ମିଳୁନି ସାର, କଳାବଜାର ଅଭିଯୋଗ

ବଇଣ୍ଡା,୨୦।୯(ଡି.ଏନ.ଏ.)-ଅନୁଗୋଳ ଜିଲା କିଶୋରନଗର ବ୍ଲକରେ ଏବେ ୟୁରିଆ ସାର ଅଭାବ ଦେଖାଦେଇଛି। ଆବଶ୍ୟକ ପରିମାଣର ସାର ମିଳୁ ନ ଥିବାରୁ ଚାଷୀଙ୍କ ଚିନ୍ତା ବଢ଼ିଯାଇଛି। ଏହାର ଫାଇଦା ଉଠାଇ କେତେକ ଅସାଧୁ ବ୍ୟବାସୀୟ ଚଢ଼ା ଦରରେ ସାର ବିକ୍ରି କରୁଥିବାବେଳେ ପ୍ରଶାସନ ପକ୍ଷରୁ ଏଥିପ୍ରତି ଦୃଷ୍ଟ ଦିଆଯାଉ ନ ଥିବାରୁ ଅସନ୍ତୋଷ ଦେଖାଦେଇଛି।
କିଶୋରନଗର ବ୍ଲକର ୨୩ଟି ପଞ୍ଚାୟତର ୮ ହଜାର ୭୫୬ ଏକର ଧାନ ଚାଷ ଜମି ରହିଛି। ୬୦ ପ୍ରତିଶତ ଲୋକ ଚାଷକୁ ଜୀବିକା କରିଥିବା ବେଳେ ସେମାନଙ୍କୁ ସମସ୍ତ ସରକାରୀ ସୁବିଧା ଏବଂ ସବ୍‌ସିଡି ମାଧ୍ୟମରେ ଉପକରଣ ଯୋଗାଇ ଦିଆଯାଉ ନାହିଁ। ଚଳିତ ବର୍ଷ ଯେତିକି ବର୍ଷା ହୋଇଛି ସେଥିରେ ଚାଷୀମାନେ ଧାନ ଚାଷ କରିଛନ୍ତି। ହେଲେ ଏବେ ସାର ମିଳୁ ନ ଥିବା ଯୋଗୁ ଚାଷୀମାନେ ଚିନ୍ତିତ ହୋଇପଡ଼ିଛନ୍ତି। ବ୍ଲକ ପାଇଁ ୩ ହଜାର କୁଇଣ୍ଟାଲ ସାର ଆବଶ୍ୟକ ଥିବାବେଳେ ମାତ୍ର ୧୬୬୩ କୁଇଣ୍ଟାଲ ୟୁରିଆ ଆସିଛି। ଏଥିସହ ଡିଏପି ୫୦ କୁଇଣ୍ଟାଲ ଆସିଛି। ୮ଟି ସୋସାଇଟି ଓ ନକଟିନାଳୀ, ଘୋଷର, ରାଇବାହାଳ, କରମଳକଟା, ତାଳପଦର, ନାକିଚି ଆଦି ୬ଟି ଗ୍ରାମ(ଦୋକାନ ଗୁଡ଼ିକ)ରେ ସାର ବିକ୍ରି କରିବା ପାଇଁ ସରକାରଙ୍କ ପକ୍ଷରୁ ଲାଇସେନ୍ସ ବଣ୍ଟନ କରାଯାଇଛି। ହେଲେ ଲୁହାମୁଣ୍ଡା ସୋସାଇଟିରେ ଚଳିତ ବର୍ଷ ସାର ବିକ୍ରି କରାଯାଉ ନାହିଁ। ସୋସାଇଟିର ସମସ୍ତ ଗୃହ ରାଜପଥ ସମ୍ପ୍ରସାରଣ ପାଇଁ ଭଙ୍ଗା ଯାଇଥିବାରୁୁ ସାର ଅଣାଯାଇ ନାହିଁ। ଫଳରେ ଅସାଧୁ ବ୍ୟବସାୟୀମାନେ ଏହାର ଫାଇଦା ନେଇ ବଇଣ୍ଡା ଅଞ୍ଚଳରେ ସାର ୨ଗୁଣା ଦରରେ ବିକ୍ରି କରୁଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ୟୁରିଆ ୫୦ କେଜି ବସ୍ତା ୫୦୦ ଟଙ୍କା ଲେଖାଏଁ ବିକ୍ରି କରାଯାଉଛି। ଲୁହାମୁଣ୍ଡା ସୋସାଇଟିରେ ନୁନୁକାପଶି, ଲୁହାମୁଣ୍ଡା, ଜାମ୍ବୁନାଳୀ, ଗାଁ ବଇଣ୍ଡା ଆଦି ୫ ପଞ୍ଚାୟତର ଚାଷୀ ନିର୍ଭର କରୁଛନ୍ତି। ହେଲେ ସାର ମିଳି ନ ଥିବାରୁ ବଇଣ୍ଡା ଅଞ୍ଚଳର ବିଭିନ୍ନ ଦୋକାନରେ ବିକ୍ରି ହେଉଥିବା ସାରକୁ ନେଇ ବ୍ୟବହାର କରୁଛନ୍ତି। କୃଷି ବିଭାଗ ପକ୍ଷରୁ ସେଭଳି କୌଣସି ପଦକ୍ଷେପ ନିଆଯାଉ ନ ଥିବାରୁ କଳା ବ୍ୟବସାୟୀମାନେ ଏହାର ଫାଇଦା ଉଠାଉଥିବା ସାଧାରଣରେ ଅଭିଯୋଗ ହେଉଛି। ଏ ନେଇ ଚାଷୀ ସନାତନ ବେହେରା, ନବୀନ ନାୟକ, କନ୍ଦର୍ପ ମୁଖୀ ପ୍ରମୁଖ କହିଛନ୍ତି, ଆବଶ୍ୟକ ପରିମାଣର ୟୁରିଆ ମିଳୁନାହିଁ। ସୋସାଇଟିରେ ସାର ନ ଥିବାବେଳେ ବାହାର ଦୋକାନ ଗୁଡ଼ିକରୁ ୨ ଗୁଣ ଦରରେ କିଣି ବ୍ୟବହାର କରାଯାଉଛି। ସରକାର ଓ କୃଷି ବିଭାଗ ଏଥିପ୍ରତି ଦୃଷ୍ଟି ଦିଅନ୍ତୁ। ବଇଣ୍ଡା କୃଷି ଅଧିକାରୀ ଚଣ୍ଡି ପ୍ରସାଦ ମହାଳିକ କହିଛନ୍ତି, ସାରର କଳାବଜାରକୁ ନେଇ ବିଭାଗ ପକ୍ଷରୁ ଚଢାଉ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ଗଞ୍ଜାମ ଭାଜପାର ନୂଆ କର୍ମକର୍ତ୍ତା ଘୋଷଣା: ସରୋଜ ଦାସ ଜିଲା ଉପସଭାପତି, ଦୀପକ ବେହେରା…

ଛତ୍ରପୁର,୨୯।୯(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି (ଭାଜପା) ଗଞ୍ଜାମ ଜିଲା ସଭାପତି ସରୋଜ ସାବତ ଏବଂ ଅନୁସୂଚିତ ଜାତି ମୋର୍ଚ୍ଚା ରାଜ୍ୟ ସଭାପତି ବାଇଧର ମଲ୍ଲିକଙ୍କ ଅନୁମୋଦନ…

ବାରହା ଆକ୍ରମଣରେ ଗାଈ ଜଗାଳି ଗୁରୁତର: ପୋଷା ବାରହାକୁ ନେଇ ବନ ବିଭାଗର ଭୂମିକା ଉପରେ ପ୍ରଶ୍ନବାଚୀ

ଖଜୁରୀପଡ଼ା,୨୯।୯(ବିଦୁର ବେହେରା): ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ କୁମ୍ଭେଇଗୁଡ଼ା ଗ୍ରାମର ଗୋପାଳ ବେହେରା (୫୦) ଗୁରୁବାର ନେଡ୍ରିଖୋଲ ଗ୍ରାମର ଝରନିଖୋଲ ନିକଟରେ ଗାଈ ଚରାଉଥିବା ସମୟରେ ଏକ ପୋଷା…

ଜୁନାଗଡ଼ ବ୍ଲକ୍ PEO ସଂଘର ସାଧାରଣ ପରିଷଦ ବୈଠକ: ପୁନର୍ବାର ସଭାପତି ଭାବେ ଆକାଶ ସାହୁ ମନୋନୀତ

ଜୁନାଗଡ଼,୨୯।୯ (ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଅପରାହ୍ନରେ ସ୍ଥାନୀୟ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (PEO) ସଂଘର ସାଧାରଣ ପରିଷଦ…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…

ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?