ମିଳୁନି ବୀମା କ୍ଷତିପୂରଣ, ବରଗଡ଼ରେ ଚାଷୀ ଅସନ୍ତୋଷ

ବରଗଡ଼ ଅଫିସ୍‌,୨୨।୭- ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନାରେ ବୀମା କ୍ଷତିପୂରଣ ଠିକ୍‌ ଭାବେ ମିଳୁ ନ ଥିବା ଯୋଗୁ ଚାଷୀ ଅସନ୍ତୋଷ ଦିନକୁ ଦିନ ବଢ଼ିବାରେ ଲାଗିଛି। ଚାଷୀମାନେ ଏ ନେଇ ଜିଲାପାଳଙ୍କୁ ଫେରାଦ ହୋଇ ବିହିତ ପଦକ୍ଷେପ ନେବାକୁ ଦାବି କରି ଆସୁଛନ୍ତି। ଏହି କ୍ରମରେ ସୋମବାର ବରଗଡ଼ ଜିଲା ରାଜବୋଡ଼ାସମ୍ବର ବ୍ଲକ ଅନ୍ତର୍ଗତ ସର୍ଗିବାହାଲ, ଭଟଲି ବ୍ଲକ ଅନ୍ତର୍ଗତ ତରାକନା ଆଦି ଗ୍ରାମର ଚାଷୀମାନେ ଜିଲାପାଳଙ୍କୁ ଫେରାଦ ହୋଇଥିଲେ । ସେମାନେ ଏ ନେଇ ଜିଲାପାଳ ଇନ୍ଦ୍ରମଣି ତ୍ରିପାଠୀଙ୍କୁ ପୃଥକଭାବେ ସ୍ମାରକପତ୍ର ପ୍ରଦାନ କରିଥିଲେ।

ସର୍ଗିବାହାଲର ଚାଷୀମାନେ ଅଭିଯୋଗ କରିଛନ୍ତି, ଗତ ୨୦୧୮-୧୯ ଖରିଫରେ ତାଙ୍କ ପଞ୍ଚାୟତରେ ବ୍ୟାପକ ଫସଲକ୍ଷତି ହୋଇଥିଲା। ସେତେବେଳେ ବିଭାଗୀୟ ଅଧିକାରୀମାନେ କ୍ଷେତ୍ର ପରିଦର୍ଶନ ସହିତ କ୍ଷୟକ୍ଷତି ମଧ୍ୟ ଆକଳନ କରିଥିଲେ। ମାତ୍ର ଏବେ ବୀମା କ୍ଷତିପୂରଣ ପ୍ରଦାନ ସମୟରେ ବ୍ୟାପକ ତୃଟି ପରିଲକ୍ଷିତ ହୋଇଥିବା ଚାଷୀମାନେ ଅଭିଯୋଗ କରିଛନ୍ତ। ଫଳରେ ପଞ୍ଚାୟତର ଅନେକ ଚାଷୀ ବୀମା କ୍ଷତିପୂରଣ ପାଇବାରୁ ବଞ୍ଚିତ ଥିବା କହିଛନ୍ତି। ନାରାୟଣ ମେହେର, ମୀନକେତନ ସାହୁ, ସରୋଜ କୁମାର ବେହେରା ପ୍ରମୁଖ ସ୍ମାରକପତ୍ର ପ୍ରଦାନ କରିବାକୁ ଆସିଥିଲେ । ସେହିପରି ତରାକନା ଗ୍ରାମକୁ ବୀମା କ୍ଷତିପୂରଣରୁ ସମ୍ପୁର୍ଣ୍ଣ ବାଦ୍‌ ଦିଆଯାଇଛି ବୋଲି ଚାଷୀମାନେ ଅଭିଯୋଗ କରିଛନ୍ତି । ୨୦୧୮-୧୯ ଖରିଫରେ ସେମାନଙ୍କ ଗ୍ରାମର ଚାଷୀମାନେ ମଧ୍ୟ ଫସଲକ୍ଷତିର ସମ୍ମୁଖୀନ ହୋଇଥିଲେ ଏବଂ ଫସଲ ସମ୍ପୁର୍ଣ୍ଣ ଉଜୁଡ଼ି ଯାଇଥିଲା । ପ୍ରଭାବିତ ଫସଲ ବୁଲି ଦେଖି ବିଭାଗୀୟ ଅଧିକାରୀମାନେ କ୍ଷୟକ୍ଷତି ମଧ୍ୟ ଆକଳନ କରିଥିଲେ । ମାତ୍ର ତାଙ୍କୁ ଗ୍ରାମକୁ ସମ୍ପୁର୍ଣ୍ଣଭାବେ ବୀମା କ୍ଷତିପୂରଣରୁ ବାଦ୍‌ ଦିଆଯାଇ ଥିବା ଯୋଗୁ ଏହାର ପୁନର୍ବିଚାର ସହିତ ବୀମା କ୍ଷତିପୂରଣ ଯୋଗାଇ ଦେବାକୁ ଚାଷୀମାନେ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ବଲାଙ୍ଗୀର ବ୍ୟବସାୟୀଙ୍କୁ ଅପହରଣ ଘଟଣାରେ ବଡ଼ ଖୁଲାସା; ରାଜଧାନୀରେ କରାଯାଇଥିଲା ଆପରାଧିକ ଷଡ଼ଯନ୍ତ୍ର, ଖଣ୍ଡଗିରି ଥାନାକୁ…

ବଲାଙ୍ଗୀର,୧୭ା୮(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ଘଟଣାରେ ବଡ଼ ଖୁଲାସା କରିଛି ବଲାଙ୍ଗୀର ପୋଲିସ । ଏହି ଆପରାଧିକ ଷଡ଼ଯନ୍ତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri