ମିଲ୍‌ ପରେ ଏବେ ସୁଗମ ଯୋଜନା: ଚାଲି ଚାଲି ଯାଉଥିବା ଅନ୍ୟ ଜିଲାର ଶ୍ରମିକଙ୍କୁ ବସ୍‌ରେ ଘରକୁ ପଠାଉଛି ଗଞ୍ଜାମ ପ୍ରଶାସନ

ଛତ୍ରପୁର, ୧୫।୫( ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ପୂର୍ବରୁ ଆରମ୍ଭ ହୋଇଥିବା ମିଲ୍‌ ଯୋଜନା ସହ ଏବେ ସୁଗମ ଯୋଜନା ଯୋଡି ହୋଇଯାଇଛି। ମିଲ୍‌ ଯୋଜନାରେ ପ୍ରଶାସନ ପକ୍ଷରୁ ନିର୍ଦ୍ଧାରିତ ଶୁଖିଲା ଖାଦ୍ୟ ପ୍ୟାକେଟକୁ ଲୋକେ ଦାନ କରୁଛନ୍ତି। ପରେ ଗରୀବ ପରିବାରଙ୍କୁ ଏହି ଖାଦ୍ୟ ପ୍ୟାକେଟ କୋଭିଡ୍‌ ସେଲ ପକ୍ଷରୁ ବଣ୍ଟନ କରାଯାଉଛି । ଏବେ ସୁଗମ ଯୋଜନାରେ ଓଡିଶାର ଅନ୍ୟ ଜିଲା କିମ୍ବା ଅନ୍ୟ ରାଜ୍ୟରୁ ଗଞ୍ଜାମ ଜିଲାଦେଇ ୁ ରାସ୍ତାରେ ଚାଲି ଚାଲି ଯାଉଥିବା ଶ୍ରମିକଙ୍କୁ ଏହି ଶୁଖିଲା ଖାଦ୍ୟ ବଣ୍ଟନ କରାଯାଉଥିବା ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ଟୁଇଟକରି ସୂଚନା ଦେଇଛନ୍ତି। ଏଥିପାଇଁ ସମସ୍ତେ ସହାୟତାର ହାତ ବଢ଼ାଇବାକୁ ଜିଲାପାଳ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ଏହି ମିଲ୍‌ କାର୍ଯ୍ୟକ୍ରମ ସହ ସୁଗମ ଯୋଜନାରେ ଲକ୍‌ଡାଉନ ସମୟରେ ଅନ୍ୟ ଜିଲାର ଶ୍ରମିକଙ୍କୁ ଖାଦ୍ୟର ବ୍ୟବସ୍ଥା ସହ ସେମାନଙ୍କୁ ନିଜ ନିଜ ଜିଲାରେ ଥିବା ଘରକୁ ବସ୍‌ ଯୋଗେ ପଠାଯାଉଥିବା ଡିଆରଡିଏ ପିଡି ଇଂ. ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଟୁଇଟ୍‌କରି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ଅଗଷ୍ଟ ୮ରେ ଓଡ଼ିଶା ବନ୍ଦ, ସଫଳ କରିବାକୁ ଛତ୍ରପୁରରେ ପଥପ୍ରାନ୍ତ ସଭା

ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ): ଏମଏମଡ଼ିଆର ସଂଶୋଧିତ ଅଧିନିୟମ ତୁରନ୍ତ ରଦ୍ଦ କରିବା, ମୁଖ୍ୟ ନିର୍ବାଚନ ଅଧିକାରୀ ଜ୍ଞାନେସ କୁମାରଙ୍କ ବହିଷ୍କାର ଓ ଗିରଫଦାରୀ, ଏସଆଇଆର ପ୍ରତ୍ୟାହାର କରିବା, ଗଣଶିକ୍ଷା…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

୫୮ ବର୍ଷ ପରେ ନବରାତ୍ରୀରେ ଦୁର୍ଲଭ ମହାସଂଯୋଗ: ଫିଟିବ ଏହି ୩ ରାଶିର ଭାଗ୍ୟ, ଧନ ବର୍ଷା ସହ ମିଳିବ ବଡ଼ ଚାକିରିର ଅଫର୍‌

୧୧ ଅକ୍ଟୋବର ୨୦୨୬ରୁ ଶାରଦୀୟ ନବରାତ୍ରୀ ଆରମ୍ଭ ହେବାକୁ ଯାଉଛି, ଯାହାକୁ ଏଥର ବେଶ ଖାସ ବୋଲି ଧରାଯାଉଛି। ପ୍ରକୃତରେ, ବହୁ ବର୍ଷ ପରେ ନବରାତ୍ରୀ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?