍ୟକ୍ଷ ଭାବେ ୭୪% ଏଫ୍‌ଡିଆଇକୁ ମଞ୍ଜୁରୀ ଦେଇଛନ୍ତି। ଏଭଳି ସ୍ଥିତିରେ ମିଧାନୀର ଶେୟାର ନିବେଶକଙ୍କୁ ସୁହାଇବ ବୋଲି ଅଧିକାରୀ ପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ, ମିଧାନୀ ସ୍ବତନ୍ତ୍ର ଷ୍ଟିଲ୍‌ ପ୍ରସ୍ତୁତ କରୁଛି। ପ୍ରତିରକ୍ଷା, ଆଣବିକ ଏବଂ ମହାକାଶ ଗବେଷଣା ଭଳି କ୍ଷେତ୍ରରେ ଏହା ବ୍ୟବହାର ହେଉଛି। ଉକ୍ତ କମ୍ପାନୀରୁ ଆଉ ୧୦% ଅଂଶଧନ ବିକ୍ରି କରିବା ନେଇ ସରକାର ଯୋଜନା ରଖିଛନ୍ତି। ଚଳିତ ସପ୍ତାହରେ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ(ବିଏସ୍‌ଇ) ସେନସେକ୍ସରେ ଏହି କମ୍ପାନୀର ଶେୟାର ମୂଲ୍ୟ ୧୯୩.୫୦ ଟଙ୍କାରେ ବନ୍ଦ ହୋଇଥିବା ନଜରକୁ ଆସିଥିଲା। ଏହି ମୂଲ୍ୟରେ ସରକାର ଯଦି ଆଉ ୧୦% ଅଂଶଧନ ବିକ୍ରି କରନ୍ତି ତେବେ ୩୬୦ କୋଟି ଟଙ୍କା ଲାଭ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri