ମିଶନ ଇନ୍ଦ୍ରଧନୁଷ୍‌ ଟାସ୍କ ଫୋର୍ସ ବୈଠକ

ଫୁଲବାଣୀ ଅଫିସ, ୨୫ା୧୨- ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ସଭାଗୃହରେ ସଶକ୍ତ ମିଶନ ଇନ୍ଦ୍ରଧନୁଷ ଟାସ୍କ ଫୋର୍ସ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଡା. ବୃନ୍ଦା ଡି. ଏଥିରେ ଅଧ୍ୟକ୍ଷତା କରି ପ୍ରତ୍ୟେକ କାର୍ଯ୍ୟକ୍ରମକୁ ଆଶାକର୍ମୀ, ଅଙ୍ଗନୱାଡ଼ି କର୍ମୀ, ଏବଂ ଏଏନ୍‌ଏମ୍‌ମାନଙ୍କୁ ଡକାଇବାକୁ ପରାମର୍ଶ ଦେଇଥିଲେ। ଜି.ଉଦୟଗିରି ବ୍ଲକରୁ କୌଣସି ହିତାଧିକାରୀ ଚିହ୍ନଟ ହୋଇପାରି ନ ଥିବାରୁ ଜିଲାପାଳ କ୍ଷୋଭ ପ୍ରକାଶ କରିଥିଲେ। ଜିଲାସ୍ତରୀୟ ଅଧିକାରୀମାନେ ଜି.ଉଦୟଗିରି ବ୍ଲକର କିଛି ଗାଁକୁ ଯାଇ ଘରକୁ ଘର ବୁଲି ପଚାରି ବୁଝିବାକୁ ପରାମର୍ଶ ଦେଇଥିଲେ। ଉଭୟ ସଶକ୍ତ ମିଶନ ଇନ୍ଦ୍ରଧନୁଷ ସହିତ ମିଳିମିଳା ଓ ରୁବେଲା ପ୍ରତି ଧ୍ୟାନ ଦେବା ପାଇଁ ଗୋଷ୍ଠୀ ଜନସ୍ବାସ୍ଥ୍ୟ ଅଧିକାରୀମାନଙ୍କୁ କୁହାଯାଇଥିଲା ା ପ୍ରଥମ ପର୍ଯ୍ୟାୟରେ ୭୧୦ ଶିଶୁଙ୍କୁ ଟୀକାକରଣ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିବା ବେଳେ ୭୦୮ ଜଣଙ୍କୁ ଟିକାକରଣ କରାଯାଇଛି। ଜାନୁୟାରୀ ୬, ୭, ୯, ୧୦, ୧୩, ୧୪ ଓ ୧୬ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ କରାଯିବ। ରାଜ୍ୟ ମନିଟରିଂ ଅଧିକାରୀ ଡା. ସମ୍ବିତ ପ୍ରଧାନ ଓ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନର ଡା. ନିହାର ରଞ୍ଜନ ରାୟ ପାୱାର ପଏଣ୍ଟ ମାଧ୍ୟମରେ ତଥ୍ୟ ପ୍ରଦାନ କରିଥିଲେ। ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡା. ରାଜଶ୍ରୀ ପଟ୍ଟନାୟକ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିବା ବେଳେ ଅତିରିକ୍ତ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ(ପରିବାର କଲ୍ୟାଣ) ଡା. ପ୍ରସନ୍ନ ତ୍ରିପାଠୀ ଧନ୍ୟବାଦ ଦେଇଥିଲେ ା ବୈଠକରେ ଜାତୀୟ ସ୍ବାସ୍ଥ୍ୟ ମିଶନ୍‌ର ଜିଲା କାର୍ଯ୍ୟକ୍ରମ ପରିଚାଳକ ମନୋରଞ୍ଜନ ସାହୁ, ଭାରପ୍ରାପ୍ତ ଅତିରିକ୍ତ ଜିଲା ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ଜ୍ୟୋତ୍ସ୍ନା ମହାନ୍ତିିଙ୍କ ସମେତ ଜିଲାର ସମସ୍ତ ଗୋଷ୍ଠୀ ଜନସ୍ବାସ୍ଥ୍ୟ ଅଧିକାରୀ, ଜନସ୍ବାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ, ଗୋଷ୍ଠୀ କାର୍ଯ୍ୟକ୍ରମ ପରିଚାଳକ ଏବଂ ଅନ୍ୟାନ୍ୟ ବିଭାଗୀୟ ପଦାଧିକାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri