ମିଶନ ରାଣୀ ପର୍ବ ଆରମ୍ଭ

ବ୍ରହ୍ମପୁର ଅଫିସ,୧୯ା୧୧- ବ୍ରହ୍ମପୁର କୁଇନ ମିଶନ କ୍ୟାଥଲିକ ଚର୍ଚ୍ଚରେ ଯୀଶୁଙ୍କ ମା’ ମେରିଆଙ୍କ ନବଦିନ ବ୍ୟାପୀ ମିଶନ ରାଣୀ ପର୍ବ ସୋମବାରରୁ ଆରମ୍ଭ ହୋଇଛି। ଅନ୍ତିମ ଉତ୍ସବ ଆସନ୍ତା ୨୭ ତାରିଖରେ ସମୁହ କ୍ୟାଣ୍ଡେଲ ଡେ ପାଳନ କରାଯିବାର କାର୍ଯ୍ୟକ୍ରମ ଚୂଡ଼ାନ୍ତ ହୋଇଛି । କ୍ୟାଥଲିକ୍‌ ଖ୍ରୀଷ୍ଟିଆନଙ୍କ ମହା ଦେବାଳୟ ସ୍ଥାନୀୟ କୁଇନ ମିଶନ ଚର୍ଚ୍ଚରେ ରହିଛି। ସେଠାରେ ମେରିଆଙ୍କ ପ୍ରତିମୂର୍ତ୍ତି ଅଛି। ଏହା ଦେଶର ଏକ ମାତ୍ର ଦେବାଳୟ ବୋଲି କୁହାଯାଇଛି । ପ୍ରତିବର୍ଷ ନଭେମ୍ବର ୧୮ରୁ ୨୬ ତାରିଖ ପର୍ଯ୍ୟନ୍ତ ମହୋତ୍ସବ ଅନୁଷ୍ଠିତ ହେବାର ପରମ୍ପରା ରହିଛି। ମୁଖ୍ୟ ଯାଜକ ସଞ୍ଜିତ କୁମାର ନାୟକ ଏହାକୁ ସଂଯୋଜନା କରିଥିଲେ। ସରକାରୀ ଯାଜକ ଶଶୀକାନ୍ତ ମାଳୀଙ୍କ ସମେତ ସୁରେଶ ନାୟକ, ଅନନ୍ତ ନାୟକ, ଦୀନବନ୍ଧୁ ନାୟକ ଓ ସୁବୀର ସିଂ ପ୍ରମୁଖ ଯାଜକମାନେ ଦିବ୍ୟ ଯଜ୍ଞ ପରିଚାଳନାରେ ସହଯୋଗ କରିଥିଲେ। ବହୁ ସଂଖ୍ୟକ କ୍ୟାଥଲିକ ଖ୍ରୀଷ୍ଟିଆନ ମହିଳା ଓ ପୁରୁଷ ଦିବ୍ୟଯଜ୍ଞ ଦର୍ଶନ ସହ ମେରିଆଙ୍କ ପୀଠରେ ସମୂହ ପ୍ରାର୍ଥନା କରିଥିଲେ। ଏହି ସମ୍ପ୍ରଦାୟର ଯୁବଗୋଷ୍ଠୀ ଭକ୍ତି ସଂଗୀତ ପରିବେଷଣ କରିଥିଲେ । ଅପରପକ୍ଷରେ ପବିତ୍ର ମିଶନ ରାଣୀ ପର୍ବ ପାଇଁ ସୋମବାରୁ କୁଇନ ମିଶନ ଚର୍ଚ୍ଚ ଉତ୍ସବମୁଖର ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବାବେଳେ ସ୍ବାମୀଙ୍କ ତଣ୍ଟି ଉପରେ ଚଢ଼ି ଜୀବନ ନେଇଗଲେ ସ୍ତ୍ରୀ, ଘର ବାହାରେ…

ଆଳି,୮ା୧୦(ବନମାଳୀ ସେନାପତି): ସ୍ବାମୀଙ୍କ ତଣ୍ଟି ଉପରେ ଛିଡ଼ା ହୋଇ ହତ୍ୟା କରିଛନ୍ତି ସ୍ତ୍ରୀ। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ…

ଆନ୍ଦୋଳନରେ ବସିଛନ୍ତି ଟାଟା ପାୱାର ଠିକା କର୍ମଚାରୀ: ଅନ୍ଧାରରେ ଉପଭୋକ୍ତା

ଭଞ୍ଜନଗର, ୮।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ଦାବି ନେଇ ଠିକା ବିଦ୍ୟୁତ କର୍ମଚାରୀଙ୍କ ଧାରଣା ଆଜି…

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି: ରମ୍ଭାରେ ଇଣ୍ଡିଆ ବ୍ଲକର ଓଡ଼ିଶା ବନ୍ଦ ପ୍ରଭାବ

ରମ୍ଭା, ୮।୧୦ (ବିଦ୍ୟାଧର ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ବ୍ଲକ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଗଞ୍ଜାମ ଜିଲାର ରମ୍ଭା ଅଞ୍ଚଳରେ ଦେଖିବାକୁ…

ଗଛ ମୂଳରେ ପଡ଼ିଛି ଚପଲ, ଉପରେ ଝୁଲୁଛି ଅଜଣା ଯୁବକଙ୍କ ମୃତଦେହ

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କୁସମେଲପଞ୍ଚାୟତର ଜାମୁଟିଆ ଗାଁ ନିକଟ ଏକ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଗୁରୁବାର ଜବତ ହୋଇଛି।…

ଇଣ୍ଡି ମେଣ୍ଟର ବନ୍ଦ ଡାକରା: ଗାଡ଼ିମୋଟର ଫେରାଇଦେଲେ ବିକ୍ଷୋଭକାରୀ

ପାଟଣା,୮ା୧୦(ବୀର କିଶୋର ଦାଶ): ଇଣ୍ଡିମେଣ୍ଟର ଭାରତ ବନ୍ଦ ଡାକରାକୁ ସମର୍ଥନ କରି ପାଟଣା ଓ ସାହାର ପଡ଼ା ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ କଂଗ୍ରେସ ପକ୍ଷରୁ ପିକେଟିଂ…

ଏମ୍‌ଏମ୍‌ଡିଆର, ଏସ୍‌ଆଇଆର୍‌ ମୁଖ୍ୟ ପ୍ରସଙ୍ଗ ନେଇ କଂଗ୍ରେସର ବନ୍ଦ ଡାକରା

କେନ୍ଦୁଝର,୮ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଏମ୍‌ଏମ୍‌ଡିଆର, ଏସ୍‌ଆଇଆର୍‌-୨୦୨୬, ପାଠ୍ୟପୁସ୍ତକ ତ୍ରୁଟି ଏବଂ ବନ୍ୟା ସମସ୍ୟା ପ୍ରସଙ୍ଗକୁ ନେଇ ବୁଧବାର ଓଡ଼ିଶା ବନ୍ଦ ଡାକରା ପରିପ୍ରେକ୍ଷୀରେ କେନ୍ଦୁଝରରେ ବନ୍ଦ ପାଳନ…

ଓଡ଼ିଶା ବନ୍ଦ ଡାକରାରେ ଅତାବିରାରେ ଜନଜୀବନ ପ୍ରଭାବିତ

ଅତାବିରା,୮ା୧୦(ଯୁଧିଷ୍ଠିର ମହାପାତ୍ର): କଂଗ୍ରେସ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ବରଗଡ଼ ଜିଲା ଅତାବିରା ଠପ୍‌ ହୋଇପଡ଼ିଛି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ…

ସରକାରୀ ବସ୍‌ କାଚ ଭାଙ୍ଗିଲେ, ସାପ୍ତାହିକ ହାଟ ବି ବନ୍ଦ କଲେ ବିକ୍ଷୋଭକାରୀ

ଛତ୍ରପୁର,୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଇଣ୍ଡିଆ ବ୍ଲକ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦରେ ମଧ୍ୟ ଦେଖାଯାଇଛି। ସିପିଆଇର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?