ମିଳୁନି ସ୍ତ୍ରୀଙ୍କ ମୃତ୍ୟୁ ପ୍ରମାଣପତ୍ର

ଅନୁଗୋଳ ସହର, ୧।୨ – ଆବେଦନର ୭ ଦିନ ମଧ୍ୟରେ ଜନ୍ମ କିମ୍ବା ମୃତ୍ୟୁ ପଞ୍ଜୀକରଣ ସାର୍ଟିଫିକେଟ ପ୍ରଦାନ କରାଯିବାର ନିୟମ ରହିଛି। କିନ୍ତୁ ଜଣେ ଦିବ୍ୟାଙ୍ଗ ବୃଦ୍ଧ ବର୍ଷେ ହେଲା ସ୍ତ୍ରୀଙ୍କ ମୃତ୍ୟୁ ସାର୍ଟିଫିକେଟ ପାଇଁ ଦୌଡ଼ୁଥିଲେ ମଧ୍ୟ ତାହା ମିଳିପାରୁ ନାହିଁ। ବାରମ୍ବାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ଜିଲା ସ୍ବାସ୍ଥ୍ୟକେନ୍ଦ୍ର ଧାଇଁ ଧାଇଁ ସେ ନୟାନ୍ତ ହୋଇଯାଇଥିବା ଅଭିଯୋଗ କରିଛନ୍ତି।
ସମ୍ପୃକ୍ତ ଦିବ୍ୟାଙ୍ଗ ବୃଦ୍ଧ ଜଣକ ହେଲେ ଅନୁଗୋଳ ଜିଲା ବନ୍ତଳା ଥାନା ପୋକତୁଙ୍ଗା ଗ୍ରାମର ଭଗବାନ ନାଏକ(୬୧)। ଭଗବାନଙ୍କ କହିବା ଅନୁଯାୟୀ, ୨୦୧୮ ଜାନୁୟାରୀ ୨୭ରେ ସ୍ତ୍ରୀ ସାବିତ୍ରୀ ନାଏକ(୫୨)ଙ୍କୁ ସେ ଗୁରୁତର ଅବସ୍ଥାରେ ବନ୍ତଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନେଇଥିଲେ। ଡାକ୍ତର ଫେରାଇ ଦେବାରୁ ସେ ସ୍ତ୍ରୀଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ହେଲେ ସେଠାରେ ଡାକ୍ତର ସାବିତ୍ରୀଙ୍କୁ ମୃତ ଘୋଷଣା କରିଥିଲେ। ମୃତଦେହ ଘରକୁ ଆଣିବାକୁ ପାଖରେ ଅର୍ଥ ନ ଥିବାରୁ ଏଥିପାଇଁ ତାଙ୍କୁ ବହୁ କଷ୍ଟ କରିବାକୁ ପଡ଼ିଥିଲା। ପରେ ସ୍ତ୍ରୀଙ୍କ ମୃତ୍ୟୁ ପ୍ରମାଣପତ୍ର ପାଇଁ ସେ ବନ୍ତଳା ସ୍ବାସ୍ଥ୍ୟକେନ୍ଦ୍ରରେ ଆବେଦନ କରିଥିଲେ। କିନ୍ତୁ ସେଠାରୁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଦିଆଯାଇଥିଲା। ପାରାଲିସିସ୍‌ରେ ଦୁଇଗୋଡ଼ ଅଚଳ ହୋଇଯାଇଥିବାରୁ ସେ ତିନି ଚକିଆ ସାଇକେଲରେ ବାରମ୍ବାର ବନ୍ତଳା ଓ ଜିଲା ମୁଖ୍ୟ ଚିକିତ୍ସାଳୟ ଯାଇ ପ୍ରମାଣପତ୍ର ପାଇଁ ନେହୁରା ହୋଇଥିଲେ। କିନ୍ତୁ ସାର୍ଟିଫିକେଟ ଦେବା ନଁାରେ ତାଙ୍କ ଠାରୁ ୨ ଶହ ଟଙ୍କା ନିଆଯାଇ ପୁନର୍ବାର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଦିଆଯାଇଥିଲା। ତାଙ୍କ ନାମ ପଞ୍ଜୀକରଣ ମଧ୍ୟ କରାଯାଇନାହିଁ। ତେଣୁ ସେ ବାଧ୍ୟ ହୋଇ ସ୍ତ୍ରୀଙ୍କ ମୃତ୍ୟୁ ସମ୍ପର୍କରେ ଆଫିଡେଭିଟ୍‌ କରିଛନ୍ତି ବୋଲି ଭଗବାନ ପ୍ରକାଶ କରିଛନ୍ତି।
ଏ ବିଷୟରେ ଗଣନାକାରୀ ଅଧିକାରୀ ପ୍ରୀତିଲତା ଦେଓ କହିଛନ୍ତି ଭଗବାନଙ୍କ ସ୍ତ୍ରୀଙ୍କ ମୃତ୍ୟୁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ହୋଇଛି। ତେଣୁ ଆଶା ଓ ଅଙ୍ଗନୱାଡ଼ି କର୍ମୀ ରିପୋର୍ଟ ଦେବା ପାଇଁ ମନା କଲେ। ପୌରପାଳିକାରେ ତାଙ୍କ ନାମ ଏଣ୍ଟ୍ରି ହୋଇନାହିଁ। ବନ୍ତଳାରୁ ସାର୍ଟିଫିକେଟ ନେବା ପାଇଁ ତାଙ୍କୁ ଆଫିଡେଭିଟ୍‌ କରି ଦେବା ପାଇଁ କୁହାଯାଇଥିଲା। ଅନୁମତି ପାଇଁ ୧ ମାସ ପୂର୍ବରୁ ଚିଠି କରାଯାଇଛି। ସେ ଡାକ୍ତରଖାନାକୁ ୪ରୁ ୫ ଥର ଆସିଛନ୍ତି ବୋଲି ପ୍ରୀତିଲତା ପ୍ରକାଶ କରିଛନ୍ତି। ବନ୍ତଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଘନଶ୍ୟାମ ବେହେରା କହିଛନ୍ତି, ଭଗବାନଙ୍କ ସ୍ତ୍ରୀଙ୍କ ମୃତ୍ୟୁ ଅନୁଗୋଳରେ ହୋଇଥିବା ଯୋଗୁ ଏଡିଏମ୍‌ଓଙ୍କ ପାଖରୁ ଅନୁମତି ମିଳିବା ପରେ ସାର୍ଟିଫିକେଟ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ବୁଦାମୂଳରୁ ଶୁଭିଲା ନବଜାତର କାନ୍ଦ, ତାପରେ….

ପାଳଲହଡ଼ା,୩।୨(ଦିବ୍ୟଜ୍ୟୋତି ଦାଶ): ଚଷାଗୁରୁଜାଙ୍ଗ ଖେଳପଡ଼ିଆ ବୁଦାମୂଳରୁ ନବଜାତ ପୁତ୍ରଙ୍କୁ ଉଦ୍ଧାର କରାଯାଇଛି । ସୋମବାର ରାତି ପ୍ରାୟ ୯ଟା ସମୟରେ ପାଲଲହଡା ଥାନା ଅନ୍ତର୍ଗତ ଚଷାଗୁରୁଜାଙ୍ଗ ଗ୍ରାମ…

ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…

ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ…

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ…

ଶିକାର ପାଇଁ ଖଞ୍ଜିଥିବା ବୋମା ଚୋବାଇ ହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

ଅନୁଗୋଳ ୧୮/୦୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀର ମୃତଦେହ…

ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ହାତୀ ଗୁରୁତର! ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ନେଇ ପ୍ରାଣୀ ପ୍ରେମୀ ଚ଼ିନ୍ତାରେ…

ଅନୁଗୋଳ,୧୫।୧ (ମାନସ ବିଶ୍ୱାଳ ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀ…

ଗଞ୍ଜେଇ ଗାଡି ସନ୍ଦେହରେ ଗୋଡାଉଥିଲା ପୋଲିସ, ଫେରାର୍‌ ମାରିବାବେଳେ ୨ ଜଣଙ୍କୁ ପିଟିଦେଲା କାର୍‌

ମାଧପୁର,୧୪।୧( ମନୋଜ କୁମାର ପ୍ରଧାନ): ଗଞ୍ଜେଇ ଗାଡି ସନ୍ଦେହରେ ପୋଲିସ ଗୋଡାଉଥିବା ଗାଡି ଦୁର୍ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆଠମଲ୍ଲିକ କିଆକଟା ଥାନା ନାଏକପଡା…

ଶୌଚ ପାଇଁ ଯାଇଥିଲେ ମହିଳା: ଦଳିଦେଲା ହାତୀ

ଅନୁଗୋଳ,୧୨।୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶଙ୍ଖପୁର ପଞ୍ଚାୟତ ଢିପପଦା ସାହିରେ ଜଣେ ମହିଳାଙ୍କୁ ଦଳଦେଇଛି ହାତୀ। ଢିପସାହିର ଇଚ୍ଛା ଦେହୁରୀ (୭୫) ଆଜି ଭୋର ସମୟରେ ଶୌଚପାଇଁ…

ଗୋରୁ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ: ଜଣଙ୍କ ଜୀବନ ଗଲା,ଅନେକ ଗୋରୁ…

ମାଧପୁର,୧୦।୧(ମନୋଜ କୁମାର ପ୍ରଧାନ): ଅନୁଗୋଳ ଜିଲା କିଆକଟା ଥାନା ଅନ୍ତର୍ଗତ ପନ୍ଥେଇ ନିକଟରେ ଏକ ଗୋରୁ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri