ଭବାନୀପାଟଣା,୧୭।୯(ଡି.ଏନ୍.ଏ.): କଳାହାଣ୍ଡିରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ କଳାହାଣ୍ଡି ଓକିଲ ସଂଘ ବିଗତ ୬ ବର୍ଷଧରି ଆନ୍ଦୋଳନ କରିଆସୁଛି। ତେବେ ଏହି ଆନ୍ଦୋଳନକୁ ଆହୁରି ତୀବ୍ରତର କରିବା ପାଇଁ ଭବାନୀପାଟଣା ସିଭିଲ କୋର୍ଟ ପରିସରରେ ଆୟୋଜିତ କଳାହାଣ୍ଡି ମିଳିତ ଓକିଲ ସଂଘ ବୈଠକରେ ମତ ପ୍ରକାଶ ପାଇଛି। କଳାହାଣ୍ଡି ମିଳିତ ଓକିଲ ସଂଘ ସଭାପତି ସନ୍ତୋଷ ପଣ୍ଡାଙ୍କ ସଭାପତିତ୍ୱରେ ଆୟୋଜିତ ଏହି ବୈଠକରେ କଳାହାଣ୍ଡି ଓକିଲ ସଂଘର ସଭାପତି ଭବେନ୍ଦ୍ର ପଣ୍ଡା, ସଂପାଦକ ଅଶ୍ୱିନୀ ଦାସଙ୍କ ସମେତ ଜିଲାର କେସିଙ୍ଗା, ମ.ରାମପୁର, କୋକସରା, ଜୟପାଟଣା ଆଦି ଓକିଲ ସଂଘର କର୍ମକର୍ତ୍ତା ସମେତ ଶତାଧିକ ଓକିଲ ଯୋଗ ଦେଇଥିଲେ। ଏହି ବୈଠକରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବି ଆନ୍ଦୋଳନକୁ ତୀବ୍ରତର, ଏକ ପ୍ରତିନିଧି ମଣ୍ଡଳ ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି, ଆଇନମନ୍ତ୍ରୀ, ଆଇନ ସଚିବ ଓ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତିଙ୍କୁ ସ୍ମାରକପତ୍ର ପ୍ରଦାନ, ଓଡିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ନିମନ୍ତେ ଗଠିତ କମିଟିକୁ ସ୍ମାରକପତ୍ର ପ୍ରଦାନ, ସୁପ୍ରିମକୋର୍ଟରେ ହାଇକୋର୍ଟ ବେଞ୍ଚ କଳାହାଣ୍ଡିରେ ପ୍ରତିଷ୍ଠା ଦାବିରେ ପିଆଇଏଲ୍ ସହ ଆଗାମୀ ଦଶହରା ପରେ କଳାହାଣ୍ଡିରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ କଳାହାଣ୍ଡି ମହାବନ୍ଦ ଆୟୋଜନ ଆଦି ପାଞ୍ଚଟି ପ୍ରସ୍ତାବ ଗୃହୀତ ହୋଇଛି। ପ୍ରତି ମାସର ଶେଷ ସୋମବାର ଜିଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ସହିତ ରାଜ୍ୟ ସରକାରଙ୍କ ସମସ୍ତ କାର୍ଯ୍ୟାଳୟ ବନ୍ଦ କରିବାକୁ ବୈଠକରେ ନିଷ୍ପତ୍ତି ହୋଇଛି।
Posted inଆମ ଜିଲା ଖବର, କଳାହାଣ୍ଡି View All
କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ତାରିଣୀ ପୀଠର ବିକାଶ ପାଇଁ କଲେ ବଡ଼ ଘୋଷଣା
କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ଘଟଗାଁରେ ପହଞ୍ଚିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ...
ରେକର୍ଡ ଭାଙ୍ଗୁଛି ଶୀତ, ରାଜ୍ୟର ସବୁଠୁ ଥଣ୍ଡା ସହର ଦାରିଙ୍ଗବାଡ଼ି
ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତର ଲହରି ରେକର୍ଡ ଭାଙ୍ଗିଛି। ଦିନକୁ ଦିନ ତାପମାତ୍ରା ହ୍ରାସ ପାଇ ରବିବାର ସକାଳ ସୁଦ୍ଧା ୭.୫...
ବିଦ୍ୟାଳୟରେ ପାଇଖାନା ନ ଥିବା ଘଟଣାକୁ ସହୃଦୟର ସହ ନେଲେ ବିଡିଓ, କହିଲେ ୩ ମାସରେ…
ଦାରିଙ୍ଗବାଡି,୭।୧୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ ୬...
୬୫ ବର୍ଷ ବିଦ୍ୟାଳୟରେ ପାଇଖାନା କି ମୌଳିକ ସୁବିଧା ନାହିଁ: ପିଲାଙ୍କ ପାଇଁ ପାହାଡ ଜଙ୍ଗଲ ହିଁ ଭରସା
ଦାରିଙ୍ଗବାଡି,୭।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ...
ମୋବାଇଲ ଆପ ସତର୍କ ସଙ୍କେତରେ ଛାତ୍ରଙ୍କ ସଫଳତା
ନୂଆପଡ଼ା,୭।୧୨ (ମକାରୁ ବେମାଲ): ଭାରତ ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଦ୍ୱାରା ପରିଚାଳିତ ଅଟଳ ଟିଙ୍କରୀଙ୍କ ଲ୍ୟାବମାନଙ୍କର ଅନ୍ଲାଇନ ମାଧ୍ୟମରେ ଓସିଏସି ଦ୍ୱାରା...
ଧରିତ୍ରୀ, ଆଦିତ୍ୟ ବିର୍ଲା ସନ୍ଲାଇଫ୍ ମ୍ୟୁଚୁଆଲ ଫଣ୍ଡ୍ର ‘ଶିକ୍ଷିତ ନିବେଶକ ବିକଶିତ ଭାରତ’ କର୍ମଶାଳା
କଟକ,୭ା୧୨(କାର୍ତ୍ତିକ ସାହୁ): ଭବିଷ୍ୟତ ଆବଶ୍ୟକତାକୁ ଦୃଷ୍ଟିରେ ରଖି ନିଜର ଅର୍ଜିତ ଅର୍ଥକୁ ଖର୍ଚ୍ଚ କରିବା ଜରୁରୀ। ବିଶେଷକରି ପ୍ରଥମେ ସଞ୍ଚୟ ଏବଂ ପରେ ଖର୍ଚ୍ଚ କରିବା...
ସ୍ତ୍ରୀଙ୍କ ମୁଣ୍ଡରେ ଟ୍ୟୁମର: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ
ନୂଆପଡ଼ା,୭।୧୨(ମକାରୁ ବେମାଲ): ସ୍ତ୍ରୀଙ୍କ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ । ଶେଷରେ ଅସହାୟ ହୋଇ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ସ୍ବାମୀ । ଏଭଳି ଘଟଣା...
ଜଣଙ୍କାକୁ ନୁହେଁ ଏକାବେଳକେ ଚାରି ଚାରି ଜଣଙ୍କୁ ଧକ୍କା ଦେଲା କାର :୨ ମୃତ, ୨ ଗୁରୁତର
ଖଜୁରୀପଡ଼ା,୭।୧୨(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ ସମ୍ବେପଦରଠାରେ ଏକ ଅଜଣା ଗାଡ଼ି ଧକ୍କାରେ ୨ଜଣଙ୍କ ମୃତ୍ୟୁ ହୋଇଛି। ଜଣେ ସମ୍ବେପଦର ଗ୍ରାମର ବିଦ୍ୟାଧର...
Archives


