ମିନିବସ୍‌ ଚୋରି ଉଦ୍ୟମ : ଚାଳକଙ୍କୁ ଅଟକ ରଖି ପୋଲିସର ପଚରାଉଚରା

ଦିଗପହଣ୍ଡି,୧୮।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବସଷ୍ଟାଣ୍ଡରୁ ଯାତ୍ରୀବାହୀ ମିନିବସ୍‌ ନଂ ଓଆର- ୦୭- ୬୫୦୧କୁ ଚୋରି କରି ଜଣେ ଚାଳକ ନେଇ ଯାଉଥିବାବେଳେ ରବିବାର ଅପରାହ୍ନରେ ଡିଭାଇଡରରେ ପିଟି ଦେବାରୁ ବସ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ସ୍ଥାନୀୟ ଲୋକେ ଘଟଣାସ୍ଥଳକୁ ଦୌଡ଼ି ଯିବାରୁ ଚୋରି ଘଟଣାରେ ସଂପୃକ୍ତ ଜଣେ ଅଣଓଡ଼ିଆ ଗାଡ଼ିଚାଳକଙ୍କୁ କାବୁ କରି ଦିଗପହଣ୍ଡି ପୋଲିସକୁ ହସ୍ତାନ୍ତର କରିଛନ୍ତି। ମିନିବସ୍‌ଟି ଦିଗପହଣ୍ଡିରେ ରହୁଥିବା ବିନୋଦ କୁମାର ସାହୁଙ୍କର ବୋଲି ସୂଚନା ମିଳିଛି। ଅଭିଯୁକ୍ତଙ୍କୁ ପୋଲିସ ଥାନାରେ ଅଟକ ରଖି ପଚରାଉଚରା କରୁଛି। ତାଙ୍କର ପ୍ରକୃତ ପରିଚୟ ଜଣାପଡ଼ିନାହିଁ। ଘଟଣାସ୍ଥଳରେ ଜନଗହଳି ଯୋଗୁ ରାସ୍ତାରେ ଟ୍ରାଫିକ ସମସ୍ୟା ଉପୁଜିଥିଲା। ଫଳରେ ଥାନା ଆଇଆଇସି ଗୌରାଙ୍ଗ ଚରଣ ସାହୁ, ଏସ୍‌ଆଇ ମଧୁସ୍ମିତା ପ୍ରଧାନ, ମାଧବ ଚନ୍ଦ୍ର ଟାକ୍‌୍‌ରୀ ପ୍ରମୁଖ ସଦଳବଳେ ପହଞ୍ଚ ରାସ୍ତା ଅବରୋଧ ହଟାଇବା ପରେ ଗାଡ଼ି ଚଳାଚଳ ସ୍ବାଭାବିକ ହୋଇଥିଲା। ଅନ୍ୟପକ୍ଷରେ ବର୍ଷକ ମଧ୍ୟରେ ଅଞ୍ଚଳରେ ଗାଡ଼ି ଚୋରି ସଂଖ୍ୟା ବୃଦ୍ଧି ପାଇଥିବାବେଳେ ଗାଡ଼ିଚୋର ର଼୍ୟାକେଟ୍‌କୁ ଧରିବା ପାଇଁ ଖେମୁଣ୍ଡି ମିନିବସ୍‌ ମାଲିକ ସଂଘ ପକ୍ଷରୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

WHOର ଭୟଙ୍କର ଭବିଷ୍ୟବାଣୀ: ୨୦୫୦ ସୁଦ୍ଧା ବିଶ୍ୱରେ…

ଓ୍ବାଶିଂଟନ୍‌,୧୪।୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(WHO)ର ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ କରିଛି। ପ୍ରଥମ ଓ୍ବାଲର୍‌ଡ ରିପୋର୍ଟ ଅନ୍‌ ହିଅରିଂ ଅନୁଯାୟୀ, ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରାୟ ୨.୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri