ମିଳିତ ଓକିଲ ସଂଘର ଚେତାବନୀ: ହାଇକୋର୍ଟ ବେଞ୍ଚ ଆନ୍ଦୋଳନ ତୀବ୍ର ହେବ

ଭବାନୀପାଟଣା,୧୭।୯(ଡି.ଏନ୍‌.ଏ.): କଳାହାଣ୍ଡିରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ କଳାହାଣ୍ଡି ଓକିଲ ସଂଘ ବିଗତ ୬ ବର୍ଷଧରି ଆନ୍ଦୋଳନ କରିଆସୁଛି। ତେବେ ଏହି ଆନ୍ଦୋଳନକୁ ଆହୁରି ତୀବ୍ରତର କରିବା ପାଇଁ ଭବାନୀପାଟଣା ସିଭିଲ କୋର୍ଟ ପରିସରରେ ଆୟୋଜିତ କଳାହାଣ୍ଡି ମିଳିତ ଓକିଲ ସଂଘ ବୈଠକରେ ମତ ପ୍ରକାଶ ପାଇଛି। କଳାହାଣ୍ଡି ମିଳିତ ଓକିଲ ସଂଘ ସଭାପତି ସନ୍ତୋଷ ପଣ୍ଡାଙ୍କ ସଭାପତିତ୍ୱରେ ଆୟୋଜିତ ଏହି ବୈଠକରେ କଳାହାଣ୍ଡି ଓକିଲ ସଂଘର ସଭାପତି ଭବେନ୍ଦ୍ର ପଣ୍ଡା, ସଂପାଦକ ଅଶ୍ୱିନୀ ଦାସଙ୍କ ସମେତ ଜିଲାର କେସିଙ୍ଗା, ମ.ରାମପୁର, କୋକସରା, ଜୟପାଟଣା ଆଦି ଓକିଲ ସଂଘର କର୍ମକର୍ତ୍ତା ସମେତ ଶତାଧିକ ଓକିଲ ଯୋଗ ଦେଇଥିଲେ। ଏହି ବୈଠକରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବି ଆନ୍ଦୋଳନକୁ ତୀବ୍ରତର, ଏକ ପ୍ରତିନିଧି ମଣ୍ଡଳ ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି, ଆଇନମନ୍ତ୍ରୀ, ଆଇନ ସଚିବ ଓ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତିଙ୍କୁ ସ୍ମାରକପତ୍ର ପ୍ରଦାନ, ଓଡିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ନିମନ୍ତେ ଗଠିତ କମିଟିକୁ ସ୍ମାରକପତ୍ର ପ୍ରଦାନ, ସୁପ୍ରିମକୋର୍ଟରେ ହାଇକୋର୍ଟ ବେଞ୍ଚ କଳାହାଣ୍ଡିରେ ପ୍ରତିଷ୍ଠା ଦାବିରେ ପିଆଇଏଲ୍‌ ସହ ଆଗାମୀ ଦଶହରା ପରେ କଳାହାଣ୍ଡିରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ କଳାହାଣ୍ଡି ମହାବନ୍ଦ ଆୟୋଜନ ଆଦି ପାଞ୍ଚଟି ପ୍ରସ୍ତାବ ଗୃହୀତ ହୋଇଛି। ପ୍ରତି ମାସର ଶେଷ ସୋମବାର ଜିଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ସହିତ ରାଜ୍ୟ ସରକାରଙ୍କ ସମସ୍ତ କାର୍ଯ୍ୟାଳୟ ବନ୍ଦ କରିବାକୁ ବୈଠକରେ ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri