ମିଳୁନି ମାଗଣା ଔଷଧ, ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ

ବଇଣ୍ଡା,୨୫ା୧ (ଡି.ଏନ.ଏ.) – କିଶୋରନଗର ବ୍ଲକ ବଇଣ୍ଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ରୋଗୀମାନଙ୍କୁ ମାଗଣା ଔଷଧ ସହ ଠିକ୍‌ ଭାବେ ସେବା ମିଳୁ ନ ଥିବା ସାଧାରଣରେ ଅଭିଯୋଗ ହେଉଛି। ଏ ନେଇ ବଇଣ୍ଡା ଗ୍ରାମବାସୀ ବାରମ୍ବାର ଜିଲା ସ୍ବାସ୍ଥ୍ୟ ବିଭାଗକୁ ଅବଗତ କରାଇଥିଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିବାବେଳେ ଶୁକ୍ରବାର ଅନୁଗୋଳ ଜିଲାପାଳଙ୍କଠାରେ ଅଭିଯୋଗ କରିଛନ୍ତି।
ଗ୍ରାମବାସୀଙ୍କ କହିବା ଅନୁଯାୟୀ, ୫୫ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଏହି ସ୍ବାସ୍ଥ୍ୟକେନ୍ଦ୍ର ରହିଛି। ଏହା ଉପରେ ନୁନୁକାପଶି, ଗାଁବଇଣ୍ଡା, ଜାମ୍ବୁନାଳୀ, କଣ୍ଟେଇକୁଳିଆ, ଲୁହାମୁଣ୍ଡା, ପେଡ଼ିପଥର, ସାନହୁଲା, କୁରୁମଟାପ ଆଦି ପଞ୍ଚାୟତର ୩୦ ହଜାରରୁ ଊର୍ଦ୍ଧ୍ୱ ଲୋକ ଚିକିତ୍ସା ପାଇଁ ନିର୍ଭର କରୁଛନ୍ତି। ହେଲେ ରୋଗୀମାନଙ୍କୁ ଠିକ୍‌ ଭାବେ ସେବା ମିଳିପାରୁ ନାହିଁ। ବହୁ ଗରିବ ରୋଗୀ ମାଗଣା ଔଷଧ, ସାଲାଇନ, ଇଞ୍ଜେକ୍ସନ ପାଇଁ ନିର୍ଭର କରୁଥିଲେ ମଧ୍ୟ ସେମାନଙ୍କୁ ମିଳୁ ନ ଥିବା ଅଭିଯୋଗ ହେଉଛି। ଏଥିସହ ଦୁର୍ଘଟଣାଗ୍ରସ୍ତ ଆହତଙ୍କୁ ବ୍ୟାଣ୍ଡେଜ କରିବା ପାଇଁ ଗଜ, କପଡ଼ା, ତୁଳା ନ ଥିବାବେଳେ ବାହାର ଔଷଧ ଦୋକାନରୁ କିଣିକି ଆଣିବା ପାଇଁ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ କୁହାଯାଉଥିବା କେତେକ ରୋଗୀ ନାମ ଗୋପନ ରଖି ପ୍ରକାଶ କରିଛନ୍ତି। ତୁରନ୍ତ ସ୍ବାସ୍ଥ୍ୟକେନ୍ଦ୍ରକୁ ଔଷଧ ସହ ସମସ୍ତ ସାମଗ୍ରୀ ଯୋଗାଇଦେବା ପାଇଁ ଗ୍ରାମର ଜଳଧର ସାହୁ, ଗିରିଶଚନ୍ଦ୍ର ବେହେରା, ରମେଶ କୁମାର ଟିବ୍ରୁଓ୍ବାଲା, ଭଗବାନ ଘିଓ୍ବାଲା, ଦୀପକ ବେହେରା ପ୍ରମୁଖ ଦାବି କରିଛନ୍ତି। ଏ ନେଇ ଆଠମଲ୍ଲିକ ସିଡିଏମ୍‌ଓ ସୁନୀଲ କୁମାର ପଣ୍ଡା କୁହନ୍ତି, ବଇଣ୍ଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଔଷଧ ଓ ସାମଗ୍ରୀ ଯୋଗାଇଦେବା ପାଇଁ ସ୍ବାସ୍ଥ୍ୟବିଭାଗକୁ ଅବଗତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri