ମିଶନ ‘ବିୟୁଟି ସିଟି’କୁ ସ୍ବାଗତ: ସହରକୁ ଜବରଦଖଲ ମୁକ୍ତ ଦାବି

ବାଲେଶ୍ୱର ଅଫିସ,୨୬।୭-ବାଲେଶ୍ୱର ସହର ରାସ୍ତା ତଥା ନୟନଯୋରୀକୁ ଜବରଦଖଲ କରି ବହୁ ବ୍ୟକ୍ତିବିଶେଷ, ବ୍ୟବସାୟୀମାନେ ସଙ୍କୁଚିତ କରିବା ଦ୍ୱାରା ସର୍ବସାଧାରଣ ଯାତାୟାତରେ ସମସ୍ୟା ଭୋଗୁଛନ୍ତି। ଏହାକୁ ଅନୁଭବ କରି ଗତ ୨୨ତାରିଖରୁ ନୂତନ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ନିର୍ଦ୍ଦେଶରେ ଆରମ୍ଭ କରାଯାଇଥିବା ମିଶନ ‘ବିୟୁଟି ସିଟି’କୁ ବିଭିନ୍ନ ସାମାଜିକ ସଂସ୍ଥା ପକ୍ଷରୁ ସ୍ବାଗତ କରାଯାଇଛି।
ସାମାଜିକ କର୍ମୀ ଗିରିଜା ଶଙ୍କର ଦାସଙ୍କ ଆବାହନରେ ସ୍ଥାନୀୟ ବ୍ରିଟ କଲ୍ୟାଣମଣ୍ଡପ ପରିସରରେ ସହର ପ୍ରାୟ ୧୫ଟି ସମାଜସେବୀ ଅନୁଷ୍ଠାନ ଏବଂ ୫୦ରୁ ଉର୍ଦ୍ଧ୍ୱ ସହରବାସୀମାନେ ଉପସ୍ଥିତ ହୋଇ ଜିଲାପାଳଙ୍କୁ ସହରର ରାସ୍ତାଘାଟ ପ୍ରଶସ୍ତିକରଣ ସହିତ ବାଲେଶ୍ୱର ସହରକୁ ପରିଷ୍କାର ପରିଚ୍ଛନ୍ନ ରଖାଯିବା ସଂକ୍ରାନ୍ତୀୟ ଏକ ଦାବିପତ୍ର ପ୍ରଦାନ କରିଥିଲେ। ସହରର ବୁଦ୍ଧିଜୀବୀ, ସମାଜସେବୀ, ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତାମାନଙ୍କ ଉପସ୍ଥିତିରେ ଦୀର୍ଘସମୟ ଆଲୋଚନା କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ସହରର ସମସ୍ତ ଜବରଦଖଲକୁ ତୁରନ୍ତ ଉଚ୍ଛେଦ କରିବାର ଦାବି କରାଯାଇଥିଲା। ସର୍ବପ୍ରଥମ ଉଡ଼ନ୍ତା ପୋଲର ମରାମତି ସହ ତଳେ ଥିବା ଦୋକାନ ଘରଗୁଡିକୁ ଉଚ୍ଛେଦ କରିବା ଦାବି ହୋଇଥିଲା।
ସରକାରୀ ଅମିନଙ୍କ ଦ୍ୱାରା ହାଲ୍‌ ନକ୍ସା ଅନୁସାରେ ମାପ କରାଯାଇ ଦଖଲକାରୀଙ୍କୁ ନ୍ୟାୟୋଚିତ୍ତ ସ୍ଥାନ ଦିଆଯିବା ସଙ୍ଗେ ସଙ୍ଗେ ରାସ୍ତାଘାଟର ପ୍ରଶସ୍ତିକରଣ ପାଇଁ ଯଥାଶୀଘ୍ର ପଦକ୍ଷେପ ନିଆଯିବ ବୋଲି ଜିଲାପାଳ ଚକ୍ରବର୍ତ୍ତୀ ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ଶ୍ରୀକାନ୍ତଙ୍କ ପ୍ରାର୍ଥିତ୍ୱରୁ ତ୍ରିମୁଖୀ ଲଢ଼େଇ

ବାଲେଶ୍ୱର,୧୬ା୪(ମାନସ ବିଶ୍ୱାଳ):ବାଲେଶ୍ୱର ଲୋକ ସଭା ଆସନ ପାଇଁ କଂଗ୍ରେସ ପକ୍ଷରୁ ଶ୍ରୀକାନ୍ତ ଜେନାଙ୍କ ନାମ ଘୋଷଣା କରାଯାଇଛି। ପୂର୍ବରୁ ଭାଜପାରୁ ପ୍ରତାପ ଷଡ଼ଙ୍ଗୀ ଓ ବିଜେଡିରୁ...

ପ୍ରତାପ ଷଡଙ୍ଗୀଙ୍କୁ ନିଜ ଦଳର କର୍ମୀ ଚେତାବନୀ, ଏମିତି ନ କଲେ ନିର୍ବାଚନମଣ୍ଡଳୀରେ ପୂରାଇ ଦିଆଯିବ ନାହିଁ

ବାଲେଶ୍ୱର,୧୪।୪(ମାନସ ବିଶ୍ୱାଳ)- ଜଳେଶ୍ୱର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ପକ୍ଷରୁ ଘୋଷଣା କରାଯାଇଥିବା ପ୍ରାର୍ଥୀଙ୍କୁ ବିରୋଧ କରାଯାଇଛି। ଏନେଇ ବାଲେଶ୍ୱର ସହର ସହଦେବଖୁଣ୍ଟାସ୍ଥିତ ଏକ ଘରୋଇ...

ଚିଙ୍ଗୁଡ଼ି ଘେରିରେ ଏସିଡ୍‌ ଢାଳି ଯୁବକଙ୍କୁ ହତ୍ୟା

ରୂପସା,୧୪।୪(ବାଞ୍ଛାନିଧି ଦେ)ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଗନ୍ଧିଆ ଗାଁ ନିକଟରେ ଥିବା ଏକ ଚିଙ୍ଗୁଡ଼ି ଘେରିରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri