‘ମିଶନ ଶକ୍ତି ମେଳା’ରେ ମୁଖ୍ୟମନ୍ତ୍ରୀ: ୫୦୦ ଟଙ୍କା ଦେଇ କିଣିଲେ ଜୁଏଲାରି ବାକ୍ସ, ବ୍ୟାଗ୍‌

ଭୁବନେଶ୍ୱର,୧୨।୧୨(ବ୍ୟୁରୋ) : ମିଶନ ଶକ୍ତି ନିର୍ଦ୍ଦେଶାଳୟ, ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ଦ୍ୱାରା ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆଠାରେ ଚାଲିଥିବା ପ୍ରଥମ ‘ମିଶନ ଶକ୍ତି ମେଳା’କୁ ବୁଧବାର ପରିଦର୍ଶନରେ ଯାଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମେଳା ପରିସର ବୁଲିବା ସହ ଅଂଶଗ୍ରହଣକାରୀ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନଙ୍କ ସହ ଆଲୋଚନା କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଏକ ଷ୍ଟଲ୍‌ରୁ ୫୦୦ ଟଙ୍କା ଦେଇ ଏକ ଜୁଏଲାରି ବାକ୍ସ ଓ ବ୍ୟାଗ୍‌ କିଣିଥିଲେ। ମେଳା ପରିସରରେ ଥିବା ମାଣ୍ଡିଆ କ୍ୟାଫେ ବୁଲିବା ସହ ପରିବେଶ ଉପଯୋଗୀ ଗୁଆ ବାହୁଙ୍ଗାରୁ ପ୍ରସ୍ତୁତ ଥାଳି, ସବାଇ ଘାସ ଶିଳ୍ପ, ଟେରାକୋଟା ସାମଗ୍ରୀ ଆଦିର ଉଚ୍ଚପ୍ରଶଂସା କରିଥିଲେ। ମହିଳା ଉଦ୍ୟୋଗୀମାନଙ୍କ ପ୍ରଚେଷ୍ଟାକୁ ଭୂୟସୀ ପ୍ରଶଂସା କରିବା ସହ ଓଡ଼ିଶାରେ ମହିଳାମାନଙ୍କ ସାମାଜିକ ଓ ଅର୍ଥନୈତିକ ସଶକ୍ତୀକରଣ ଦିଗରେ ସ୍ବୟଂ ସହାୟକ ଗୋଷ୍ଠୀର ଉଲ୍ଲେଖନୀୟ ଅବଦାନ ରହିଥିବା ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ଅବସରରେ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ, ମିଶନ ଶକ୍ତି ଉପଦେଷ୍ଟା ଡ. ଲୋପାମୁଦ୍ରା ବକ୍ସିପାତ୍ର, ବିଭାଗୀୟ ପ୍ରମୁଖ ସଚିବ ଅନୁ ଗର୍ଗ ଏବଂ ମିଶନ ଶକ୍ତି ନିର୍ଦ୍ଦେଶିକା ସୁଜାତା ଆର୍‌. କାର୍ତ୍ତିକେୟନ, ଏନ୍‌ଆର୍‌ଏଲ୍‌ଏମ୍‌ ନିର୍ଦ୍ଦେଶକ ରାଜେଶ ପ୍ରଭାକର ପାଟିଲ ପ୍ରମୁଖ ଉପସ୍ଥିତ ଥିଲେ।
ଡିସେମ୍ବର ୧୬ ପର୍ଯ୍ୟନ୍ତ ଚାଲିବାକୁ ଥିବା ମେଳାରେ ମହିଳାମାନଙ୍କ ଦ୍ୱାରା ପ୍ରସ୍ତୁତ ହସ୍ତତନ୍ତ, ହସ୍ତଶିଳ୍ପ, ଅଣକାଷ୍ଠ, ଜଙ୍ଗଲଜାତ ଦ୍ରବ୍ୟ, ଖାଦ୍ୟ ସାମଗ୍ରୀ, ମସଲା ଏବଂ ଅନ୍ୟାନ୍ୟ ସାମଗ୍ରୀ ଉପଲବ୍ଧ ହେଉଛି। ମୋଟ ୨୧୩ ଷ୍ଟଲରେ ୩୦ ଜିଲାର ୨୫୧ ସ୍ବୟଂ ସହାୟକ ଗୋଷ୍ଠୀ ଏବଂ ଉପତ୍ାଦକ ଗୋଷ୍ଠୀ ସେମାନଙ୍କ ସାମଗ୍ରୀ ବିକ୍ରିବଟା କରୁଛନ୍ତି। ସ୍ବୟଂ ସହାୟକ ଗୋଷ୍ଠୀ ମହିଳାମାନଙ୍କ ଦ୍ୱାରା ଫୁଡ୍‌ କୋର୍ଟ କରାଯାଇଥିବାବେଳେ ଏଠାରେ ବିଭିନ୍ନ ପିଠାପଣା ସାଙ୍ଗକୁ ମାଣ୍ଡିଆ ବିରିୟାନୀ ଓ ବିଭିନ୍ନ ଲୁପ୍ତପ୍ରାୟ ଓଡ଼ିଆ ଖାଦ୍ୟ ମିଳୁଛି। ବର୍ତ୍ତମାନ ସୁଦ୍ଧା ମୋଟ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସାମଗ୍ରୀ ବିକ୍ରିବଟା ହୋଇଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାର ସନ୍ଧ୍ୟାରେ ମେଳା ମଞ୍ଚରେ ପଶୁମୁଖା ନୃତ୍ୟ ପରିବେଷିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୩ରେ ରାଜ୍ୟ କ୍ୟାବିନେଟ୍, ୯ରୁ ଊର୍ଦ୍ଧ୍ୱ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୧ା୯(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ସେପ୍ଟେମ୍ବର ୩ରେ ରାଜ୍ୟ କ୍ୟାବିନେଟ୍‌ ଅନୁଷ୍ଠିତ ହେବ । ଲୋକସେବା ଭବନର ତୃତୀୟ ମହଲାରେ ସନ୍ଧ୍ୟା…

ମାସ ଆରମ୍ଭରୁ ଗ୍ରାହକଙ୍କୁ ଲାଗିଲା ବଡ଼ ଝଟକା, ବଢିଲା ଗ୍ୟାସ ଦର

ନୂଆଦିଲ୍ଲୀ,୧।୯: ସେପ୍ଟେମ୍ବର ଆରମ୍ଭରୁ ଏଲପିଜି ଗ୍ରାହକମାନେ ଏକ ବଡ଼ ଝଟକା ପାଇଛନ୍ତି। ସେପ୍ଟେମ୍ବର ୧ ରେ ଜାରି ହୋଇଥିବା ନୂତନ ଦର ଅନୁସାରେ, 19 କିଲୋଗ୍ରାମ ବାଣିଜ୍ୟିକ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏସ୍‌ସି, ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ଦେବାକୁ ପଡ଼ିବନି…

ଭୁବନେଶ୍ୱର,୧ା୯(ସୁନିତ୍‌ ମିଶ୍ର): ରାଜ୍ୟର ଅନୁସୂଚିତ ଜାତି (ଏସ୍‌ସି) ଓ ଅନୁସୂଚିତ ଜନଜାତି (ଏସ୍‌ଟି) ବର୍ଗର ମେଧାବୀ ଗରିବ ଛାତ୍ରୀଛାତ୍ରମାନଙ୍କ ପାଇଁ ବଡ଼ ଆଶ୍ୱସ୍ତି। ସରକାରୀ ମେଡିକାଲ ଓ…

ଆମେରିକା ସେନା ଘାଟି ଉପରେ ଇରାନ୍‌ର ଆକ୍ରମଣ

ଓ୍ବାଶିଂଟନ/ତେହରାନ୍‌,୧ା୯: କିଛିଦିନର ବିରତି ପରେ ଆମେରିକା ସେନା ରବିବାର ରାତିରେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ଇରାନୀୟ ରକେଟ ଲଞ୍ଚରଗୁଡ଼ିକ ଉପରେ ଆକ୍ରମଣ କରିଛି। ଏହାର ଜବାବରେ ଇରାନ…

ଭାଙ୍ଗିଲା ପୁରୁଣା ରେକର୍ଡ, ୧୯୦୧ ପରେ ଚଳିତବର୍ଷର ଅଗଷ୍ଟ ସବୁଠୁ ଉତ୍ତପ୍ତ

ନୂଆଦିଲ୍ଲୀ,୧ା୯(ପି.ଟି.): ୧୯୦୧ ପରେ ଗତ ଅଗଷ୍ଟ ସବୁଠାରୁ ଅଧିକ ଉତ୍ତପ୍ତ ରହିଥିଲା ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ରେକର୍ଡରୁ ଜଣାପଡ଼ିଛି । ଆଇଏମ୍‌ଡି ପକ୍ଷରୁ ପ୍ରକାଶିତ ମାସିକ…

ପ୍ରଧାନମନ୍ତ୍ରୀ ମୋଦି-ପୁଟିନଙ୍କ କାର କୂଟନୀତି: ଚାହିଁ ରହିଗଲା ସାରା ବିଶ୍ୱ

ବିଶ୍କେକ୍‌,୧ା୯: ବିଶ୍କେକ୍‌ରେ ଅନୁଷ୍ଠିତ SCO ସମ୍ମିଳନୀ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଦୁଇ ନେତା ବର୍ତ୍ତମାନର ବିଶ୍ୱ ପରିସ୍ଥିତି ଉପରେ…

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri