ମିଶନ୍‌ ସୁବିଦ୍ୟା କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଲୋକସେବା ଭବନରୁ ମିଶନ୍‌ ସୁବିଦ୍ୟା କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ରାଜ୍ୟର ଅନୁସୂଚିତ ଜାତି(ଏସ୍‌ସି), ଅନୁସୂଚିତ ଜନଜାତି(ଏସ୍‌ଟି) ହଷ୍ଟେଲଗୁଡିକରେ ସର୍ବନିମ୍ନ ସୁବିଧା ଉପଲବ୍ଧ କରାଇବା ପାଇଁ ଏହା କାର୍ଯ୍ୟ କରିବ। ଏଥିପାଇଁ ସଂପୃକ୍ତ ବିଭାଗ ପକ୍ଷରୁ ୩ଟି ଚୁକ୍ତି ସ୍ବାକ୍ଷର କରାଯାଇଛି। ଏହି ସଂସ୍ଥାଗୁଡିକ ହେଉଛି- କ୍ୱାଲିଟି କାଉନସିଲ୍‌ ଅଫ୍‌ ଇଣ୍ଡିଆ, ଅକ୍ଷର ଫାଉଣ୍ଡେଶନ୍‌ ଏବଂ ଟ୍ରାଇଫେଡ୍‌।
କ୍ୱାଲିଟି କାଉନସିଲ୍‌ ଅଫ୍‌ ଇଣ୍ଡିଆ ପକ୍ଷରୁ ବହୁମୁଖୀ ସମୀକ୍ଷା କରାଯିବା ସହ ଏସ୍‌ଟିଏସ୍‌ସି ହଷ୍ଟେଲଗୁଡ଼ିକର ଗୁଣାତ୍ମକ ଦିଗ ବଜାୟ ରଖିବା ଦିଗରେ ଚେଷ୍ଟା କରିବ। ଏହି ହଷ୍ଟେଲଗୁଡ଼ିକୁ ଆଇଏସ୍‌ଓ:୯୦୦୧ ପ୍ରମାଣପତ୍ର ପାଇବା ଦିଗରେ ଏହା ସହାୟକ ହେବ ବୋଲି କୁହାଯାଇଛି। ସେହିପରି ଅକ୍ଷର ଫାଉଣ୍ଡେଶନ୍‌ ଗୁଣାତ୍ମକ ଶିକ୍ଷାର ଉପଲବ୍ଧି ସମ୍ପର୍କିତ କାର୍ଯ୍ୟ କରିବ। ପ୍ରଥମ ପର୍ଯ୍ୟାୟରେ ଏହି କାର୍ଯ୍ୟକ୍ରମ ଜରିଆରେ ୨ ଲକ୍ଷରୁ ଅଧିକ ଛାତ୍ରୀଛାତ୍ରଙ୍କୁ ସାମିଲ କରିବା ପାଇଁ ଚେଷ୍ଟା କରାଯାଉଛି। ଅନୁରୂପଭାବେ ଟ୍ରାଇଫେଡ୍‌ ମାର୍କେଟ ଲିଙ୍କିଙ୍ଗ୍‌ କରିବା ସହ ବିଭିନ୍ନ ଆଦିବାସୀ ଉତ୍ପାଦ ଏବଂ ଉଦ୍ୟୋଗରେ ସହାୟତା ପ୍ରଦାନ କରିବ। କାର୍ଯ୍ୟକ୍ରମର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, ମିଶନ୍‌ ସୁବିଦ୍ୟା କାରଣରୁ ଏସ୍‌ଟିଏସ୍‌ସି ହଷ୍ଟେଲଗୁଡିକରେ ଗୁଣାତ୍ମକ ସୁବିଧାସୁଯୋଗ ଉପଲବ୍ଧ ହୋଇପାରିବ। ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ମିଶନ୍‌ର ଲୋଗୋ ଉନ୍ମୋଚନ କରାଯାଇଥିଲା। ଏହି ମିଶନ ସମ୍ପର୍କିତ ଏକ କ୍ଷୁଦ୍ର ଫିଲ୍ମ ମଧ୍ୟ ପରିବେଷଣ କରାଯାଇଥିଲା। ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବାଥୁଡି ଏବଂ ଗଣ୍ଡିଆ ସମ୍ପ୍ରଦାୟଙ୍କ ଉପରେ ଏକ ବୁକ୍‌ଲେଟ୍‌ ମଧ୍ୟ ଉନ୍ମୋଚନ କରାଯାଇଥିଲା। ଉଲ୍ଲେଖଯୋଗ୍ୟ, ରାଜ୍ୟରେ ୬୫୦୦ ହଷ୍ଟେଲରେ ପ୍ରାୟ ୫.୭ ଲକ୍ଷ ଛାତ୍ରୀଛାତ୍ର ହଷ୍ଟେଲରେ ରହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧ୍ୟାପକ ନିଯୁକ୍ତି ଓ ବିଭିନ୍ନ ଦାବିରେ କଲେଜ ଫାଟକରେ ତାଲା: ଧାରଣାରେ ୫ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର

ପାଟଣା, ୯/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ୱାମପାଟଣାରେ ଅଧ୍ୟାପକ ନିଯୁକ୍ତି ସହ କଲେଜର ବିଭିନ୍ନ ସମସ୍ୟାର ସମାଧାନ…

ମାରୁତି ସୁଜୁକି ନୂଆ ବାଲେନୋର ବଜାର ପ୍ରବେଶ

ଭୁବନେଶ୍ୱର,୯ା୯: ମାରୁତି ସୁଜୁକି ଇଣ୍ଡିଆ ପ୍ରସ୍ତୁତ ବାଲେନୋର ନୂତନ ଭର୍ସନ ମଙ୍ଗଳବାର ରାଜଭବନ ନିକଟସ୍ଥ ନେକ୍ସା(ନାରାୟଣୀ ମୋଟର୍ସ) ଏବଂ ହଂସପାଳ ଶୋ’ରୁମ୍‌ରେ ଉନ୍ମୋଚନ କରାଯାଇଛି। ଏହି ନୂତନ…

ଓମ୍‌ଫେଡ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଦୁଗ୍ଧଚାଷୀଙ୍କୁ ଲିଟର ପ୍ରତି ୨ ଟଙ୍କା ଅଧିକ ମିଳିବ

ଭୁବନେଶ୍ୱର,୯ା୯: ରାଜ୍ୟର ଦୁଗ୍ଧଚାଷୀମାନଙ୍କ ଜୀବିକା, ଆୟ ଓ ସ୍ବାର୍ଥକୁ ପ୍ରାଥମିକତା ଦେଇ ଓମ୍‌ଫେଡ୍‌ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୧୧ ତାରିଖରୁ ଚାଷୀମାନଙ୍କଠାରୁ ଦୁଗ୍ଧ…

ମଦ ନିଶାରେ ବାପାଙ୍କୁ ପିଟି ହତ୍ୟା, ଥାନାରେ ଆତ୍ମସମର୍ପଣ କଲା ପୁଅ

ପାଟଣା, ୯/୯ (ବୀର କିଶୋର ଦାଶ): ପାରିବାରିକ କଳହକୁ କେନ୍ଦ୍ର କରି କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ନୁଆଖମଣ ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି।…

ବିବାହ ପରେ ଏହି ୨ ରାଶିଙ୍କର ଖୋଲେ ଭାଗ୍ୟର ତାଲା, ହୁଅନ୍ତି କୋଟିପତି! ଜୀବନରେ ଆସେ ଧନ-ଐଶ୍ୱର୍ଯ୍ୟ

ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟେକ ରାଶିର ନିଜସ୍ବ ଗୁଣ ଓ ଗ୍ରହ ପ୍ରଭାବ ରହିଛି। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ, କିଛି ରାଶିର ଲୋକଙ୍କ ପାଇଁ ବିବାହ ପରେ ଧନ,…

ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାକୁ ୧୭ ବର୍ଷ ପୂରିଲା: କାରଣ ଏବେବି ଅସ୍ପଷ୍ଟ

ପାରାଦୀପ, ୯।୯(ଶରତ ରାଉତ):ପାରାଦୀପ ବନ୍ଦରରୁ ଚାଇନା ଅଭିମୁଖେ ଯାଉଥିବା ଏମ୍‌ଭି ବ୍ଲାକରୋଜ୍‌ ଜାହାଜ ବୁଡ଼ିବା ଘଟଣାକୁ ଇତିମଧ୍ୟରେ ୧୭ ବର୍ଷ ପୂରିଗଲାଣି। ଉକ୍ତ ବ୍ଲାକରୋଜ୍‌ ବୁଡ଼ି ଘଟଣାକୁ…

୪୮ ଘଣ୍ଟା ପରେ ବଦଳିବ ଗ୍ରହଙ୍କ ଚଳନ: ଫେବୃଆରୀ ୨୦୨୭ ଯାଏ ବୃଷ ସମେତ ୪ ରାଶିଙ୍କୁ ମିଳିବ ଅପ୍ରତ୍ୟାଶିତ ଲାଭ, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ୟୁରେନସ୍‌କୁ ଅରୁଣ ଗ୍ରହ ବୋଲି କୁହାଯାଏ। ଆଧୁନିକ ଏବଂ ପାଶ୍ଚାତ୍ୟ ଜ୍ୟୋତିଷରେ ଏହି ଗ୍ରହକୁ ଅଚାନକ ପରିବର୍ତ୍ତନ, ନୂଆ ପରିସ୍ଥିତି ଓ ଅପ୍ରତ୍ୟାଶିତ…

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ: ଦେଖନ୍ତୁ…

ଭୁବନେଶ୍ୱର,୯।୯: ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପହଞ୍ଚିଛନ୍ତି। ଉଦୟପୁର ଫରେଷ୍ଟ ଅଫିସରୁ ଏହି ୫ଟି ଓରାଙ୍ଗଉଟାନଙ୍କୁ ନନ୍ଦନକାନନକୁ ଅଣାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri