ମିଶନରେ କେନ୍ଦୁଝର ବୈଜ୍ଞାନିକ ଅଟଳକୃଷ୍ଣ

କେନ୍ଦୁଝର, ୨୧ା୮(ସ୍ବ.ପ୍ର.)-ଚନ୍ଦ୍ରାୟନ-୨ରେ କେନ୍ଦୁଝର ଜିଲାର ଯୁବ ବୈଜ୍ଞାନିକ ଅଟଳକୃଷ୍ଣ ଖଟୁଆଙ୍କ ଉଦ୍ୟମ ଏବେ ରାଜ୍ୟ ପାଇଁ ଗୌରବ ଆଣିଛି। ଅଟଳକୃଷ୍ଣ ଇସ୍ରୋର ରିଲାଇବିଲିଟି ବିଭାଗରେ ଦୀର୍ଘ ୬ ବର୍ଷ ହେଲା ବୈଜ୍ଞାନିକ ଭାବେ କାମ କରୁଛନ୍ତି। ଏଥିପାଇଁ ତାଙ୍କୁ ସବୁବେଳେ ଥିରୁବନନ୍ତପୁରମ୍‌ରୁ ଶ୍ରୀହରିକୋଟା ଯିବାକୁ ପଡ଼ୁଥିଲା। ବିଶେଷ କରି ଚନ୍ଦ୍ରାୟନ-୨ ପାଇଁ କ୍ରାୟୋଜନିକ ଷ୍ଟେଜ ଓ ଥର୍ମାଲ ପ୍ରୋଟେକ୍‌ସନ ସିଷ୍ଟମ ବିଭାଗରେ ସେ କାମ କରୁଛନ୍ତି। କ୍ରାୟୋଜନିକ ଷ୍ଟେଜରେ ସେ ତରଳ ଇନ୍ଧନ ପ୍ରସ୍ତୁତି ଓ ଯୋଗାଣ ବ୍ୟବସ୍ଥା ଦାୟିତ୍ୱରେ ନିୟୋଜିତ ଥିଲେ।
ଅଟଳକୃଷ୍ଣଙ୍କ ଘର କେନ୍ଦୁଝର ସହର ମାଗୁରଗାଡିଆ ସାହିରେ। ତାଙ୍କ ବାପା ଇଂ ଅମରବର ଖଟୁଆ ସର୍ଭେୟର ଭାବରେ କାମ କରୁଥିବାବେଳେ ମା’ ସରୋଜିନୀ ପୃଷ୍ଟି ଜଣେ ଅଧ୍ୟାପିକା ା ଭଉଣୀ ଅରୁନ୍ଧତୀ କେମିକାଲ ଇଞ୍ଜିନିୟର ଭାବେ ପୁଣେସ୍ଥିତ ଏକ ବହୁରାଷ୍ଟ୍ରୀୟ କମ୍ପାନୀରେ କାମ କରୁଛନ୍ତି। ଅଟଳ କେନ୍ଦୁଝରଗଡ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଦଶମ ପାସ କରି କଳିଙ୍ଗ ଭାରତୀ ଆବାସିକ ବିଦ୍ୟାଳୟରେ ଯୁକ୍ତ ୨ ବିଜ୍ଞାନ ଅଧ୍ୟୟନ କରିଥିଲେ। ଏହା ପରେ ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ ଅଫ ସ୍ପେସ ସାଇନ୍ସ ଆଣ୍ଡ ଟେକ୍ନୋଲଜି, ଥିରୁବନନ୍ତପୁରମ୍‌, କେରଳରୁ ବିଟେକ ଡିଗ୍ରୀ ହାସଲ କରି ଇସ୍ରୋରେ ବୈଜ୍ଞାନିକ ଭାବେ କାମ କରିଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri