ମିଳିଲା ଦଣ୍ଡ: ବଦଳିଲେ ଥାନାଧିକାରୀ, ତଦନ୍ତ ଅଧିକାରୀ ନିଲମ୍ବିତ: ଧରିତ୍ରୀକୁ ଧନ୍ୟବାଦ ଦେଲେ ଦୃଷ୍ଟିହୀନ ଦମ୍ପତିି

ଭୁବନେଶ୍ୱର,୩ା୧୦(ବ୍ୟୁରୋ): ପୋଲିସର ନିଷ୍କ୍ରିୟତା ଯୋଗୁ ନୟାଗଡ଼ର ଏକ ଦୃଷ୍ଟିହୀନ ଦମ୍ପତି ଦୀର୍ଘଦିନ ହେଲା ନ୍ୟାୟ ପାଇବାରୁ ବଞ୍ଚତ୍ତ ହେଉଥିଲେ। ଏନେଇ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ନୟାଗଡ଼ ଏସ୍‌ପି ଶଶିଭୂଷଣ ଶତପଥୀ ଘଟଣାର ତଦନ୍ତକାରୀ ଅଧିକାରୀ ଶରତ ଚନ୍ଦ୍ର ମିଶ୍ରଙ୍କୁ ନିଲମ୍ବନ କରିଥିବାବେଳେ ଓଡଗାଁ ଥାନା ଅଧିକାରୀ ଜ୍ୟୋତି ପ୍ରକାଶ ପଣ୍ଡାଙ୍କୁ ଜିଲା ପୋଲିସ ମୁଖ୍ୟାଳୟକୁ ବଦଳି କରିଛନ୍ତି। ଏଥିସହ ଅଭିଯୁକ୍ତଙ୍କ ବିରୋଧରେ ଖୁବ୍‌ଶୀଘ୍ର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ବୁଧବାର ଏହି ଦୃଷ୍ଟିହୀନ ଦମ୍ପତିି ଧରିତ୍ରୀ କାର୍ଯ୍ୟାଳୟରେ ପହଞ୍ଚତ୍ ଧନ୍ୟବାଦ ଦେଇଛନ୍ତି।
ନ୍ୟାୟ ପାଇବା ପାଇଁ ଘୂରି ବୁଲୁଥିବା ଏହି ଦୃଷ୍ଟିହୀନ ଦମ୍ପତି ହେଲେ ନୟାଗଡ଼ ଜିଲା ଓଡଗାଁ ଥାନା ବାହାଡାଝୋଲା ଫାଣ୍ଡି ଅଧୀନ ସେନ୍ତେରୀ ଗ୍ରାମର ବଂଶୀଧର ପ୍ରଧାନ ଓ ତାଙ୍କ ସ୍ତ୍ରୀ ଦୃଷ୍ଟିହୀନ। ଏମାନେ ଗାଁରୁ ଆସି ୩ ପିଲାଙ୍କ ସହ ଭୁବନେଶ୍ୱର ସତ୍ୟନଗରରେ ରହି ମାର୍କେଟ ବିଲ୍ଡିଂ ନିକଟ ରାସ୍ତାକଡ଼ରେ ଖେଳନା ବିକି ଗୁଜୁରାଣ ମେଣ୍ଟାନ୍ତି। ପାରିବାରିକ କଳହକୁ ନେଇ ଗତ ଜୁନ ୧୩ରେ ସେମାନଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିଲା। ଫାଣ୍ଡି, ଥାନାଠାରୁ ଆରମ୍ଭ କରି ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆରସି), ଏସ୍‌ପି ଏବଂ ଡିଜିପିଙ୍କ ନିକଟକୁ ଦୌଡ଼ି ଦୌଡ଼ି ନିରାଶ ହୋଇଥିଲେ। ଗତ ୩୦ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ନିଜ ଦୁଃଖ ପ୍ରକାଶ କରିଥିଲେ। ନ୍ୟାୟ ପାଇଁ ସେମାନଙ୍କ ଲଢ଼େଇକୁ ନେଇ ଧରିତ୍ରୀରେ ଖବର ପ୍ରକାଶିତ ହୋଇଥିଲା। ଏସ୍‌ପି ଶତପଥୀ ଉକ୍ତ ଦୁଇ ପୋଲିସ ଅଧିକାରୀଙ୍କୁ ଉଚିତ୍‌ ଶାସ୍ତି ଦେଇଥିବା ସେମାନେ କହିବା ସହ ଅଭିଯୁକ୍ତଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

‘ଯଦି ତୁମର ଲଜ୍ଜା ଅଛି, ତେବେ ହାତ ଯୋଡି ୧୪୦ କୋଟି ଜନତାଙ୍କୁ କ୍ଷମା ମାଗ’, କାହିଁକି ସୋନିଆଙ୍କୁ ଏମିତି କହିଲେ ଶାହା

ନୂଆଦିଲ୍ଲୀ,୧୬।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ବର୍ତ୍ତମାନ ରାଜସ୍ଥାନ ଗସ୍ତରେ ଅଛନ୍ତି। ତାଙ୍କ ଗସ୍ତ ସମୟରେ ସେ ମନ୍ତବ୍ୟ ଦେଇଥିଲେ ଯେ କଂଗ୍ରେସ ଦଳର ମୁଖ୍ୟାଳୟରେ ‘ବନ୍ଦେ…

ସ୍ପଷ୍ଟଚିହ୍ନିତ ଲଘୁଚାପ: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବା

ଭୁବନେଶ୍ୱର, ୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ…

ଟ୍ରେନରେ RPF ଅଧିକାରୀଙ୍କୁ ଆକ୍ରମଣ କଲେ ଏହି ଅଭିନେତ୍ରୀ, ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୬।୮: ଟିଭି, ଫିଲ୍ମ ଏବଂ OTTରେ କାମ କରୁଥିବା ଅଭିନେତ୍ରୀ ଅନ୍ତରା ବାନାର୍ଜୀଙ୍କୁ ଗିରଫ କରିଛି ପୋଲିସ । ୩୧ ବର୍ଷୀୟ ଅଭିନେତ୍ରୀଙ୍କ ବିରୋଧରେ ଅରାବଳୀ ଏକ୍ସପ୍ରେସ୍‌ରେ…

ସାଇବର ଅପରାଧରୁ ରକ୍ଷା ପାଇବା ପାଇଁ ଛାତ୍ରୀଛାତ୍ରଙ୍କୁ ସଚେତନ, ଓଟିପି-ପିନ୍‌ର ଗୋପନୀୟତା କହି…

କଲ୍ୟାଣସିଂହପୁର,୧୬ା୮(ଦୀପକ ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସୁନାଖଣ୍ଡି ପଞ୍ଚାୟତର ଜଗନ୍ନାଥପୁରସ୍ଥିତ ପିଏମ୍‌ ଶ୍ରୀ ହାଇସ୍କୁଲ ପରିସରରେ କଲ୍ୟାଣସିଂହପୁର ଥାନା ପକ୍ଷରୁ ଏକ ସାଇବର ସଚେତନତା…

ସୋନିଆଙ୍କ ବିରୋଧରେ ଦାଖଲ ହେଲା ଅଭିଯୋଗ; ‘ବନ୍ଦେ ମାତରମ’କୁ ଅପମାନ କରିଥିବା…

ନୂଆଦିଲ୍ଲୀ,୧୬।୮: କର୍ନାଟକର ମାଙ୍ଗାଲୁରୁର ଉର୍ଭା ପୋଲିସ ଷ୍ଟେଶନରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବିରୋଧରେ ଭାଜପା ନେତାମାନେ ଏକ ଆନୁଷ୍ଠାନିକ ଅଭିଯୋଗ ଦାଖଲ କରିଛନ୍ତି। ସ୍ବାଧୀନତା ଦିବସରେ…

ମହିଳାଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା, ରକ୍ଷାବନ୍ଧନରେ ୩ ଦିନ ମାଗଣା ବସ୍ ସେବା

ଲକ୍ଷ୍ନୌ,୧୬।୮: ରକ୍ଷାବନ୍ଧନ ଅବସରରେ ଉତ୍ତରପ୍ରଦେଶର ମହିଳାମାନଙ୍କ ପାଇଁ ବଡ଼ ଖୁସି ଖବର ସାମ୍ନାକୁ ଆସିଛି । ଉତ୍ତର ପ୍ରଦେଶ ରାଜ୍ୟ ସଡ଼କ ପରିବହନ ନିଗମ (UPSRTC) ମହିଳାଙ୍କୁ…

ବନ୍ୟାପାଣିରେ ବୁଡ଼ିଲା ଶିବମନ୍ଦିର, ଫସିଲେ ପୂଜକ ଦମ୍ପତି, ୮ ଘଣ୍ଟା ପରେ…

କୁଚିଣ୍ଡା,୧୬ା୮(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକରେ ପ୍ରବାହିତ ଖର୍ଲା ନଦୀରେ ବନ୍ୟା ଆସିଛି। ବନ୍ୟାପାଣି ମାଡ଼ି ଆସିବାରୁ ଚକଦରହ ଶିବମନ୍ଦିରଟି ପାଣିରେ ଅଧା ବୁଡ଼ି ଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri