ମିଳିଲାନି ଆଇସିୟୁ, ଚିକିତ୍ସାରେ ଅବହେଳା ଅଭିଯୋଗ; ମହିଳା କର୍ମଚାରୀଙ୍କ ମୃତ୍ୟୁ, ହସ୍ପିଟାଲରେ ଉତ୍ତେଜନା

ଭୁବନେଶ୍ୱର, ୧୧।୭(ବ୍ୟୁରୋ) କ୍ୟାପିଟାଲ ହସ୍ପିଟାଲରେ କାର୍ଯ୍ୟରତ ଜଣେ ମହିଳା କର୍ମଚାରୀ ଗୁରୁତର ଅସୁସ୍ଥ ହୋଇପଡିଥିଲେ। ହସ୍ପିଟାଲରେ ଆଇସିୟୁ ବେଡ୍‌ ଫାଙ୍କା ନ ଥିବାରୁ ତାଙ୍କୁ ଓ୍ବାର୍ଡରେ ରଖି ଚିକିତ୍ସା କରାଯାଇଥିଲା। ହେଲେ ଆବଶ୍ୟକ ଚିକିତ୍ସା ନ ମିଳିବାରୁ ମହିଳାଙ୍କର ମୃତ୍ୟୁ ଘଟିଥିଲା। ଏହି ଘଟଣାକୁ ନେଇ ବୁଧବାର କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା ଦେଖାଦେଇଥିଲା। ଚିକିତ୍ସାରେ ଅବହେଳା କରାଯାଇଥିବା ଅଭିଯୋଗ ଆଣି ଅନ୍ୟ କର୍ମଚାରୀମାନେ ସୁପରିଣ୍ଟେଣ୍ଡେଣ୍ଟ୍‌ଙ୍କ କକ୍ଷ ଆଗରେ ମୃତଦେହ ରଖି ଧାରଣା ଦେଇଥିଲେ। ଫଳରେ ୩ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ହସ୍ପିଟାଲରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଥିଲା।
ମୃତା ମହିଳା କର୍ମଚାରୀ ହେଉଛନ୍ତି ଭଦ୍ରକ ଜିଲା ତିହିଡି ଥାନା ଅନ୍ତର୍ଗତ ଦେଉଳି ଗ୍ରାମର ଅନୁପମା ନାୟକ। ସେ ୩ବର୍ଷ ହେବ କ୍ୟାପିଟାଲ ହସ୍ପିଟାଲ ଏସ୍‌ଏନ୍‌ସିୟୁ ବିଭାଗର ଆଟେଣ୍ଡାଣ୍ଟ୍‌ ଭାବେ ଠିକାରେ କାର୍ଯ୍ୟ କରୁଥିଲେ। ଅନୁପମା କିଛିଦିନ ହେବ ମଧୁମେହ ସହ ଅନ୍ୟ କେତେକ ରୋଗରେ ପୀଡିତ ଥିଲେ। ମଙ୍ଗବାର ଅପରାହ୍ନରେ ସେ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ହସ୍ପିଟାଲର ଆଶୁଚିକିତ୍ସା ବିଭାଗରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ ମହିଳା ବିଭାଗକୁ ସ୍ଥାନାନ୍ତର କରାଯାଇ ଚିକିତ୍ସା ଚାଲିଥିବାବେଳେ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡିଥିଲା। ତୁରନ୍ତ ତାଙ୍କୁ ଆଇସିୟୁରେ ଭର୍ତ୍ତି କରିବାକୁ ଡାକ୍ତର ପରାମର୍ଶ ଦେଇଥିଲେ। ମାତ୍ର ବେଡ୍‌ ଅଭାବ ଦର୍ଶାଇ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇ ନ ଥିଲା। ଖବରପାଇ ତାଙ୍କ ସ୍ବାମୀ ନାରାୟଣ ନାୟକ ସନ୍ଧ୍ୟାରେ ହସ୍ପିଟାଲରେ ପହଞ୍ଚତ୍ଥିଲେ। ନାରାୟଣ ଓ ହସ୍ପିଟାଲର ଅନ୍ୟ କର୍ମଚାରୀମାନେ ବହୁ ଚେଷ୍ଟା କରିଥିଲେ ମଧ୍ୟ ଅନୁପମାଙ୍କୁ ଆଇସିୟୁ ମିଳିପାରି ନ ଥିଲା। ଫଳରେ ବେଡ୍‌ରେ ଯନ୍ତ୍ରଣାରେ ଛଟପଟ ହୋଇ ଶେଷରେ ନିସ୍ତେଜ ହୋଇପଡିଥିଲେ। ବୁଧବାର ଭୋର୍‌ ୫ଟାରେ ଅନୁପମା ଆଖିବୁଜିଥିଲେ। କ୍ୟାପିଟାଲ ହସ୍ପିଟାଲର ଜଣେ କର୍ମଚାରୀ ଆବଶ୍ୟକ ଚିକିତ୍ସା ନ ପାଇ ଆଖିବୁଜିବା ଘଟଣାକୁ ହସ୍ପଟାଲର ଅନ୍ୟ ରୋଗୀମାନେ ସହଜରେ ବିଶ୍ୱାସ କରିପାରି ନ ଥିଲେ। ସ୍ବାମୀ ନାରାୟଣ ଓ ଅନ୍ୟ କର୍ମଚାରୀମାନେ ମଧ୍ୟ ଦୁଃଖରେ ମର୍ମାହତ ହୋଇପଡିଥିଲେ। ହେଲେ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ଦେଖା ମିଳି ନ ଥିଲା। ଖବର ପ୍ରଚାରିତ ହୋଇଯିବା ପରେ ଅନ୍ୟ କର୍ମଚାରୀମାନେ ପହଞ୍ଚତ୍ବା ପରେ ସେଠାରେ ଉତ୍ତେଜନା ପ୍ରକାଶ ପାଇଥିଲା। ସକାଳ ପ୍ରାୟ ୭ଟାରେ ମୃତଦେହକୁ ଧରି ହସ୍ପିଟାଲ ସୁପରିଣ୍ଟେଣ୍ଡେଣ୍ଟଙ୍କ କକ୍ଷ ଆଗରେ ଧାରଣା ଦେଇଥିଲେ। ମୃତକଙ୍କ ପରିବାରକୁ କ୍ଷତିପୂରଣ, ତାଙ୍କ ପରିବାରର ଜଣଙ୍କୁ ଚାକିରି ଓ ଅବହେଳା ପ୍ରଦର୍ଶନ କରିଥିବା ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। କ୍ୟାପିଟାଲ ଥାନା ଅଧିକାରୀ ଗିରିଜା ଶଙ୍କର ଚକ୍ରବର୍ତ୍ତୀ ସେଠାରେ ପହଞ୍ଚତ୍ ଆନ୍ଦୋଳନରତ କର୍ମଚାରୀଙ୍କୁ ବୁଝାଶୁଝା କରିବା ସହ ପରିସ୍ଥିତିକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରିଥିଲେ। ହେଲେ କର୍ମଚାରୀମାନେ ଜିଦ୍‌ରେ ଅଟଳ ରହିଥିଲେ। ପୂର୍ବାହ୍ନ ପ୍ରାୟ ୧୦ଟାରେ ହସ୍ପିଟାଲ ନିର୍ଦ୍ଦେଶକ ଅଶୋକ କୁମାର ପଟ୍ଟନାୟକ ଧାରଣା ସ୍ଥଳରେ ପହଞ୍ଚତ୍ଥିଲେ। ଅବହେଳାର ତଦନ୍ତ କରାଯାଇ ଶୀଘ୍ର କାର୍ଯ୍ୟାନୁଷ୍ଠାନ ନିଆଯିବା ସହ ଆଲୋଚନା ପରେ ମୃତ ମହିଳା କର୍ମଚାରୀଙ୍କ ପରିବାରକୁ ଉଚିତ କ୍ଷତିପୂରଣ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏହାପରେ ଆନ୍ଦୋଳନ ହଟିବା ସହ ସ୍ଥିତି ସ୍ବାଭାବିକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri